ଆଜି ପରିକ୍ରମା ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ,୨୪।୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଶିଳାନ୍ୟାସ କରିବେ। ଏଥିସହ ମହାଯଜ୍ଞର ପୂର୍ଣ୍ଣାହୁତି କାର୍ଯ୍ୟକ୍ରମରେ ଯୋଗଦେବେ। ସେହିପରି ଶିଳାନ୍ୟାସ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସମେତ ରାଜ୍ୟ ମନ୍ତ୍ରିମଣ୍ଡଳର ସମସ୍ତ ସଦସ୍ୟ ଏବଂ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିବିଶେଷ ଯୋଗଦେବେ। ଏହି ଅବସରରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ଜମି ଦେଇଥିବା ବ୍ୟକ୍ତିବିଶେଷଙ୍କୁ ସମ୍ମାନିତ କରାଯିବା ସହ ପରିକ୍ରମା ପ୍ରକଳ୍ପର ଏକ ମଡେଲ ଅନାବରଣ ହେବ ବୋଲି ମଙ୍ଗଳବାର ଓଡ଼ିଶା ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜ ଏଠାରେ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି।
ସେ କହିଛନ୍ତି, ଯଜ୍ଞଶାଳାରେ ମଙ୍ଗଳବାର ସକାଳେ ସୂର୍ଯ୍ୟପୂଜା, ଗୋପୂଜା ନୀତି, ଅଗ୍ନିପୂଜା ଆଦି ସମ୍ପନ୍ନ ହୋଇଛି। ସେହିପରି ଅପରାହ୍ନ ୨ଟା ୩୦ରୁ ସନ୍ଧ୍ୟା ୬ଟା ମଧ୍ୟରେ ଶିଳାସ୍ନାନ ଓ ଯଜ୍ଞ ଆଦି ଅନୁଷ୍ଠିତ ହୋଇଛି। ବୁଧବାର ସକାଳ ୭ରୁ ୯ଟା ୩୦ ପର୍ଯ୍ୟନ୍ତ ସୂର୍ଯ୍ୟପୂଜା, ଅଗ୍ନିପୂଜା ତଥା ଯଜ୍ଞବିଧି ହେବ। ପୂର୍ବାହ୍ନ ୯ଟା ୪୫ରୁ ୧୦ଟା ମଧ୍ୟରେ ଶିଳା ବିଜେ ହେବ। ୧୦ଟା ୧୫ରୁ ୧୦ଟା ୩୦ ମଧ୍ୟରେ ଶିଳା ସ୍ଥାପନ ଓ ପୁଷ୍ପାଞ୍ଜଳି ଦିଆଯିବ। ଶେଷରେ ଯଜ୍ଞର ପୂର୍ଣ୍ଣାହୁତି ହେବ। ଏହାପରେ ମୁଖ୍ୟମନ୍ତ୍ରୀ ପରିକ୍ରମା ପ୍ରକଳ୍ପର ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି। ଏ ନେଇ ଜିଲାପାଳ ସମର୍ଥ ବର୍ମା କହିଛନ୍ତି, ପ୍ରଶାସନ ପକ୍ଷରୁ ଗତ ୨୧ ତାରିଖରୁ ସମସ୍ତ ବ୍ୟବସ୍ଥା କରାଯାଇଛି। ଶ୍ରୋତ୍ରିୟ ବ୍ରାହ୍ମଣଙ୍କ ଦ୍ୱାରା ପୂଜାର୍ଚ୍ଚନା ଓ ହୋମଯଜ୍ଞ ଚାଲିଛି। ୨୪ ତାରିଖ ପୂର୍ଣ୍ଣାହୁତି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଗଜପତି ମହାରାଜା ଦିବ୍ୟସିଂହ ଦେବ ଯୋଗଦେବା ନେଇ ପ୍ରସ୍ତୁତ ହୋଇଥିବା ଖସଡ଼ା ମୁତାବକ କାର୍ଯ୍ୟକ୍ରମକୁ ପରିଚାଳିତ କରାଯାଉଛି। ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ସରିଛି। ସେହିପରି ଏସ୍‌ପି କନୱର ବିଶାଲ ସିଂ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ପ୍ରାୟ ୨୫ ପ୍ଲାଟୁନ୍‌ ପୋଲିସ ଫୋର୍ସ, ୩ଜଣ ଅତିରିକ୍ତ ଏସ୍‌ପି, ୧୦ ଜଣ ଡିଏସ୍‌ପି, ୪୦ ଜଣ ଇନ୍ସପେକ୍ଟର ଓ ଶହେରୁ ଊର୍ଦ୍ଧ୍ୱ ପୋଲିସ ଅଧିକାରୀ ସୁରକ୍ଷା ଦାୟିତ୍ୱରେ ରହିବେ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ସମୟରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯିବ। କିଛି ସମୟ ପାଇଁ ବଡ଼ଦାଣ୍ଡକୁ ନୋ ମ୍ୟାନ୍‌ ଲ୍ୟାଣ୍ଡରେ ପରିଣତ କରିବାକୁ ନିଷ୍ପତ୍ତି ନିଆଯାଇଥିବାବେଳେ ଶ୍ରଦ୍ଧାଳୁଙ୍କ ଦର୍ଶନ ବ୍ୟବସ୍ଥା ଯେଉଁଭଳି ଭାବେ ବାଧାପ୍ରାପ୍ତ ନ ହୁଏ, ସେନେଇ ବ୍ୟବସ୍ଥା ହୋଇଛି। ସେହିପରି ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ସମୟରେ ବଡ଼ଦାଣ୍ଡରେ ମଧ୍ୟ କଟକଣା ରହିବ। ସକାଳ ୬ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଡାକ୍ତରଖାନା ଛକଠାରୁ ଶ୍ରୀମନ୍ଦିର ପର୍ଯ୍ୟନ୍ତ ସମସ୍ତ ଦୋକାନ ବଜାର ବନ୍ଦ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ପୀତବାସ ହତ୍ୟା ମାମଲାର ସାକ୍ଷୀଙ୍କୁ ଧମକ: ଡାକ୍ତରଙ୍କ ମୋବାଇଲ ଫୋନ ଜବତ

ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲ ଭିତରୁ ଯେଉଁ ମୋବାଇଲ ଫୋନରୁ ଧମକ ମିଳିଥିବା ତାହା ସେଠାରେ କାର୍ଯ୍ୟରତ…

ପୋଖରୀରେ ବୁଡ଼ି ଚାଲିଗଲା ଜୀବନ

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମା’ନାରାୟଣୀ ଠାକୁରାଣୀ ମନ୍ଦିର ନିକଟ ପୋଖରୀକୁ ଶୌଚ ପାଇଁ ଯାଇଥିବା ଜଣେ ମହିଳା ଗୁରୁବାର…

ରାଣୀ ସାହି ଦୁର୍ଗାପୂଜା କମିଟି ଗଠିତ, ଆଶ୍ୱିନ ମହାସପ୍ତମୀରୁ ହେବ ମହୋତ୍ସବ

ଦିଗପହଣ୍ଡି,୧୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ. ୱାର୍ଡ ରାଣୀ ସାହି ଦୁର୍ଗାପୂଜା କମିଟିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରତିବର୍ଷ ଭଳି…

‘ମୁକ୍ତା’ଯୋଜନାରେ ହୋଇଥିବା କାର୍ଯ୍ୟର ଭିଜିଲାନ୍ସ ତଦନ୍ତ ହେବ: ବିଧାୟକ

ଗୁଡାରି,୧୭।୯(ପ୍ରମୋଦ କୁମାର ପତି): ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ଗୁଡାରି ଏନ୍‌ଏସି କାର୍ଯ୍ୟାଳୟରେ ଗୁରୁବାର ବିଭିନ୍ନ ଯୋଜନାର ସମୀକ୍ଷା କରିଥିଲେ। ନଥିପତ୍ର ଯାଞ୍ଚ ପରେ ଭେଣ୍ଡି ଜୋନ…

ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୯(ସୁଚିସ୍ମିତା ସାହୁ): ଭୁବନେଶ୍ୱର ସମେତ ସାରା ରାଜ୍ୟରେ ଜଳିଲା କୋଟିଏରୁ ଅଧିକ ‘ଆଶୀର୍ବାଦ ଦୀପ’। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ଗୁରୁବାର ରାଜ୍ୟ ସରକାରଙ୍କ…

‘ସ୍ନେହଭରା ପ୍ରତ୍ୟେକ ଶବ୍ଦ ପାଇଁ…’ ଜନ୍ମଦିନର ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଜନ୍ମଦିନ ଅବସରରେ ମିଳିଥିବା ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ (X) ରେ ପୋଷ୍ଟ କରି…

ଜମିକୁ ଯାଇ ଗଛରେ ଝୁଲି ପଡ଼ିଲେ ଚାଷୀ

ଭେଡେନ,୧୭।୯(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଅଧୀନ ରେଶମ ପ୍ରଧାନପାଲି ଗ୍ରାମରୁ ଗୁରୁବାର ଜଣେ ଚାଷୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ ଉକ୍ତ ଗ୍ରାମର…

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଝଲସିଲା ମନ୍ଦିର ପ୍ରାଙ୍ଗଣ

ପାଟଣା,୧୭।୯(ବୀର କିଶୋର ଦାଶ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ବିଭିନ୍ନ ମନ୍ଦିର ଏବଂ ଧାର୍ମିକ ଅନୁଷ୍ଠାନରେରେ ଗୁରୁବାର ସନ୍ଧ୍ୟାରେ ପ୍ରଦୀପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?