Posted inରାଜ୍ୟ

୬୬ ବର୍ଷରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୦।୬: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ୬୬ ବର୍ଷରେ ପଦାର୍ପଣ କରିଛନ୍ତି। ତାଙ୍କର ଜନ୍ମଦିନ ଉପଲକ୍ଷେ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିଛି। ଏହି କ୍ରମରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଅଭିନନ୍ଦନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଦେଶର ସର୍ବୋଚ୍ଚ ପଦବୀ ଅଳଙ୍କୃତ କରି ମାନ୍ୟବର ରାଷ୍ଟ୍ରପତି ମୁର୍ମୁ ସେବା ଏବଂ ସମର୍ପଣ ଭାବରେ ଦେଶକୁ ପ୍ରେରଣା ଦେଇ ଚାଲିଛନ୍ତି।

୧୯୫୮ ମସିହା ଜୁନ ୨୦ରେ ମୟୂରଭଞ୍ଜ ଜିଲା ଉପରବେଡ଼ା ଗ୍ରାମର ଏକ ସାନ୍ତାଳୀ ପରିବାରରେ ଦ୍ରୌପଦୀ ମୁର୍ମୁଙ୍କ ଜନ୍ମ। ସେ ଉପରବେଡ଼ା ପ୍ରାଥମିକ ବିଦ୍ୟାଳୟରେ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ପାଠ ପଢ଼ିଥିଲେ। ପରେ ଅଧିକ ପଢ଼ିବା ଲାଗି ଭୁବନେଶ୍ୱର ୟୁନିଟ ୨ ବାଳିକା ଉଚ୍ଚ ବିଦ୍ୟାଳୟରୁ ମାଟ୍ରିକ ପାସ କରିଥିଲେ। ଏହାଛଡ଼ା ସେ ରମାଦେବୀ ମହିଳା ମହାବିଦ୍ୟାଳୟରେ କଳାରେ ସ୍ନାତକ ଶିକ୍ଷାଗ୍ରହଣ କରିଥିଲେ ।

ତେବେ ଆଜି ତାଙ୍କ ଜନ୍ମଦିନ ଅବସରରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି। ଆପଣଙ୍କ ସହଜ, ସରଳ ସ୍ବଭାବ, ସେବାକୁ ନେଇ ବିଶ୍ୱାସ, ଜନକଲ୍ୟାଣ ପ୍ରତି ଆପଣଙ୍କ ସମର୍ପଣ ସମସ୍ତଙ୍କ ପାଇଁ ପ୍ରେରଣାର ଉତ୍ସ। ମହାପ୍ରଭୁ ଶ୍ରୀଜଗନ୍ନାଇ ଏବଂ ମା’ ସମଲେଙ୍କ ନିକଟରେ ଆପଣଙ୍କ ଉତ୍ତମ ସ୍ବାସ୍ଥ୍ୟ ଏବଂ ଦୀର୍ଘ ଜୀବନର କାମନା କରୁଛି ବୋଲି ଧର୍ମେନ୍ଦ୍ର ଟୁଇଟ୍‌ କରି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା୬,୭୦୦ ଏବଂ ରୂପା ୧୨,୭୦୦ ଟଙ୍କା କମିଲା, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦାମ୍

ନୂଆଦିଲ୍ଲୀ,୨୩।୩ ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ତୀବ୍ର ହ୍ରାସ ହୋଇଛି । MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ…

ପୂର୍ବତନ ମନ୍ତ୍ରୀ ଜୟଦେବ ଜେନାଙ୍କୁ ହତ୍ୟା ଧମକ ଘଟଣା: ୨ ଜଣଙ୍କୁ ବାନ୍ଧିଲା ପୋଲିସ

ହାଟଡିହୀ,୨୩।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ତପୁର ବିଧାନସଭା କ୍ଷେତ୍ରର ପୂର୍ବତନ କଂଗ୍ରେସ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଜୟଦେବ ଜେନାଙ୍କୁ ହତ୍ୟା ଧମକ ଘଟଣାରେ ନନ୍ଦିପଦା ପୋଲିସ…

ବାଇକ ସହ ମୁହାଁମୁହିଁ ହେଲା ଭାଜପା ନେତାଙ୍କ ଗାଡ଼ି, ଚିଟିଙ୍ଗ ଘାଟିରେ….

ପାରଳାଖେମୁଣ୍ଡି,୨୩।୩(ଗିରିଧାରୀ ପରିଛା): ଚିଟିଙ୍ଗ ଘାଟିରେ ସଡ଼କ ଦୁର୍ଘଟଣା ହୋଇଛି । କାର – ବାଇକ ମୁହାଁ ମୁହିଁ ଧକ୍କା ହୋଇଥିବା ସୂଚନା ରହିଛି । ଚନ୍ଦ୍ରଗିରି ଚିଟିଙ୍ଗ…

ନ୍ୟୁୟର୍କର La Guardia Airportର ରନଓ୍ବେରେ ବଡ଼ ଦୁର୍ଘଟଣା

ନ୍ୟୁୟର୍କ,୨୩।୩: ସୋମବାର (୨୩ ମାର୍ଚ୍ଚ) ନ୍ୟୁୟର୍କର ଲାଗାର୍ଡିଆ ବିମାନବନ୍ଦରରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏକ ଏୟାର କାନାଡା ଏକ୍ସପ୍ରେସ ବିମାନ ରନଓ୍ବେ ଉପରେ ଠିଆ ହୋଇଥିବା…

ଇସ୍ରାଏଲ ଉପରେ ନିକ୍ଷେପ କରାଯାଇଥିବା କ୍ଷେପଣାସ୍ତ୍ରରେ ସ୍ପେନିସ ପ୍ରଧାନମନ୍ତ୍ରୀଙ୍କ ଫଟୋ ଲଗାଇଲା ଇରାନ

ତେହରାନ୍‌,୨୩।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ ଆକର୍ଷଣୀୟ ଘଟଣା ଘଟୁଛି। ଇସ୍ରାଏଲରେ ଲକ୍ଷ୍ୟସ୍ଥଳରେ ନିକ୍ଷେପ କରାଯାଇଥିବା ବାଲିଷ୍ଟିକ କ୍ଷେପଣାସ୍ତ୍ରରେ IRGC…

ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନରେ ଲକ୍ଷାଧିକ ଟଙ୍କା ଦୁର୍ନୀତି: ସ୍ତ୍ରୀ ନାଁରେ ଜିଏସଟି ବିଲ କରି ହେରାଫେରି

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ବାରକୋଟ ବ୍ଲକ ଅନ୍ତର୍ଗତ ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ (ଆଇଟିଆଇ)ରେ ଲକ୍ଷାଧିକ ଟଙ୍କା ଦୁର୍ନୀତି ହେଇଥିବା ଅଭିଯୋଗ ହୋଇଛି। ଏପରିକି…

ହୁତୁହୁତୁ ଜଳିଗଲା ବସ: ପୁରୀ ବସଷ୍ଟାଣ୍ଡରେ ଅଘଟଣ

ପୁରୀ,୨୩।୩: ବସ୍‌ଷ୍ଟାଣ୍ଡରେ ଅଗ୍ନିକାଣ୍ଡ। ହୁତୁହୁତୁ ଜଳିଗଲା ବସ। ପୁରୀ ବସଷ୍ଟାଣ୍ଡରେ ଏକ ଘରୋଇ ବସରେ ନିଆଁ ଲାଗିଯାଇଥିଲା। ଚାହୁଁ ଚାହୁଁ ଜଳିଯାଇଥିଲା ବସ। ଅଗ୍ନିଶମ ବାହିନୀ ପହଞ୍ଚି…

ମା’ ଅଗ୍ନିରୁପାଙ୍କ ଆବର୍ଭାବ: ଭକ୍ତଙ୍କ ପ୍ରବଳ ଭିଡ଼, ଅଧରାତିରେ ଦେହୁରୀ ଯାଇ…

ତାଳଚେର,୨୩/୩(ମନୋଜ ନନ୍ଦ):ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳା ମନ୍ଦିରର ପୂର୍ବ ଦିଗ ହିଙ୍ଗୁଳା ମନ୍ଦିର ପଛ ପାଖରେ ପ୍ରାୟ ୨ ସହ ମିଟର ଦୂରରେ ଚଳିତ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri