ଆଜି ହୀରାକୁଦ ଜଳଭଣ୍ଡାରରୁ ନିଷ୍କାସନ ହେବ ପ୍ରଥମ ବନ୍ୟାଜଳ

ସମ୍ବଲପୁର,୨୮ା୭(ପ୍ରମୋଦ ବହିଦାର): ଉପରମୁଣ୍ଡରେ ବର୍ଷା ଯୋଗୁ ମହାନଦୀର ଜଳପ୍ରବାହ ବଢ଼ିଛି। ତେଣୁ ଜୁଲାଇ ୨୮ ରବିବାର ଜଳଭଣ୍ଡାରରୁ ସ୍ଲୁଇସ୍‌ ଗେଟ୍‌ ମାଧ୍ୟମରେ ଚଳିତ ଋତୁର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯିବ ବୋଲି ହୀରାକୁଦ ଜଳଭଣ୍ଡାର କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଏଥିପାଇଁ ଗତ ଦୁଇଦିନ ହେଲା ମହାନଦୀ ଅବବାହିକାରେ ବସବାସ କରୁଥିବା ଅଧିବାସୀଙ୍କୁ ଡାକବାଜି ଯନ୍ତ୍ର ସାହାଯ୍ୟରେ ସତର୍କ ରହିବାକୁ ସୂଚନା ଦିଆଯାଉଛି।
ମୁଖ୍ୟଯନ୍ତ୍ରୀ ମହାନଦୀ ବେସିନ ଇଂ. ସୁଶୀଳ କୁମାର ବେହେରା କହିଛନ୍ତି, ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରକୁ ମହାନଦୀର ଜଳ ପ୍ରବେଶ ପରିମାଣ ଅହେତୁକ ବୃଦ୍ଧିପାଇଛି। ରୁଲ୍‌କର୍ଭ ନିୟମ ଅନୁସାରେ ଜୁଲାଇ ଶେଷ ସୁଦ୍ଧା ଜଳଭଣ୍ଡାରରେ ଜଳସ୍ତର ୬୦୫ ଫୁଟ୍‌ରୁ ପ୍ରାୟ ୧୦ ଫୁଟ୍‌ ଅଧିକ ରହିଥିବାରୁ ରବିବାର ସକାଳ ୯ଟାରେ ସ୍ଲୁଇସ୍‌ ଗେଟ୍‌ ଖୋଲାଯାଇ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯିବ। ଉତ୍ତରାଞ୍ଚଳ ଆଇଜି ହିମାଂଶୁ ଲାଲ, ସମ୍ବଲପୁର ଜିଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ ଓ ଆରକ୍ଷୀ ଅଧୀକ୍ଷକ ମୁକେଶ ଭାମୁ ସ୍ଲୁଇସ୍‌ ଗେଟ୍‌ ଖୋଲିବା ପ୍ରକ୍ରିୟାର ଶୁଭାରମ୍ଭ କରିବେ ବୋଲି ସେ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଜଳଭଣ୍ଡାର ମଧ୍ୟକୁ ବନ୍ୟାଜଳ ପ୍ରବେଶକୁ ଅନୁଧ୍ୟାନକରି ଗେଟ୍‌ ଖୋଲାଯିବା ନେଇ ନିଷ୍ପତ୍ତି ନିଆଯିବ। ତେବେ ବର୍ତ୍ତମାନ ସ୍ଥିତିରେ ୧୦ରୁ ୧୨ଟି ଗେଟ୍‌ ଖୋଲାଯିବ।
ହୀରାକୁଦ ଜଳଭଣ୍ଡାରର ସର୍ବୋଚ୍ଚ ଜଳ ଧାରଣ କ୍ଷମତା ୬୩୦ ଫୁଟ୍‌ ଥିବାବେଳେ ଜଳସ୍ତର ୬୦୫ ଅତିକ୍ରମ କଲେ ସ୍ଲୁଇସ୍‌ ଗେଟ୍‌ ମାଧ୍ୟମରେ ଜଳ ନିଷ୍କାସନ ପ୍ରକ୍ରିୟା ଆରମ୍ଭ ହୋଇଥାଏ। ଉପରମୁଣ୍ଡରେ ଗତ ୨୪ ଘଣ୍ଟା ମଧ୍ୟରେ ୨୬.୯୩ ମିଲିମିଟର ଓ ତଳମୁଣ୍ଡରେ ୨୨.୨୮ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଶନିବାର ରାତି ସାଢ଼େ ୯ଟା ସୁଦ୍ଧା ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ୬୧୫.୨୯ଫୁଟ୍‌ ରହିଛି। ପ୍ରତି ସେକେଣ୍ଡରେ ୨ ଲକ୍ଷ ୯୪ହଜାର ୧୧୨ ଘନଫୁଟ୍‌ ଜଳ ପ୍ରବେଶ କରୁଥିବାବେଳେ ଜଳଭଣ୍ଡାରରୁ ବିଭିନ୍ନ କେନାଲ ମାଧ୍ୟମରେ ୩୯ ହଜାର ୫୧୨ ଘନଫୁଟ୍‌ ଜଳ ନିଷ୍କାସନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ପୋଲିସ ସେବା ପୁରସ୍କାର-୨୦୨୬ ଘୋଷଣା: ଓଡ଼ିଶାର ସଞ୍ଜୀବ ପଣ୍ଡା, ସ୍ମୀତାରାଣୀ ମହାନ୍ତିଙ୍କୁ ରାଷ୍ଟ୍ରପତି ପଦକ

ଭୁବନେଶ୍ୱର,୧୪ା୮(ତ୍ରିନାଥ ମହାନ୍ତି): ସ୍ବାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଓଡ଼ିଶା ସମେତ ଦେଶର ଅନ୍ୟାନ୍ୟ ରାଜ୍ୟ, କେନ୍ଦ୍ର ଶାସିତ ଅଞ୍ଚଳ ଏବଂ ବିଭିନ୍ନ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri