Posted inଖେଳ

ଆଜିଠୁ ପ୍ୟାରିସ୍‌ ଅଲିମ୍ପିକ୍ସ: ବିଶ୍ୱର ୧୦,୫୦୦ରୁ ଊର୍ଦ୍ଧ୍ୱ ଆଥଲେଟ୍‌ଙ୍କ ସମାଗମ

ପ୍ୟାରିସ୍‌,୨୬ା୭(ପି.ଟି.):ପ୍ୟାରିସ୍‌ ପ୍ରସ୍ତୁତ। ବିଶ୍ୱର ୧୦,୫୦୦ରୁ ଊର୍ଦ୍ଧ୍ୱ ଆଥଲେଟ୍‌ଙ୍କ ସମାଗମରେ ‘ସିଟି ଅଫ୍‌ ଲାଇଟ୍ସ’ ହୋଇଉଠିଛି ଚଳଚଞ୍ଚଳ। ଶୁକ୍ରବାରଠାରୁ ଏଠାରେ ଆରମ୍ଭ ହେବ ବିଶ୍ୱର ସର୍ବୋଚ୍ଚ କ୍ରୀଡ଼ା ପ୍ରତିଯୋଗିତା ଅଲିମ୍ପିକ୍ସର ୩୩ତମ ସଂସ୍କରଣ। ବିଶ୍ୱର ପ୍ରଥମ ସହର ଭାବରେ ପ୍ୟାରିସ୍‌ ତୃତୀୟ ଥର ପାଇଁ ଅଲିମ୍ପିକ୍ସ ଆୟୋଜନ କରିବାକୁ ଯାଉଛି। ଦୀର୍ଘ ୧୦୦ ବର୍ଷ ପରେ ପ୍ୟାରିସ୍‌କୁ ଅଲିମ୍ପିକ୍ସ ପ୍ରତ୍ୟାବର୍ତ୍ତନ କରିଥିବାରୁ ଏହାକୁ ସ୍ମରଣୀୟ କରିବା ପାଇଁ ଆୟୋଜକମାନେ ପ୍ରତିଶ୍ରୁତିବଦ୍ଧ। ଏଥର ନିଆରା ଢଙ୍ଗରେ ହେବ ଉଦ୍‌ଘାଟନୀ ସମାରୋହ। ପୂର୍ବରୁ ଷ୍ଟାଡିୟମରେ ଏହି ମେଗା କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଥିବାବେଳେ ଏଥର ସିନ୍‌ ନଦୀରେ ଦେଖିବାକୁ ମିଳିବ ଉଦ୍‌ଘାଟନୀ ଝଲକ। ଏଥିରେ ଫ୍ରାନ୍ସର କଳା, ସଂସ୍କୃତି, ଭାସ୍କର୍ଯ୍ୟ ପ୍ରତିଫଳିତ ହେବା ସହ ନୃତ୍ୟ ସଙ୍ଗୀତ ପରିବେଷଣ କରାଯିବ। ୯୦ଟି ଡଙ୍ଗାରେ ଆଥଲେଟମାନଙ୍କ ପରେଡ୍‌ ଅନୁଷ୍ଠିତ ହେବ। ପ୍ରାୟ ୬ କି.ମି. ଯାଏ ଏହି ପରେଡ ହେବାକୁ ଥିବାବେଳେ ସିନ୍‌ ନଦୀର ଉଭୟ ପାର୍ଶ୍ୱରେ ୩ ଲକ୍ଷ ୨୦ ହଜାର ଦର୍ଶକ ପରେଡ୍‌ର ମଜା ଉଠାଇବେ। ଅଷ୍ଟରଲିଜ୍‌ ବ୍ରିଜ୍‌ ନିକଟରୁ ଆରମ୍ଭ ହୋଇ ପରେଡ୍‌ ଇଫେଲ ଟାଓ୍ବାରର ଟ୍ରକାଡେରୋ ଗାର୍ଡେନ୍ସରେ ଶେଷ ହେବ। ବର୍ଷା ହେବାର ସମ୍ଭାବନା ଥିଲେ ମଧ୍ୟ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ନିର୍ଦ୍ଧାରିତ ସମୟରେ ଆରମ୍ଭ ହେବ ବୋଲି ଆୟୋଜକଙ୍କ ପକ୍ଷରୁ ସ୍ପଷ୍ଟ କରାଯାଇଛି। ପ୍ୟାରିସ ସମୟ ସନ୍ଧ୍ୟା ୭.୩୦ ତଥା ଭାରତୀୟ ସମୟ ରାତି ୧୧.୦୦ରେ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ଆରମ୍ଭ ହେବ। କିମ୍ବଦନ୍ତୀ ଫୁଟବଲର ଜିନେଡିନ ଜିଡାନ୍‌ ଅଲିମ୍ପିକ୍ସ ମଶାଲରେ ଅଗ୍ନି ସଂଯୋଗ ସହ ଏହି ସମାରୋହ ଆରମ୍ଭ ହେବ।
ପୂର୍ବରୁ ୧୯୦୦ ଓ ୧୯୨୪ରେ ପ୍ୟାରିସ୍‌ ସଫଳତାର ସହ ଏହି କ୍ରୀଡ଼ା ମହାକୁମ୍ଭ ଆୟୋଜନ କରିଥିଲା। ଉଦ୍‌ଘାଟନୀ ସମାରୋହରେ ବ୍ୟାଡ୍‌ମିଣ୍ଟନ ତାରକା ପି.ଭି. ସିନ୍ଧୁ ଓ ଟେବୁଲ ଟେନିସ ଖେଳାଳି ଅଚନ୍ତ ଶରଥ କମଲ ତ୍ରିରଙ୍ଗା ବାହକ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

୧୧୨କୁ ଫୋନ କରନ୍ତୁ: ଅଗ୍ନିଶମ ଡିଜି

ଭୁବନେଶ୍ୱର,୩୧।୧: ଓଡ଼ିଶା ଅଗ୍ନିଶମ ବିଭାଗ ପକ୍ଷରୁ ଜନସାଧାରଣଙ୍କୁ ସଚେତନତା କରିବା ପାଇ ଶନିବାର ଏକ ନିଆରା ପ୍ରୟାସ ଆରମ୍ଭ କରାଯାଇଛି। ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀଙ୍କ ଉପସ୍ଥିତିରେ…

ମହାରାଷ୍ଟ୍ରର ପ୍ରଥମ ମହିଳା ଉପ ମୁଖ୍ୟମନ୍ତ୍ରୀଙ୍କ ଶିକ୍ଷାଗତ ଯୋଗ୍ୟତା କେତେ? ଭାଙ୍ଗିଲେ ଦଶନ୍ଧିର ଇତିହାସ

ମୁମ୍ବାଇ,୩୧।୧: ମହାରାଷ୍ଟ୍ରର ରାଜନୈତିକ ଦୃଶ୍ୟପଟ ଏକ ପରିବର୍ତ୍ତନ ଆଣିଛି। ପ୍ରଥମ ଥର ପାଇଁ, ରାଜ୍ୟ ଜଣେ ମହିଳା ଉପମୁଖ୍ୟମନ୍ତ୍ରୀଙ୍କୁ ପାଇଛି। ଅଜିତ ପାୱାରଙ୍କ ପଛରେ ଏକ ଦୃଢ଼…

ହୁକ ପକାଇ ଅବାଧରେ ବିଦ୍ୟୁତ୍‌ ଚୋରି, ବିଭାଗ ଜାଣି ଅଜଣା

ଗଞ୍ଜାମ,୩୧ା୧(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ଅବାଧରେ ବିଦ୍ୟୁତ୍‌ ଚୋରି ହେଉଥିଲେ ମଧ୍ୟ ଜାଣି ଅଜଣା ରହୁଛି ବିଦ୍ୟୁତ୍‌ ବିଭାଗ। ଗଞ୍ଜାମ ସହର ସାନ…

ଇତିହାସ ରଚିଲେ Sunetra Pawar, ମହାରାଷ୍ଟ୍ରର ପ୍ରଥମ ମହିଳା ଉପ ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ

ମୁମ୍ବାଇ,୩୧।୧: ଶନିବାର ରାଜ୍ୟ ସଭା ଏମପି ପଦରୁ ଇସ୍ତଫା ଦେଇ ସ୍ବର୍ଗତ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାର ମହାରାଷ୍ଟ୍ରର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ଭାବରେ ଶପଥ…

T20 World Cup 2026: ମ୍ୟାଚ ପୂର୍ବରୁ ଭାରତୀୟ ଟିମକୁ ମିଳିଲା ଗୁଡନ୍ୟୁଜ!

ନୂଆଦିଲ୍ଲୀ,୩୧।୧: ୨୦୨୬ T20 World Cup ପୂର୍ବରୁ ଭାରତୀୟ ଦଳକୁ ଭଲ ଖବର ମିଳିଛି। ଆଘାତରୁ ଫେରି ଆସୁଥିବା ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ ତିଲକ ବର୍ମାଙ୍କ ବିଷୟରେ ଏକ…

ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା ଘଟଣା: ACF ନିଲମ୍ବିତ

ବାଲିଗୁଡା,୩୧।୧:(ସଞ୍ଜୟ କୁମାର ପାଣିଗ୍ରାହୀ): ବହୁ ଚର୍ଚ୍ଚିତ କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡ ଅଧୀନ ବେଲଘର ବନାଞ୍ଚଳରେ ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା…

Budget 2026: ବଜେଟ ଭାଷଣରେ ଆସୁଥିବା କଷ୍ଟକର ଶବ୍ଦର ସରଳ ଅର୍ଥ ଜାଣନ୍ତିକି? ବୁଝନ୍ତୁ…

ନୂଆଦିଲ୍ଲୀ,୩୧।୧: ୧ ଫେବୃଆରୀ, ୨୦୨୬ ରେ ଉପସ୍ଥାପିତ ହେବାକୁ ଥିବା କେନ୍ଦ୍ରୀୟ Budget କେବଳ ଦେଶର ଅର୍ଥନୈତିକ ଦିଗ ନିର୍ଣ୍ଣୟ କରିବ ନାହିଁ ବରଂ ସାଧାରଣ ଲୋକଙ୍କ…

ସ୍କୁଲରେ ହଣାକଟା: ୯ମ ଶ୍ରେଣୀ ଛାତ୍ରଙ୍କୁ ହାଣିଲେ ୧୦ମ ଛାତ୍ର

ବାଲେଶ୍ୱର,୩୧ା୧(ବାଞ୍ଛାନିଧି ଦେ): ବିଦ୍ୟାଳୟ ପରିସର ଏବେ ଅସୁରକ୍ଷିତ ହୋଇପଡ଼ିଛି। କେଉଁଠି ଛାତ୍ର ବ୍ୟାଗରେ ବନ୍ଧୁକ ଆଣୁଛନ୍ତି ତ ଆଉ କେଉଁଠି ଛାତ୍ରଙ୍କ ହାତରେ ରହୁଛି ମାରଣାସ୍ତ୍ର। ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri