ବିଆର୍‌ପିଏଲ୍‌ରେ ଏସ୍‌ପିସିବିର ତଦନ୍ତ ଆଜି

ଯାଜପୁର ଅଫିସ,୨୪।୬: କଳିଙ୍ଗନଗର ବ୍ରାହ୍ମଣୀ ରିଭର୍ସ ପେଲେଟ ଲିଃ (ବିଆର୍‌ପିଏଲ୍‌) କାରଖାନାର ବିଷାକ୍ତ ବର୍ଜ୍ୟଜଳ ବାହାରକୁ ଛାଡିବା ଅଭିଯୋଗ ଉପରେ ଗୁରୁବାର ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସ୍‌ପିସିବି) ପକ୍ଷରୁ ତଦନ୍ତ ଆରମ୍ଭ ହେବ। ଏନେଇ ଏସ୍‌ପିସିବି ପକ୍ଷରୁ କଳିଙ୍ଗନଗର ପରିବେଶ ସୁରକ୍ଷା ସମିତିର ସଭାପତିଙ୍କୁ ତଦନ୍ତ ସମୟରେ ଉପସ୍ଥିତ ରହିବାକୁ ସୂଚିତ କରାଯାଇଛି। ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ(ଏନ୍‌ଜିଟି)ରେ ହୋଇଥିବା ମାମଲା(ନଂ.୧୪୯/ ୨୦୧୭/ଇଜେଡ) ଉପରେ ଗତ ୧୫ା୬ା୨୦୨୧ ନିର୍ଦ୍ଦେଶ ଅନୁସାରେ ଏହି ତଦନ୍ତ କରାଯାଉଛି ବୋଲି ଏସ୍‌ପିସିବି ପକ୍ଷରୁ ସଦସ୍ୟ ସଚିବ ତାଙ୍କ ପତ୍ରରେ ଦର୍ଶାଇଛନ୍ତି। ତେବେ ଧରିତ୍ରୀରେ ଗତ ୨୨ ତାରିଖରେ ସବିଶେଷ ତଥ୍ୟ ସହ ‘ବିଆର୍‌ପିଏଲ୍‌: ଟୋପାଏ ପ୍ରଦୂଷଣ’ ଶୀର୍ଷକ ଖବର ପ୍ରକାଶ ପାଇବା ପରେ ଏସ୍‌ପିସିବି ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି। ଅନ୍ୟପକ୍ଷେ ଏସ୍‌ପିସିବି ପକ୍ଷରୁ ନିରପେକ୍ଷ ଏବଂ ସ୍ବଚ୍ଛ ଭାବେ ଏହି ତଦନ୍ତ କରାଯାଇ ଏନ୍‌ଜିଟିରେ ରିପୋର୍ଟ ଦାଖଲ ହେବ ବୋଲି ସମିତି ଆଶା ପ୍ରକାଶ କରିଛି। ଏସ୍‌ପିସିବିର ପରିବେଶବିତ୍‌ ହିରଣ୍ୟ କୁମାର ନାୟକ ଓ କଳିଙ୍ଗନଗର ଆଞ୍ଚଳିକ ଅଧିକାରୀ ପ୍ରମୋଦ କୁମାର ବେହେରା ଏହି ତଦନ୍ତ କରିବେ ବୋଲି ସୂଚନା ମିଳିଛି। ଅନ୍ୟପକ୍ଷେ ତଦନ୍ତକୁ ବାଟବଣା କରିବାକୁ ବିଆର୍‌ପିଏଲ୍‌ କର୍ତ୍ତୃପକ୍ଷ ସବୁପ୍ରକାର ପ୍ରସ୍ତୁତି ଚଳାଇଛନ୍ତି ବୋଲି ଚର୍ଚ୍ଚା ହେଉଛି। ଏସ୍‌ପିସିବିର ଆଞ୍ଚଳିକ ଅଧିକାରୀ କହିଛନ୍ତି ଯେ, ତଦନ୍ତ ନିରପେକ୍ଷ ଭାବେ କରାଯିବ। ମୁଖ୍ୟ କାର୍ଯ୍ୟାଳୟ ପକ୍ଷରୁ ରିପୋର୍ଟ ପ୍ରସ୍ତୁତ କରାଯାଇ ଏନ୍‌ଜିଟିରେ ଦାଖଲ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

ଖେଳିବା ବୟସରେ ହାତରେ ଭିକ୍ଷାଥାଳ

ରାଉରକେଲା,୨୫ା୪(ବିପ୍ଲବ ରଞ୍ଜନ ଦାଶ)ରାଉରକେଲାର ପ୍ରସିଦ୍ଧ ବେଦବ୍ୟାସ ପୀଠରେ କୋମଳମତି ପିଲାମାନେ ଭିକ୍ଷାଥାଳ ଧରି ଭିକ୍ଷାବୃତ୍ତି କରୁଛନ୍ତି। ଚିନ୍ତାର ବିଷୟ, ଯେଉଁ କୋମଳମତି ଶିଶୁମାନେ ଭିକ୍ଷାବୃତ୍ତି କରୁଛନ୍ତି...

ମେ ୧୦ରୁ ରବିଧାନ ସଂଗ୍ରହ

ସମ୍ବଲପୁର,୨୫ା୪(ପ୍ରମୋଦ ବହିଦାର)ଆସନ୍ତା ମେ ୧୦ରୁ ସମ୍ବଲପୁର ଜିଲାରେ ଚଳିତବର୍ଷ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ଧାନ ସଂଗ୍ରହ...

ଆଜିଠୁ ଖରାଛୁଟି

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ରାଜ୍ୟରେ ଗୁରୁବାରଠାରୁ ସ୍କୁଲରେ ଗ୍ରୀଷ୍ମଛୁଟି ଆରମ୍ଭ ହେବ। ପାଠପଢ଼ା ବନ୍ଦ ରହିବ। କିନ୍ତୁ ଏହି ଛୁଟି ସମୟରେ ସମସ୍ତ ସରକାରୀ ଓ ସରକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri