ଆଜି ମହାପ୍ରଭୁଙ୍କୁ ଲାଗି ହେବ ନୀଳାଚଳ ଅବଢ଼ା

ପୁରୀ,୨।୭(ଅଜିତ୍‌ ମହାନ୍ତି)ନବଦିନାମତ୍କ ଘୋଷଯାତ୍ରା ସାରି ମହାପ୍ରଭୁ ଶ୍ରୀଜଗନ୍ନାଥ ଭଉଣୀଭାଇଙ୍କ ସହ ଏବେ ଶ୍ରୀମନ୍ଦିର ରତ୍ନସିଂହାସନରେ ଗୋଟି ପହଣ୍ଡିରେ ବିଜେ କରିଛନ୍ତି। ସ୍ନାନପୂର୍ଣ୍ଣିମାଠାରୁ ଶୂନ୍ୟ ପଡ଼ିଥିବା ଶ୍ରୀମନ୍ଦିର ରତ୍ନବେଦି ମହାପ୍ରଭୁଙ୍କ ବିଜେ ପରେ ପୁଣି ଶ୍ରୀମନ୍ଦିର ପୂର୍ଣ୍ଣ ହୋଇଉଠିଛି। ମହାପ୍ରଭୁ ଶ୍ରୀମନ୍ଦିରକୁ ବିଜେ କରିବା ପରେ ରବିବାରଠାରୁ ଶ୍ରୀମନ୍ଦିରରେ ନୀଳାଚଳ ଅବଢ଼ା ବାହାରିବ। ଭକ୍ତ ଏବଂ ଶ୍ରଦ୍ଧାଳୁ ମହାପ୍ରସାଦ ପାଇବେ। ସେହିପରି ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଭକ୍ତମାନେ ଶ୍ରୀମନ୍ଦିରରେ ଦର୍ଶନ କରିବେ। ରବିବାର ମହାପ୍ରଭୁଙ୍କ ସକାଳ ଧୂପ ପରେ ଭକ୍ତମାନଙ୍କୁ ନୀଳାଚଳ ଅବଢ଼ା ମିଳିବ। ମହାପ୍ରଭୁ ରଥ ଉପରେ ଥିବାରୁ ମହାପ୍ରଭୁଙ୍କୁ ଶୁଖୁଲତ୍ ଭୋଗ ଲାଗି ହେଉଥିଲା। ମହାପ୍ରଭୁ ଶ୍ରୀମନ୍ଦିରକୁ ବିଜେ କରିବା ପରେ ରବିବାର ମହାପ୍ରଭୁଙ୍କ ନିକଟରେ ମହାପ୍ରସାଦ ଲାଗି ହେବ। ରଥଯାତ୍ରା ପରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନିକଟରେ ପ୍ରଥମକରି ମହାପ୍ରସାଦ ଲାଗି ହେଉଥିବାରୁ ଏହାକୁ ନୀଳାଚଳ ଅବଢ଼ା ବୋଲି କୁହାଯାଇଥାଏ। ରଥଯାତ୍ରା ପୂର୍ବରୁ ଯେଉଁଭଳି ଭାବେ ଭକ୍ତମାନେ ମହାପ୍ରସାଦ ପାଇଥିଲେ। ଠିକ୍‌ ସେହିଭଳି ଭାବରେ ମହାପ୍ରସାଦ ଶ୍ରୀମନ୍ଦିର ପରିସରରେ ପାଇପାରିବେ। ମହାପ୍ରଭୁଙ୍କ ନିକଟରେ ଭୋଗ ହୋଇଥିବା ପ୍ରଥମ ନୀଳାଚଳ ଅବଢାକୁ ପାଇବା ପାଇଁ ଭକ୍ତମାନଙ୍କ ମଧ୍ୟରେ ପ୍ରବଳ ଆଶା ରହିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ତରପ୍ରଦେଶରେ ଶକ୍ତିଶାଳୀ ଝଡ଼ବାତ୍ୟା: ୧୦୦ରୁ ଅଧିକ ମୃତାହତ

ଲକ୍ଷ୍ନୌ,୧୪ା୫: ଉତ୍ତରପ୍ରଦେଶର ଭଦୋହି, ବୁଦାଉଁ, ଫତେପୁର ଏବଂ ସୋନଭଦ୍ରା ଜିଲାରେ ବୁଧବାର ପ୍ରବଳ ବର୍ଷା ସାଙ୍ଗକୁ ଝଡ଼ବାତ୍ୟାଝଡ଼ବାତ୍ୟା ହୋଇଛି। ଏହି ଝଡ଼ବାତ୍ୟାରେ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଅଧିକାରୀମାନେ…

କେରଳମ୍‌ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କଲା କଂଗ୍ରେସ: ଏହି ବ୍ୟକ୍ତିଙ୍କ ମୁଣ୍ଡରେ ସୁନାକଳସ

ନୂଆଦିଲ୍ଲୀ,୧୪।୫: କେରଳମ୍‌ ବିଧାନସଭା ନିର୍ବାଚନର ଫଳାଫଳ ଘୋଷଣା ହେବାର ପ୍ରାୟ ୧୦ ଦିନ ପରେ ଆଜି କଂଗ୍ରେସ ମୁଖ୍ୟମନ୍ତ୍ରୀ ନାଁ ଘୋଷଣା କରିଛି। ଭିଡି ସତିସନ କେରଳର…

ସୁନା ସମ୍ପର୍କରେ କ୍ୟାବିନେଟ ବୈଠକରେ ମନ୍ତ୍ରୀମାନଙ୍କୁ ମୋଦିଙ୍କ କଡ଼ା ବାର୍ତ୍ତା

ନୂଆଦିଲ୍ଲୀ,୧୪।୫: କ୍ୟାବିନେଟ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତ୍ରୀ ଏବଂ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ ସରଳତାକୁ ଗ୍ରହଣ କରିବା ଏବଂ ସମ୍ବଳର ବିଚାରବନ୍ତ ବ୍ୟବହାର କରିବାକୁ ପରାମର୍ଶ ଦେଇଥିଲେ।…

ରାଜଧାନୀରେ ଲଜ୍ଜା: ଚଳନ୍ତା ବସ୍‌ରେ ମହିଳାଙ୍କୁ ଗଣବଳାତ୍କାର, ପୀଡ଼ିତା କହିଲେ ୨ ଘଣ୍ଟା ଧରି…

ନୂଆଦିଲ୍ଲୀ,୧୪ା୫: ରାଜଧାନୀ ଦିଲ୍ଲୀର ରାଣୀବାଗ ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ଚଳନ୍ତା ସ୍ଲିପର ବସ୍‌ରେ ଜଣେ ୩୦ ବର୍ଷୀୟା ମହିଳାଙ୍କୁ ଗଣବଳାତ୍କାର କରାଯାଇଛି। ପୀଡ଼ିତା ପୋଲିସକୁ…

ଖୁସି ଖବର, ବନ୍ଦ ହେବ ନାହିଁ LPG ସପ୍ଲାଇ, ଭାରତ ପ୍ରସ୍ତୁତ କଲା 40,000 କୋଟି ଟଙ୍କାର ପ୍ଲାନ

ନୂଆଦିଲ୍ଲୀ,୧୪।୫: ଭାରତରେ ଏକ ଲୋକପ୍ରିୟ କଥା ଅଛି ଯେ ଭବିଷ୍ୟତର ସମାଧାନ ପ୍ରାୟତଃ ଏକ ସଙ୍କଟ ଭିତରେ ଲୁଚି ରହିଛି; କେବଳ ଏହାକୁ ଖୋଜିବା ଆବଶ୍ୟକ। ଇରାନ…

ପବନରେ ଉଡିଗଲା ରେଳ ଷ୍ଟେଶନ ଆଜବେଷ୍ଟସ୍‌: କାମକୁ ନେଇ ଲୋକଙ୍କ ମନରେ ଉଠୁଛି ପ୍ରଶ୍ନ

ଲାଠୋର,୧୪/୫(ଭୁବନେଶ୍ୱର ବାରିକ): କାଳବୈଶାଖୀ ବଲାଙ୍ଗିର ଜିଲା ହରିଶଙ୍କର ରୋଡ ରେଳ ଷ୍ଟେଶନ ପ୍ଲାଟଫର୍ମରେ ଥିବା ସେଡର ଆଜବେଷ୍ଟସ ଉଡ଼ିବା ସହ ଲୁହା ପାଚେରି ଲେଉଟି ପଡ଼ିଥିବା ଗୁରୁବାର…

କନିଷ୍ଠ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗ

ଭଦ୍ରକ, ୧୪/୫(ସନାତନ ରାଉତ): ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ମାମଲାରେ ଭଦ୍ରକ କାଡା ଡିଭିଜନର ଇଞ୍ଜିନିୟର ବିଜୟ କୁମାର ମହାନ୍ତିଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଗୁରୁବାର…

ଦିନକ ପରେ ସାବିତ୍ରୀ, ଜମୁଛି ଆମ୍ବ-ପଣସ ଆସର

ଗଞ୍ଜାମ,୧୪।୫(ବିଦ୍ୟାଧର ସାହୁ): ଦିନକ ପରେ ଅର୍ଥାତ ଶନିବାର ସମଗ୍ର ରାଜ୍ୟରେ ପାଳିତ ହେବ ସାବିତ୍ରୀ ଅମାବାସ୍ୟା l କେଉଁ ଆବାହନ କାଳରୁ ବାପାମା’ ଝିଅ ପାଇଁ ଭାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri