ଆଜି ବିଧାନସଭା ଘେରିବ ଭାଜପା, ରାଜଭବନ ଆଗରେ ବିଜେଡିର ପ୍ରତିବାଦ

ଭୁବନେଶ୍ବର, ୨୮ା୨(ବ୍ୟୁରୋ):ପୁଣି ରାସ୍ତାରେ ପରସ୍ପର ବିରୋଧରେ ଗୋହି ଖୋଳାଖୋଳି ହେବେ ଉଭୟ ବିଜେଡି ଏବଂ ଭାଜପା। ଗୋଟିଏ ପଟେ ନବ ଦାସ ହତ୍ୟାକାଣ୍ଡ ଏବଂ ରାଜ୍ୟର ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପରିସ୍ଥିତି ନେଇ ଭାଜପା ଯୁବମୋର୍ଚ୍ଚା ବିଧାନସଭା ଘେରାଉ ଡାକରା ଦେଇଥିବା ବେଳେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ପ୍ରଦାନରେ କେନ୍ଦ୍ର ସରକାର ଓଡ଼ିଶା ପ୍ରତି ବୈମାତୃକ ମନୋଭାବ ଦେଖାଉଥିବା ବିଜେଡି ଅଭିଯୋଗ କରିଛି।
ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ସୋମବାର ଆୟୋଜିତ ଖବରଦାତା ସମ୍ମିଳନୀରେ ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର କହିଛନ୍ତି, ମଙ୍ଗଳବାର ଭାଜପା ଯୁବମୋର୍ଚ୍ଚା ପକ୍ଷରୁ ବିଧାନସଭା ଘେରାଉ କରାଯିବ। ନବ ଦାସ ହତ୍ୟା ମାମଲାରେ ସରକାରଙ୍କ ଜବାବ ଦାବି ନେଇ ଏହି ଘେରାଉ ହେବ। ରାଜ୍ୟର ପ୍ରତ୍ୟେକ ଜିଲାର ଯୁବତୀ, ଯୁବକମାନେ ଏକାଠି ହୋଇ ଏହି ଘେରାଉ କରିବେ। ଏ ପର୍ଯ୍ୟନ୍ତ ସରକାର ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ମାମଲାର କାରଣ ସ୍ପଷ୍ଟ କରିପାରିଲେ ନାହିଁ। ଦିନକୁ ଦିନ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡିବାରେ ଲାଗିଛି। ଏଭଳି ପରିସ୍ଥିତିରେ ବିଧାୟିକା କୁସୁମ ଟେଟେଙ୍କ ପ୍ରଶ୍ନର ଉତ୍ତରରେ ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରା ଯେଉଁ ତଥ୍ୟ ରଖିଛନ୍ତି ତାହା ସମସ୍ତଙ୍କୁ ଚକିତ କରୁଛି। ମନ୍ତ୍ରୀଙ୍କ ଉତ୍ତର ଅନୁସାରେ ଅଭିଯୁକ୍ତ ଗୋପାଳ ଦାସ ୧୩ ବର୍ଷ ଧରି ଝାରସୁଗୁଡାରେ ପୋଲିସ ଭାବେ କାର୍ଯ୍ୟରତ ଥିଲେ। ଏପରିକି ପ୍ରତ୍ୟେକ ବର୍ଷ ଗୋପାଳ ବିଭିନ୍ନ ଆର୍ଥିକ ପୁରସ୍କାର ସହ ବିଭାଗ ତରଫରୁ ପୁରସ୍କୃତ ହୋଇଛନ୍ତି। ଥରେ ପଦୋନ୍ନତି ମଧ୍ୟ ପାଇଛନ୍ତି। ଅର୍ଥାତ୍‌ ଏତେଦିନ ଧରି ପୋଲିସ ବିଭାଗ ଆଉ ଗୋଇନ୍ଦା କିଭଳି ଗୋପାଳ ସମ୍ପର୍କରେ ଜାଣିପାରିଲେ ନାହିଁ ବୋଲି ସେ ପ୍ରଶ୍ନ କରିଛନ୍ତି। ଅପରପକ୍ଷେ ମନ୍ତ୍ରୀଙ୍କ ଉତ୍ତର ଦର୍ଶାଉଛି ଗୋପାଳ ଦାସ ପାଗଳ ନୁହେଁ। ହତ୍ୟା କିଏ କରିଛି ଆଉ କ’ଣ ପାଇଁ କରିଛି, ତାହା ସରକାର ସ୍ପଷ୍ଟ କରୁନାହାନ୍ତି। ତେଣୁ ଏହାର ଜବାବ ଦାବି କରି ଭାଜପା ଯୁବ ମୋର୍ଚ୍ଚା ବିଧାନସଭା ଘେରିବ ବୋଲି ଗୋଲକ କହିଛନ୍ତି।
ସେହିପରି ବିଜୁ ମହିଳା ଜନତା ଦଳ ପକ୍ଷରୁ ମଙ୍ଗଳବାର ରାଜଭବନ ସମ୍ମୁଖରେ ପ୍ରତିବାଦ କରାଯିବ ବୋଲି ଦଳ ତରଫରୁ ସୂଚନା ଦିଆଯାଇଛି। କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଓଡ଼ିଶାକୁ ଯେତିକି ଘର ଦେବା କଥା ସେତିକି ଯୋଗାଇ ଦେଇନାହାନ୍ତି। ଅନ୍ୟ ରାଜ୍ୟ ତୁଳନାରେ ଓଡ଼ିଶାକୁ କମ୍‌ ଘର ପ୍ରଦାନ କରିଛନ୍ତି। ଗତ ୩ ବର୍ଷ ହେଲା କେନ୍ଦ୍ର ସରକାର ଜମା ବି ଘର ଦେଇ ନ ଥିବାବେଳେ ଏବେ ଯେତିକି ଘର ଆବଶ୍ୟକ ତାଠାରୁ କମ୍‌ ପ୍ରଦାନ କରିଛନ୍ତି। ତେଣୁ ଏହା ବିରୋଧରେ ବିଜୁ ମହିଳା ଜନତା ଦଳ ପକ୍ଷରୁ ରାଜଭବନ ସମ୍ମୁଖରେ ଧାରଣା ସହିତ ପ୍ରତିବାଦ କରିବାକୁ ଦଳ ତରଫରୁ ସୂଚୀତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୩।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri