ଆଜିଠୁ ଯୋରନ୍ଦା ମେଳା, ୨୦ହଜାର ସାଧୁସନ୍ଥ-ଶ୍ରଦ୍ଧାଳୁଙ୍କ ସମାଗମ

ଢେଙ୍କାନାଳ,୨୨ା୨(ରତନ ନାୟାର) ବିଶ୍ୱ ପ୍ରସିଦ୍ଧ ମହିମାଧର୍ମର ପୀଠ ଢେଙ୍କାନାଳ ଜିଲାର ଯୋରନ୍ଦାଠାରେ ମାଘମେଳା ୨୨ ତାରିଖ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ୨୪ ତାରିଖ ଯାଏ ୩ ଦିନ ବ୍ୟାପୀ ଅନୁଷ୍ଠିତ ହେବ। ମହିମା ସାଧୁ ସନ୍ନ୍ୟାସୀ ଓ ଶ୍ରଦ୍ଧାଳୁ୍‌ଙ୍କ ସମାଗମରେ ମହିମାଗାଦି ଯୋରନ୍ଦା ଚଳଚଞ୍ଚଳ ହୋଇଉଠିଛି।
ମାଘମେଳାର ପ୍ରଥମ ଦିନ ଗୁରୁବାର ସନ୍ଧ୍ୟା ୫ଟା ୫ରେ ବିଶ୍ୱ କଲ୍ୟାଣ ପାଇଁ ଘୃତାହୂତି କରାଯାଇ ଗାଦି ମନ୍ଦିରରେ ମହିମା ସନ୍ନ୍ୟାସୀମାନେ ଝାଡ଼ଦୀପ ପ୍ରଜ୍ୱଳନ କରି ବିଶ୍ୱ କଲ୍ୟାଣ ନିମନ୍ତେ ପ୍ରାର୍ଥନା କରିବେ। ଏଥିପାଇଁ ଭୋର ସମୟରୁ ହିଁ ନୀତିକାନ୍ତି ଆରମ୍ଭ ହେବ। ମାନସିକଧାରୀମାନେ ଶିଶୁଙ୍କୁ ମୁଣ୍ଡନ କରି ମହିମା ସନ୍ନ୍ୟାସୀଙ୍କ ଆଶୀର୍ବାଦ ନେବେ। ଚଳିତବର୍ଷ ଓଡ଼ିଶା ସମେତ ଆନ୍ଧ୍ର, ଛତିଶଗଡ଼, ପଶ୍ଚିମବଙ୍ଗ, ବିହାର ଓ ଆସାମ ଆଦି ରାଜ୍ୟରୁ ବହୁ ସଂଖ୍ୟାରେ ସାଧୁସନ୍ନ୍ୟାସୀ ଓ ଶ୍ରଦ୍ଧାଳୁମାନଙ୍କ ଆଗମନ ହେଲାଣି। ସେହିପରି ଚଳିତବର୍ଷ ପ୍ରଥମ କରି ଜିଲା ପ୍ରଶାସନ ପକ୍ଷରୁ ମହିମାଗାଦି ଯୋରନ୍ଦାରେ ଏକ ପଲ୍ଲିଶ୍ରୀ ମେଳାର ଆୟୋଜନ କରାଯାଇଛି। ମେଳାସ୍ଥଳରେ ବିଭିନ୍ନ କିସମର ଦୋଳି, ଉଠା କୋଦାନ ପଡ଼ିଥିବାବେଳେ ମନୋରଞ୍ଜନ ପାଇଁ ଅପେରା ପାର୍ଟି ପହଞ୍ଚିସାରିଛି। ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବାକୁ ଥିବାରୁ ଗାଦି ମନ୍ଦିର ଭିତରେ ଧାଡ଼ିରେ ପ୍ରବେଶ ପାଇଁ ବ୍ୟାରିକେଟ୍‌ ନିର୍ମାଣ କରାଯାଇଛି। ପାନୀୟଜଳ, ଆଲୋକୀକରଣ, ଆଶୁ ଚିକିତ୍ସା, ଟ୍ରାଫିକ ନିୟନ୍ତ୍ରଣ, ପରିମଳ ବ୍ୟବସ୍ଥା ସହ ଯାତ୍ରୀଙ୍କ ଠାରୁ ଅଧିକ ଭଡ଼ା ଆଦାୟ ନ କରିବା ପ୍ରତି ଗୁରୁତ୍ୱ ପ୍ରଦାନ କରାଯାଇଛି। ଶାନ୍ତିଶୃଙ୍ଖଳା ରକ୍ଷା ପାଇ ଏସ୍‌ପି ମଡକର ସନ୍ଦୀପ ସମ୍ପଦଙ୍କ ନେତୃତ୍ୱରେ ୨ଜଣ ଅତିରିକ୍ତ ଏସ୍‌ପି, ୫ ଡିଏସ୍‌ପି, ୧୩ ଇନ୍ସପେକ୍ଟର, ଏସ୍‌ଆଇ ଓ ଏଏସ୍‌ଆଇଙ୍କୁ ମିଶାଇ ୫୬ଜଣଙ୍କ ସମେତ ୧୦ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି। ଆଇନଶୃଙ୍ଖଳା ସମ୍ପର୍କରେ ଏସ୍‌ପି କହିଛନ୍ତି, ଟ୍ରାଫିକ ନିୟନ୍ତ୍ରଣ ଉପରେ ଅଧିକ ଗୁରୁତ୍ୱ ପ୍ରଦାନ କରାଯାଉଛି। ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ସମସ୍ତଙ୍କ ସହଯୋଗ ଜରୁରୀ। ଜିଲାପାଳ ମନୋରଞ୍ଜନ ମଲ୍ଲିକ କହିଛନ୍ତି, ମାଘ ମେଳା ପାଇଁ ସମସ୍ତ ପ୍ରସ୍ତୁତି ସରିଛି। ନିକଟବର୍ତ୍ତୀ ଅଞ୍ଚଳର ସ୍ବୟଂ ସହାୟକ ଗୋଷ୍ଠୀ, ହସ୍ତଶିଳ୍ପ କାରିଗରଙ୍କୁ ପ୍ରୋତ୍ସାହିତ କରିବା ପାଇଁ ଏକ ପଲ୍ଲିଶ୍ରୀ ମେଳା ଆୟୋଜନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ୧୫ରୁ ଏସବୁ ବ୍ୟାଙ୍କ ଆକାଉଣ୍ଟ ବନ୍ଦ, ଖାତାରେ ଟଙ୍କା ଥିଲେ…

ନୂଆଦିଲ୍‌ଲୀ,୧୭।୩: ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ଯେଉଁ ଆକାଉଣ୍ଟଗୁଡ଼ିକ ଦୀର୍ଘ ସମୟ ଧରି ନିଷ୍କ୍ରିୟ ଅଛନ୍ତି ବିଶେଷକରି, ସେହି ଆକାଉଣ୍ଟଗୁଡ଼ିକୁ ‘ଇନ ଆକ୍ଟିଭ’ ଭାବରେ ବର୍ଗୀକୃତ କରାଯାଇଛି।…

ବିଦ୍ୟାଳୟ ପାଠାଗାର ବହିକିଣା ଅନିୟମିତତା ପ୍ରସଙ୍ଗ: ଆର୍‌ଟିଆଇ ଆବେଦନ ପରେ …

ନନ୍ଦପୁର,୧୭ା୩ (ତୁଷାର କାନ୍ତ ମହାନ୍ତି)-ଏକ ନିର୍ଦ୍ଦିଷ୍ଟ ପ୍ରକାଶନ ସଂସ୍ଥାରୁ ସ୍କୁଲ ପରିଚାଳନା କମିଟିର ଅଜାଣତରେ ବିଦ୍ୟାଳୟ କମ୍ପୋଜିଟ ପାଣ୍ଠିରେ ପାଠାଗାର ବହି କିଣାରେ ଅନିୟମିତତା ପ୍ରସଙ୍ଗ ନେଇ…

ଦାରିଙ୍ଗବାଡ଼ିରେ ପ୍ରବଳ କୁଆପଥର ବର୍ଷା, କଳା ମିଚିମିଚି ପିଚୁ ରାସ୍ତାରେ କୁଆପଥର

ଦାରିଙ୍ଗବାଡି,୧୭।୩(ଅରୁଣ ସାହୁ ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ମଙ୍ଗଳବାର ସମ୍ପୂର୍ଣ୍ଣ କଶ୍ମୀରର ଭ୍ରମ ସୃଷ୍ଟି କରିଛି। କାଳ ବୈଶାଖୀ ପ୍ରଭାବରେ ମଙ୍ଗଳବାର ଅପରାହ୍ନରେ ପ୍ରବଳ ମାତ୍ରାରେ କୁଆପଥର…

ତାଣ୍ଡବ ରଚିଲା ଘୂର୍ଣ୍ଣି ଝଡ଼: ଆହତଙ୍କୁ ଭେଟିଲେ ଏମ୍‌ପି ଅନନ୍ତ ନାୟକ

କେନ୍ଦୁଝର,୧୭।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ମୟୂରଭଞ୍ଜ ଜିଲା କରଞ୍ଜିଆ ଅଞ୍ଚଳରେ ତାଣ୍ଡବ ରଚିଛି ଘୂର୍ଣ୍ଣି ଝଡ଼। ଏଥିରେ ୧୦ରୁ ଊର୍ଦ୍ଧ୍ୱ ଆହତ ହୋଇ କେନ୍ଦୁଝର ଧରଣୀଧର ମେଡିକାଲ କଲେଜ…

ଦିଦିଙ୍କ ଗଡ଼ ପାଲଟିଲା ‘ହଟ୍‌-ସିଟ୍‌’: ପୁଣି ମୁହାଁମୁହିଁ ହେବେ ମମତା-ଶୁଭେନ୍ଦୁ, ଭାଜପା କାର୍ଡକୁ କିଭଳି…

କୋଲକାତା,୧୭।୩: ପଶ୍ଚିମବଙ୍ଗ ରାଜନୀତିରେ ପୁଣି ଥରେ ଦୁଇ ମହାରଥୀଙ୍କ ମଧ୍ୟରେ ମହାମୁକାବିଲା ଦେଖିବାକୁ ମିଳିବ। ତୃଣମୂଳ କଂଗ୍ରେସ (TMC) ସୁପ୍ରିମୋ ମମତା ବାନାର୍ଜୀ ଏବଂ ଭାଜପା ନେତା…

ସୁନା ୩୬,୦୦୦ ଟଙ୍କା; ରୁପା ହେଲା ୧୮୭,୦୦୦ ଟଙ୍କା ଶସ୍ତା; ଏକ୍ସପର୍ଟ ଚକିତ, ଆଗକୁ…   

ନୂଆଦିଲ୍ଲୀ,୧୭।୩: ଆମେରିକା-ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ମଧ୍ୟରେ ବିଶ୍ୱ ବଜାରରେ ଏକ ଆଶ୍ଚର୍ଯ୍ୟଜନକ ଚିତ୍ର ସାମ୍ନାକୁ ଆସିଛି। ସାଧାରଣତଃ ଯୁଦ୍ଧ ସମୟରେ ସୁନା…

ଶଳାଙ୍କୁ ପିଟିପିଟି ହତ୍ୟା କଲେ ଭିଣୋଇ: ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ଭେଡେନ ,୧୭।୩(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଚିଚିଣ୍ଡା ହାଇସ୍କୁଲ ପଡ଼ାରେ ମଙ୍ଗଳବାର ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ସୁଦୀପ ବାଗ(୨୮)ଙ୍କୁ ତାଙ୍କ ଭିଣୋଇ ସାଳନା…

ବଡ଼ ଦାବି କଲେ ରାଘବ ଚଢ଼ା: ୩ ବର୍ଷରେ ୧୯,୦୦୦ କୋଟି ଲୁଟିଲେଣି ବ୍ୟାଙ୍କ!

ନୂଆଦିଲ୍ଲୀ,୧୭।୫: ସଂସଦରେ ବ୍ୟାଙ୍କିଙ୍ଗ୍ ବ୍ୟବସ୍ଥା ଏବଂ ସାଧାରଣ ଜନତାଙ୍କୁ ନେଇ ଏକ ବଡ଼ ପ୍ରସଙ୍ଗ ଉଠିଛି। ସର୍ବନିମ୍ନ ଜମା ରାଶି ନ ରଖିପାରିବାରୁ ଦେଶର ବ୍ୟାଙ୍କଗୁଡ଼ିକ ଗ୍ରାହକଙ୍କଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri