ଗଞ୍ଜାମକୁ ବଳିଯିବ ଖୋର୍ଦ୍ଧା ସ୍ଥିତି: ଆଜି ଚିହ୍ନଟ ହେଲେ ସର୍ବାଧିକ ୪୧୯ ଆକ୍ରାନ୍ତ

ଭୁବନେଶ୍ୱର,୧୮।୮(ବ୍ୟୁରୋ): ଏକ ପ୍ରକାର ଗଞ୍ଜାମରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମ୍‌ ରହୁଥିବା ବେଳେ ବର୍ତ୍ତମାନ ଚିନ୍ତା ବଢ଼ାଇଛି ଖୋର୍ଦ୍ଧା ଜିଲା। ମଙ୍ଗଳବାର ରାଜ୍ୟରେ ୨୯ ଜିଲାରୁ ୨୨୩୯ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ୪୧୯ ଖୋର୍ଦ୍ଧା ଜିଲାରୁ ଚିହ୍ନଟ ହୋଇଛନ୍ତି। ଅନ୍ୟପକ୍ଷରେ ଗଞ୍ଜାମରୁ ୨୪୬ ଆକ୍ରାନ୍ତ ଅଛନ୍ତି। ଯାହା ଖୋର୍ଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟାଠାରୁ ଯଥେଷ୍ଟ କମ୍‌। ତେବେ କ୍ରମାଗତ ଭାବେ ଏହିଭଳି ସ୍ଥିତି ଲାଗି ରହିଲେ କିଛି ଦିନ ମଧ୍ୟରେ ଗଞ୍ଜାମର ପୂର୍ବ ସ୍ଥିତିକୁ ଖୋର୍ଦ୍ଧା ଚାଲିଯିବ ବୋଲି ଚର୍ଚ୍ଚା ହେଉଛି।
ସୂଚନାଯୋଗ୍ୟ, ମଙ୍ଗଳବାର ରାଜ୍ୟରେ ୨୯ ଜିଲାରୁ ୨୨୩୯ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୬୪୫୩୩କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧୪୧୬ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୮୨୩ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri