ଆଜି ପିଟିସିରେ ପାସିଂ ଆଉଟ ପରେଡ୍‌

ଅନୁଗୋଳ ଅଫିସ, ୯ା୧୨:ଅନୁଗୋଳ ପୋଲିସ ଟ୍ରେନିଂ କଲେଜ(ପିଟିସି)ରେ ୬୦ ତମ ଏସ୍‌ଆଇ ବ୍ୟାଚ୍‌ର ଦୀକ୍ଷାନ୍ତ ସମାରୋହ ଶୁକ୍ରବାର ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମରେ ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ ସୁନୀଲ କୁମାର ବଂଶଲ, ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ (ଆଇନଶୃଙ୍ଖଳା) ରାଧା କିଶାନ ଶର୍ମା, ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମିର ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ ଅରୁଣ କୁମାର ଷଡ଼ଙ୍ଗୀ, ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମିର ଆଇଜି (ଟ୍ରେନିଂ) ଏସ୍‌. ସାଇନି ପ୍ରମୁଖ ଯୋଗଦେବେ ବୋଲି ଅନୁଗୋଳ ପୋଲିସ ଟ୍ରେନିଂ କଲେଜର ଅଧ୍ୟକ୍ଷ ତଥା ଉତ୍ତର କେନ୍ଦ୍ରାଞ୍ଚଳ ଡିଆଇଜି ଜୟ ନାରାୟଣ ପଙ୍କଜ ସୂଚନା ଦେଇଛନ୍ତି। ପ୍ରକାଶ ଯେ, ରାଜ୍ୟ ପୋଲିସ ପ୍ରଶିକ୍ଷଣର ଅନ୍ତୁଡ଼ିଶାଳ କୁହାଯାଉଥିବା ଅନୁଗୋଳ ପୋଲିସ ଟ୍ରେନିଂ କଲେଜ(ପିଟିସି)ରେ ଶେଷ ଥର ପାଇଁ ୨୦୦୫ରେ ଦୀକ୍ଷାନ୍ତ ସମାରୋହ ଅନୁଷ୍ଠିତ ହୋଇଥିଲା। ତେବେ ମଝିରେ କନଷ୍ଟେଳରୁ ପଦନ୍ନୋତି ପାଇ ଏଏସ୍‌ଆଇ ହୋଇଥିବା ଅଧିକାରୀଙ୍କ ପାସିଂ ଆଉଟ୍‌ ପରେଡ୍‌ ଏଠାରେ କରାଯାଇଥିଲା। ତେବେ ଦୀର୍ଘ ୧୭ ବର୍ଷ ପରେ ଏହି ପୋଲିସ ପ୍ରଶିକ୍ଷଣ କେନ୍ଦ୍ର ଚଳଚଞ୍ଚଳ ହୋଇପଡ଼ିଛି। ସିଧାସଳଖ ପୋଲିସରେ ଭର୍ତ୍ତି ହୋଇଥିବା ୧୨୬ ଏସ୍‌ଆଇଙ୍କୁ ପ୍ରଶିକ୍ଷଣ ପ୍ରଦାନ କରାଯାଇ ସାରିଥିବାରୁ ସ୍ବତନ୍ତ୍ର ଦୀକ୍ଷାନ୍ତ ସମାରୋହ ଏଠାରେ ଆୟୋଜନ କରାଯାଇଛି। ଏଥିପାଇଁ ପିଟିସି ଗ୍ରାଉଣ୍ଡ ଠାରୁ ଆରମ୍ଭ କରି କଲେଜ ପରିସରକୁ ଚକାଚକ୍‌ କରାଯାଇଛି। ପାଚେରିରେ ପୋଲିସ ବିଭାଗର ବିଭିନ୍ନ ବାର୍ତ୍ତା ଉଲ୍ଲେଖ ସହିତ ସାଜସଜ୍ଜା ଶେଷ ହୋଇଛି। ଏହି ପିଟିସିରୁ ପାସିଂ ଆଉଟ୍‌ ହେବାକୁ ଥିବା କ୍ୟାଡେଟ୍‌ମାନେ ନିଶ୍ଚିତ ଭାବେ ଦେଶ ମାତୃକା ପାଇଁ ଉନ୍ନତମାନର କାର୍ଯ୍ୟ କରିବେ ବୋଲି ଅନୁଗୋଳ ପୋଲିସ ଟ୍ରେନିଂ କଲେଜର କର୍ତ୍ତୃପକ୍ଷ ଆଶାବାଦୀ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଇରାଲ ହେଉଛି ସଞ୍ଜୟ ଦତ୍ତଙ୍କ ବୟାନ, ଭାରତରେ ଏବେ ପୂର୍ବଭଳି….

ମୁମ୍ବାଇ,୪।୧୦: ଅଭିନେତା ସଞ୍ଜୟ ଦତ୍ତଙ୍କୁ ଶେଖର ସୁମନଙ୍କ ଶୋ’ ‘ଶେଖର ଟୁନାଇଟ୍’ରେ ଦେଖିବାକୁ ମିଳିଛି । ଗାନ୍ଧୀ ଜୟନ୍ତୀ ସ୍ପେଶାଲ ଏପିସୋଡ୍‌ରେ ଯୋଗଦେଇ ସଞ୍ଜୟ ଦତ୍ତ ତାଙ୍କ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

ଦୀପାବଳି ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ମିଳିବ ଖୁସି ଖବର, ଏତିକି % ବଢ଼ିବ DA!

ଲକ୍ଷ୍ନୌ,୪।୧୦: ଦୀପାବଳି ପୂର୍ବରୁ ଉତ୍ତରପ୍ରଦେଶର ସରକାରୀ କର୍ମଚାରୀ ଓ ପେନ୍‌ସନର୍‌ଙ୍କୁ ମିଳିପାରେ ଖୁସି ଖବର। ଯୋଗୀ ଆଦିତ୍ୟନାଥ ସରକାର ରାଜ୍ୟ କର୍ମଚାରୀଙ୍କ ପାଇଁ ବର୍ଦ୍ଧିତ ମହଙ୍ଗା ଭତ୍ତା…

ଗୋବିନ୍ଦା-କୋମଲଙ୍କ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ଝିଅ ଟିନା, କେବଳ କଥା….

ମୁମ୍ବାଇ,୪।୧୦: ବଲିଉଡ୍ ଅଭିନେତା ଗୋବିନ୍ଦା ଏବେ ଅଭିନେତ୍ରୀ କୋମଲ ରାଣୀ ସ୍ୱର୍ଣ୍ଣକାରଙ୍କ ସହ କଥିତ ସମ୍ପର୍କକୁ ନେଇ ଚର୍ଚ୍ଚାରେ ଅଛନ୍ତି । ଗୋବିନ୍ଦା ଓ ତାଙ୍କ ପତ୍ନୀ…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ

ବଡ଼ବିଲ,୪।୧୦(ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ବୁରୁସାହିରେ ଶୁକ୍ରବାର ରାତିରେ ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ ଘଟିଛି। ମୃତକ ଭିଣୋଇ ହେଲେ ବନମାଳୀ…

ଗୋଟିଏ କୋଠରିରେ ଦୁଇଟି ଶ୍ରେଣୀର ପାଠପଢ଼ା

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ କନ୍ଦାଡଙ୍ଗର ଗ୍ରାମରେ ୧୯୪୦ରେ ପ୍ରତିଷ୍ଠିତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟାଘେରରେ ରହିଛି। କେବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?