ଆଜି ମହାପ୍ରଭୁଙ୍କୁ ଲାଗି ହେବ ଫୁଲୁରି ତେଲ

ପୁରୀ ଅଫିସ, ୧୯।୬- ସ୍ନାନପୂର୍ଣ୍ଣିମାରେ ୧୦୮ ଗଡୁ ଜଳରେ ସ୍ନାନ ପରେ ଜ୍ୱରରେ ପଡ଼ିଛନ୍ତି ମହାପ୍ରଭୁ। ଅଣସର ଘରେ ଏବେ ଚତୁର୍ଦ୍ଧାବିଗ୍ରହ। ଶ୍ରୀଅଙ୍ଗ ଲାଗି ସେବକ ଦଇତାପତିମାନେ ଶ୍ରୀବିଗ୍ରହଙ୍କ ସେବାରେ ଲାଗିପଡ଼ିଛନ୍ତି। ଗୃହରେ ଦାରୁଦିଅଁଙ୍କ ଶ୍ରୀଅଙ୍ଗରେ ରବିବାର ଫୁଲୁରି ତେଲ ଲାଗି ହେବ। ଦଇତାପତି ସେବକମାନେ ଫୁଲୁରି ତେଲ ଲାଗି କରିବେ। ଏହି ଫୁଲୁରି ତେଲ ବଡଓଡ଼ିଆ ମଠ ପକ୍ଷରୁ ଶ୍ରୀମନ୍ଦିରକୁ ଯୋଗାଇ ଦିଆଯାଇଥାଏ। ହେରାପଞ୍ଚମୀ ଦିନ ଘଣାପେଡ଼ା ରାଶି ତେଲରେ ୧୪ ପ୍ରକାର ଫୁଲ, ୭ ପ୍ରକାର ଔଷଧୀୟ ଚେରମୂଳ ଏବଂ ସୁବାସିତ ଦ୍ରବ୍ୟ ପକାଇ ଏକ ମାଟିପାତ୍ରରେ ରଖି ମାଟିତଳେ ପୋତାଯାଇଥାଏ। ଦେବସ୍ନାନ ପୂର୍ଣ୍ଣିମା ପୂର୍ବଦିନ ମାଟିତଳୁ ତେଲକୁ ବାହାର କରାଯାଇ ରଖାଯାଇଥାଏ। ଅଣସର ପଞ୍ଚମୀ ଦିନ ତେଲକୁ ଛଣାଯାଇ ସେଥିରେ ବିଭିନ୍ନ ପ୍ରକାର ସୁଗନ୍ଧୀୟ ଦ୍ରବ୍ୟ ଓ ଫୁଲ ପକାଯାଇ ଫୁଲୁରି ତେଲ ପ୍ରସ୍ତୁତ କରି ମହାପ୍ରଭୁଙ୍କୁ ଲାଗି ପାଇଁ ପଠାଯାଏ। ରବିବାର ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସମ୍ପନ୍ନ ହେବା ପରେ ଅପରାହ୍ନରେ ମଠରୁ ହାଣ୍ଡିରେ ୬ ସେର ଫୁଲୁରି ତେଲ ଶ୍ରୀମନ୍ଦିରକୁ ବିଜେ କରିବ। ଦକ୍ଷିଣୀ ଘର ଭୋଗ ସମ୍ପନ୍ନ ହେବା ପରେ ଜୟ ବିଜୟ ଦ୍ୱାର ବନ୍ଦ କରାଯାଇ ଅଣସର ଘର ଦ୍ୱାର ବା ବେହେରଣ ଦ୍ୱାର ଖୋଲାଯିବ। ପରେ ଅଣସର ନୀତି ଆରମ୍ଭ ହେବ। ପତିମହାପାତ୍ର ସେବକ ୩ଟି ରୁପା ପିଙ୍ଗଣରେ ଫୁଲୁରି ତେଲ ନେଇ ସଂସ୍କାର କରିବା ପରେ ଦଇତାପତିମାନେ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି କରାଇବେ। ମହାପ୍ରଭୁଙ୍କ ଗୁପ୍ତ ନୀତି ମଧ୍ୟରେ ଫୁଲୁରି ତେଲ ଲାଗି ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ।


Enter your email to get our daily news in your inbox.

All Right Reserved By Dharitri.Com

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର

ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶନିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri