ଆଜି ପରିକ୍ରମା ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ,୨୪।୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଶିଳାନ୍ୟାସ କରିବେ। ଏଥିସହ ମହାଯଜ୍ଞର ପୂର୍ଣ୍ଣାହୁତି କାର୍ଯ୍ୟକ୍ରମରେ ଯୋଗଦେବେ। ସେହିପରି ଶିଳାନ୍ୟାସ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସମେତ ରାଜ୍ୟ ମନ୍ତ୍ରିମଣ୍ଡଳର ସମସ୍ତ ସଦସ୍ୟ ଏବଂ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିବିଶେଷ ଯୋଗଦେବେ। ଏହି ଅବସରରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ଜମି ଦେଇଥିବା ବ୍ୟକ୍ତିବିଶେଷଙ୍କୁ ସମ୍ମାନିତ କରାଯିବା ସହ ପରିକ୍ରମା ପ୍ରକଳ୍ପର ଏକ ମଡେଲ ଅନାବରଣ ହେବ ବୋଲି ମଙ୍ଗଳବାର ଓଡ଼ିଶା ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜ ଏଠାରେ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି।
ସେ କହିଛନ୍ତି, ଯଜ୍ଞଶାଳାରେ ମଙ୍ଗଳବାର ସକାଳେ ସୂର୍ଯ୍ୟପୂଜା, ଗୋପୂଜା ନୀତି, ଅଗ୍ନିପୂଜା ଆଦି ସମ୍ପନ୍ନ ହୋଇଛି। ସେହିପରି ଅପରାହ୍ନ ୨ଟା ୩୦ରୁ ସନ୍ଧ୍ୟା ୬ଟା ମଧ୍ୟରେ ଶିଳାସ୍ନାନ ଓ ଯଜ୍ଞ ଆଦି ଅନୁଷ୍ଠିତ ହୋଇଛି। ବୁଧବାର ସକାଳ ୭ରୁ ୯ଟା ୩୦ ପର୍ଯ୍ୟନ୍ତ ସୂର୍ଯ୍ୟପୂଜା, ଅଗ୍ନିପୂଜା ତଥା ଯଜ୍ଞବିଧି ହେବ। ପୂର୍ବାହ୍ନ ୯ଟା ୪୫ରୁ ୧୦ଟା ମଧ୍ୟରେ ଶିଳା ବିଜେ ହେବ। ୧୦ଟା ୧୫ରୁ ୧୦ଟା ୩୦ ମଧ୍ୟରେ ଶିଳା ସ୍ଥାପନ ଓ ପୁଷ୍ପାଞ୍ଜଳି ଦିଆଯିବ। ଶେଷରେ ଯଜ୍ଞର ପୂର୍ଣ୍ଣାହୁତି ହେବ। ଏହାପରେ ମୁଖ୍ୟମନ୍ତ୍ରୀ ପରିକ୍ରମା ପ୍ରକଳ୍ପର ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି। ଏ ନେଇ ଜିଲାପାଳ ସମର୍ଥ ବର୍ମା କହିଛନ୍ତି, ପ୍ରଶାସନ ପକ୍ଷରୁ ଗତ ୨୧ ତାରିଖରୁ ସମସ୍ତ ବ୍ୟବସ୍ଥା କରାଯାଇଛି। ଶ୍ରୋତ୍ରିୟ ବ୍ରାହ୍ମଣଙ୍କ ଦ୍ୱାରା ପୂଜାର୍ଚ୍ଚନା ଓ ହୋମଯଜ୍ଞ ଚାଲିଛି। ୨୪ ତାରିଖ ପୂର୍ଣ୍ଣାହୁତି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଗଜପତି ମହାରାଜା ଦିବ୍ୟସିଂହ ଦେବ ଯୋଗଦେବା ନେଇ ପ୍ରସ୍ତୁତ ହୋଇଥିବା ଖସଡ଼ା ମୁତାବକ କାର୍ଯ୍ୟକ୍ରମକୁ ପରିଚାଳିତ କରାଯାଉଛି। ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ସରିଛି। ସେହିପରି ଏସ୍‌ପି କନୱର ବିଶାଲ ସିଂ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ପ୍ରାୟ ୨୫ ପ୍ଲାଟୁନ୍‌ ପୋଲିସ ଫୋର୍ସ, ୩ଜଣ ଅତିରିକ୍ତ ଏସ୍‌ପି, ୧୦ ଜଣ ଡିଏସ୍‌ପି, ୪୦ ଜଣ ଇନ୍ସପେକ୍ଟର ଓ ଶହେରୁ ଊର୍ଦ୍ଧ୍ୱ ପୋଲିସ ଅଧିକାରୀ ସୁରକ୍ଷା ଦାୟିତ୍ୱରେ ରହିବେ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ସମୟରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯିବ। କିଛି ସମୟ ପାଇଁ ବଡ଼ଦାଣ୍ଡକୁ ନୋ ମ୍ୟାନ୍‌ ଲ୍ୟାଣ୍ଡରେ ପରିଣତ କରିବାକୁ ନିଷ୍ପତ୍ତି ନିଆଯାଇଥିବାବେଳେ ଶ୍ରଦ୍ଧାଳୁଙ୍କ ଦର୍ଶନ ବ୍ୟବସ୍ଥା ଯେଉଁଭଳି ଭାବେ ବାଧାପ୍ରାପ୍ତ ନ ହୁଏ, ସେନେଇ ବ୍ୟବସ୍ଥା ହୋଇଛି। ସେହିପରି ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ସମୟରେ ବଡ଼ଦାଣ୍ଡରେ ମଧ୍ୟ କଟକଣା ରହିବ। ସକାଳ ୬ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଡାକ୍ତରଖାନା ଛକଠାରୁ ଶ୍ରୀମନ୍ଦିର ପର୍ଯ୍ୟନ୍ତ ସମସ୍ତ ଦୋକାନ ବଜାର ବନ୍ଦ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ସାଇନ୍‌ବୋର୍ଡ ପଡ଼ି ଛାତ୍ର ମୃତ୍ୟୁ ଘଟଣାରେ ଉତ୍ତେଜନା

କୋଟପାଡ଼,୧୭ା୧୨(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ଧାମନାହାଣ୍ଡି ପଞ୍ଚୟତର ୬୩ ନଂ ଜାତୀୟ ରାଜପଥ ୬୩ ପାର୍ଶ୍ୱ ଗାନ୍ଧୀନଗରର ଆବାସିକ ବିଦ୍ୟାଳୟ ପରିସରରେ ପୁରାତନ ୩...

ହସ୍ପିଟାଲରେ ଭର୍ତ୍ତି ହେଲେ ଯଶସ୍ବୀ ଜୟସ୍ବାଲ, ହଠାତ୍ କଣ ହେଲା ଜାଣନ୍ତୁ

ନୂଆଦିଲ୍ଲୀ,୧୭ା୧୨: ଟିମ୍ ଇଣ୍ଡିଆର ଷ୍ଟାର ବ୍ୟାଟ୍ସମ୍ୟାନ୍ ଯଶସ୍ୱୀ ଜୟସ୍ୱାଲଙ୍କୁ ପୁଣେର ଆଦିତ୍ୟ ବିର୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ହରିୟାଣା ବିପକ୍ଷରେ ସୟଦ ମୁସ୍ତାକ ଅଲି ଟ୍ରଫି...

ଇଥିଓପିଆରେ ମୋଦି ମ୍ୟାଜିକ, ପ୍ରଧାନମନ୍ତ୍ରୀ ଆବି ଅହମଦ ଅଲି ବ୍ୟକ୍ତିଗତ ଭାବେ କାର ଚଲାଇ ବିମାନବନ୍ଦରରେ ଛାଡିଲେ

ଆଦିସ ଅବାବା,୧୭।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାରି ଦିନିଆ ତିନୋଟି ଦେଶ ଗସ୍ତରେ ଅଛନ୍ତି। ମଙ୍ଗଳବାର ପ୍ରଧାନମନ୍ତ୍ରୀ ମୋଦି ଇଥିଓପିଆରେ ପହଞ୍ଚିଥିଲେ, ଯେଉଁଠାରେ ଇଥିଓପିଆ ପ୍ରଧାନମନ୍ତ୍ରୀ...

ନବଜାତ ଶିଶୁପତ୍ର, ପ୍ରସୂତିଙ୍କ ମୃତ୍ୟୁର ହେବ ତଦନ୍ତ, ଅଧିକାରୀ କହିଲେ…

କେସିଙ୍ଗା,୧୭ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ପଦାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ ପ୍ରସୂତି...

ଗାଜଲବାଡ଼ି ଘାଟି ସମ୍ପ୍ରସାରଣ ପାଇଁ ରାଜପଥ ଅବରୋଧ, ୧୫ ଦିନରେ ମରାମତି ପାଇଁ ପ୍ରତିଶ୍ରୁତି ପରେ…

ଦାରିଙ୍ଗବାଡ଼ି,୧୭ା୧୨(ଅରୁଣ ସାହୁ): ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟି ସମ୍ପ୍ରସାରଣରେ ବିଳମ୍ବକୁ ନେଇ ତେଜିଛି ଅସନ୍ତୋଷ। ବୁଧବାର ଗଞ୍ଜାମ-କନ୍ଧମାଳ ସୀମାବର୍ତ୍ତୀ...

୪ମାସ ପର୍ଯ୍ୟନ୍ତ ଦେବାକୁ ପଡିବନି ଟୋଲ ଟାକ୍ସ!

ନୂଆଦିଲ୍ଲୀ,୧୭।୧୨: ଦିଲ୍ଲୀ-ଏନସିଆରରେ ପ୍ରଦୂଷଣ ବୃଦ୍ଧି ପାଉଛି। ପ୍ରଦୂଷଣକୁ ଦୃଷ୍ଟିରେ ରଖି, ସୁପ୍ରିମକୋର୍ଟ ଭାରତୀୟ ମହାନଗର ନିଗମ (ଏମସିଡି)କୁ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ସୁପ୍ରିମକୋର୍ଟ କହିଛନ୍ତି...

ମୋକିମ ବହିଷ୍କାର ବିବାଦ, କଥାହେଲେ କେନ୍ଦ୍ରୀୟ ନେତା

ଭୁବନେଶ୍ୱର,୧୭।୧୨:  କଂଗ୍ରେସରୁ ମୋକିମଙ୍କୁ ବହିଷ୍କାର କରିବା ପରେ ରାଜନୈତିକ ବୟାନବାଜି ଆରମ୍ଭ ହୋଇଯାଇଛି । ଅନେକ ନେତା ମୋକିମ ସପକ୍ଷରେ ବାହାରୁଥିବା ଦେଖାଯାଇଛି । ଏହାରି...

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri