ବିଆର୍‌ପିଏଲ୍‌ରେ ଏସ୍‌ପିସିବିର ତଦନ୍ତ ଆଜି

ଯାଜପୁର ଅଫିସ,୨୪।୬: କଳିଙ୍ଗନଗର ବ୍ରାହ୍ମଣୀ ରିଭର୍ସ ପେଲେଟ ଲିଃ (ବିଆର୍‌ପିଏଲ୍‌) କାରଖାନାର ବିଷାକ୍ତ ବର୍ଜ୍ୟଜଳ ବାହାରକୁ ଛାଡିବା ଅଭିଯୋଗ ଉପରେ ଗୁରୁବାର ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସ୍‌ପିସିବି) ପକ୍ଷରୁ ତଦନ୍ତ ଆରମ୍ଭ ହେବ। ଏନେଇ ଏସ୍‌ପିସିବି ପକ୍ଷରୁ କଳିଙ୍ଗନଗର ପରିବେଶ ସୁରକ୍ଷା ସମିତିର ସଭାପତିଙ୍କୁ ତଦନ୍ତ ସମୟରେ ଉପସ୍ଥିତ ରହିବାକୁ ସୂଚିତ କରାଯାଇଛି। ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ(ଏନ୍‌ଜିଟି)ରେ ହୋଇଥିବା ମାମଲା(ନଂ.୧୪୯/ ୨୦୧୭/ଇଜେଡ) ଉପରେ ଗତ ୧୫ା୬ା୨୦୨୧ ନିର୍ଦ୍ଦେଶ ଅନୁସାରେ ଏହି ତଦନ୍ତ କରାଯାଉଛି ବୋଲି ଏସ୍‌ପିସିବି ପକ୍ଷରୁ ସଦସ୍ୟ ସଚିବ ତାଙ୍କ ପତ୍ରରେ ଦର୍ଶାଇଛନ୍ତି। ତେବେ ଧରିତ୍ରୀରେ ଗତ ୨୨ ତାରିଖରେ ସବିଶେଷ ତଥ୍ୟ ସହ ‘ବିଆର୍‌ପିଏଲ୍‌: ଟୋପାଏ ପ୍ରଦୂଷଣ’ ଶୀର୍ଷକ ଖବର ପ୍ରକାଶ ପାଇବା ପରେ ଏସ୍‌ପିସିବି ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି। ଅନ୍ୟପକ୍ଷେ ଏସ୍‌ପିସିବି ପକ୍ଷରୁ ନିରପେକ୍ଷ ଏବଂ ସ୍ବଚ୍ଛ ଭାବେ ଏହି ତଦନ୍ତ କରାଯାଇ ଏନ୍‌ଜିଟିରେ ରିପୋର୍ଟ ଦାଖଲ ହେବ ବୋଲି ସମିତି ଆଶା ପ୍ରକାଶ କରିଛି। ଏସ୍‌ପିସିବିର ପରିବେଶବିତ୍‌ ହିରଣ୍ୟ କୁମାର ନାୟକ ଓ କଳିଙ୍ଗନଗର ଆଞ୍ଚଳିକ ଅଧିକାରୀ ପ୍ରମୋଦ କୁମାର ବେହେରା ଏହି ତଦନ୍ତ କରିବେ ବୋଲି ସୂଚନା ମିଳିଛି। ଅନ୍ୟପକ୍ଷେ ତଦନ୍ତକୁ ବାଟବଣା କରିବାକୁ ବିଆର୍‌ପିଏଲ୍‌ କର୍ତ୍ତୃପକ୍ଷ ସବୁପ୍ରକାର ପ୍ରସ୍ତୁତି ଚଳାଇଛନ୍ତି ବୋଲି ଚର୍ଚ୍ଚା ହେଉଛି। ଏସ୍‌ପିସିବିର ଆଞ୍ଚଳିକ ଅଧିକାରୀ କହିଛନ୍ତି ଯେ, ତଦନ୍ତ ନିରପେକ୍ଷ ଭାବେ କରାଯିବ। ମୁଖ୍ୟ କାର୍ଯ୍ୟାଳୟ ପକ୍ଷରୁ ରିପୋର୍ଟ ପ୍ରସ୍ତୁତ କରାଯାଇ ଏନ୍‌ଜିଟିରେ ଦାଖଲ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ବିବାଦୀୟ ମନ୍ତବ୍ୟ ଦେବା ପରେ କ୍ଷମା ମାଗିଲେ ଖାର୍ଗେ, ଭାବନାକୁ ଆଘାତ ଦେବା…

ନୂଆଦିଲ୍ଲୀ,୮।୪: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଗୁଜରାଟର ଲୋକଙ୍କ ସମ୍ପର୍କରେ ଦେଇଥିବା ବୟାନ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି । ସେ କହିଛନ୍ତି ଯେ ସେ ସବୁବେଳେ ଗୁଜରାଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri