ରାଜ୍ୟ ସରକାରଙ୍କ ପକ୍ଷରୁ ଆଇଏଏସ୍‌ ଅଫିସରସ୍ତରରେ ଅଦଳବଦଳ

ଭୁବନେଶ୍ୱର,୫।୪:ରାଜ୍ୟ ସରକାର ଶୁକ୍ରବାର ଛୋଟ ଧରଣର ଆଇଏଏସ୍‌ ଅଫିସର ଅଦଳବଦଳ କରିଛନ୍ତି। କଟକ ଜିଲାପାଳ ୨୦୧୨ ବ୍ୟାଚ ଆଇଏଏସ୍‌ ଅଫିସର ଭିନିତ ଭରଦ୍ୱାଜଙ୍କୁ ପଞ୍ଚାୟତିରାଜ ବିଭାଗର ଅତିରିକ୍ତ ସଚିବ ତଥା ନିର୍ଦ୍ଦେଶକ ଭାବେ ଅବସ୍ଥାପିତ କରାଯାଇଛି। ସେହିପରି ଜଗତସିଂହପୁର ଜିଲାପାଳ ପାରୁଲ ପଟ୍ଟୱାରୀଙ୍କୁ ରାଜ୍ୟ ସ୍କୁଲ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ(ଓସେପା) ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ବଦଳି ହୋଇଛି।ର୍ନିବାଚନ କମିଶନଙ୍କ ନିର୍ଦ୍ଦେଶରେ ଭିନିତ ଓ ପାରୁଲଙ୍କୁ ଜିଲାପାଳ ପଦବୀରୁ ହଟାଇ ଦିଆଯାଇଛି। ଭିନିତଙ୍କ ସ୍ଥାନରେ ଆଇଏଏସ୍‌ ଅଫିସର ଅରିନ୍ଦମ ଡାକୁଆ ଓ ପାରୁଲଙ୍କ ସ୍ଥାନରେ ଅଫିସର ଅନୁପମ ଶାହଙ୍କୁ ଯଥାକ୍ରମେ କଟକ ଓ ଜଗତସିଂହପୁର ଜିଲାପାଳ ଭାବେ ଅବସ୍ଥାପିତ କରାଯାଇଛି। ତେବେ ଅନୁପମ ଯେଉଁ ଦାୟିତ୍ୱରେ ଥିଲେ ସେଠାକୁ ପାରୁଲଙ୍କୁ ଓ ଅରିନ୍ଦମଙ୍କ ସ୍ଥାନରେ ଭିନିତଙ୍କୁ ଥଇଥାନ କରାଯାଇଛି।

୨୦୧୧ ବ୍ୟାଚ୍‌ ଆଇଏଏସ୍‌ ସମର୍ଥ ବର୍ମାଙ୍କୁ ପୂର୍ତ୍ତ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି ହୋଇଛି। ସେ ପୁରୀ ଶ୍ରୀଜଗନ୍ନାଥ ମନ୍ଦିରର ମୁଖ୍ୟ ପ୍ରଶାସକ ସହ ପୂର୍ତ୍ତ ବିଭାଗର ଅତିରିକ୍ତ ସଚିବ ଦାୟିତ୍ୱ ତୁଲାଉଥିଲେ। ଏବେ ତାଙ୍କୁ କେବଳ ପୂର୍ତ୍ତ ବିଭାଗର ସଚିବ ଭାବେ ଅବସ୍ଥାପିତ କରାଯାଇଛି। ସେହିପରି ୨୦୧୮ ବ୍ୟାଚ୍‌ ଆଇଏଏସ୍‌ ଅଫିସର ଶୁଭଙ୍କର ମହାପାତ୍ରଙ୍କୁ ଗ୍ରାମ୍ୟ ଉନ୍ନୟନ ବିଭାଗର ନିର୍ଦ୍ଦେଶକ ଭାବେ ବଦଳି ହୋଇଛି। ତାଙ୍କୁ ଏପ୍ରିଲ ୩ରେ ଯାଜପୁର ଜିଲାପାଳ ପଦବୀରୁ ହଟାଇ ଦିଆଯାଇଥିଲା। ତାଙ୍କ ସ୍ଥାନରେ ଗ୍ରାମ୍ୟ ଉନ୍ନୟନ ବିଭାଗରେ ନିର୍ଦ୍ଦେଶକ ଭାବେ କାର୍ଯ୍ୟରତ ୨୦୧୨ ବ୍ୟାଚ୍‌ ଆଇଏଏସ୍‌ ନିଖିଳ ପୱନ କଲ୍ୟାଣଙ୍କୁ ଯାଜପୁର ଜିଲାପାଳ ଭାବେ ବଦଳି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହାର ମାନିବାକୁ ପ୍ରସ୍ତୁତ ନୁହେଁ ଇରାନ, କେମିତି ହେବ ଶାନ୍ତି ଆଲୋଚନା? ଟ୍ରମ୍ପଙ୍କୁ ଫୋନ ଲଗାଇଲେ ନେତାନ୍ୟାହୁ

ଓ୍ବାଶିଂଟନ,୨୪।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଏକ ଉତ୍କଟ ସ୍ଥିତିରେ ପହଞ୍ଚିଛି। ଗୋଟିଏ ପଟେ, ବେଞ୍ଜାମିନ ନେତାନ୍ୟାହୁ ଜାରି ଆକ୍ରମଣ ବିଷୟରେ କହୁଛନ୍ତି, ଅନ୍ୟପଟେ ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ…

IPL 2026: କୋଲକାତାର କ୍ୟାପ୍ଟେନ ହେବେକି ରିଙ୍କୁ ସିଂ? KKRକୁ ପରାମର୍ଶ ଦେଲେ….

ନୂଆଦିଲ୍ଲୀ,୨୪।୩: ତିନିଥର ଚାମ୍ପିଅନ୍ କୋଲକାତା ନାଇଟ୍ ରାଇଡର୍ସ ପୁଣି ଥରେ ଅଜିଙ୍କ୍ୟ ରାହାଣେଙ୍କ ଅଧିନାୟକତ୍ୱରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି । ଗତ ସିଜନରେ କେକେଆରର ଅଧିନାୟକ…

ନଇଁବାକୁ ପ୍ରସ୍ତୁତ ନୁହେଁ ଇରାନ, ଆମେରିକାକୁ ଦେଲା ଅଲ୍ଟିମେଟମ, ‘ଗ୍ୟାରେଣ୍ଟି ଦିଅ, ନଚେତ୍‌ ମୁଣ୍ଡ ବଦଳରେ ମୁଣ୍ଡ…’

ତେହରାନ୍‌,୨୪।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସମ୍ପ୍ରତି କହିଛନ୍ତି ଯେ ଇରାନ ଏକ ଚୁକ୍ତିରେ ପହଞ୍ଚିବାକୁ ଚାହୁଁଛି; କିନ୍ତୁ, ଇରାନ ପକ୍ଷରୁ ଏକ କଠୋର ବିବୃତ୍ତି ଆସିଛି।…

କଲମ୍ବିଆରେ ସେନା ବିମାନ ଦୁର୍ଘଟଣା; ୬୬ ଯବାନ ମୃତ, ଭିଡିଓ ଦେଖିଲେ….

କଲମ୍ବିଆ,୨୪।୩: କଲମ୍ବିଆରେ ଏକ ବଡ଼ ବାୟୁସେନା ବିମାନ ଦୁର୍ଘଟଣା ଘଟିଛି । ପ୍ରତିରକ୍ଷା ମନ୍ତ୍ରଣାଳୟ ଅନୁଯାୟୀ, ୧୨୫ ଜଣ ସୈନିକଙ୍କୁ ନେଇ ଯାଉଥିବା ଏକ ବିମାନ ପୁଏର୍ଟୋ…

ଇରାନ-ଆମେରିକା ଯୁଦ୍ଧରେ ମଧ୍ୟସ୍ଥତା କରିବ ପାକିସ୍ତାନ! ଟ୍ରମ୍ପଙ୍କ ସହ କଥା ହେଲେ ମୁନିର

ଇସଲାମାବାଦ,୨୪।୩: ଇରାନ ଏବଂ ଆମେରିକା ମଧ୍ୟରେ ସମାଧାନ ପାଇଁ ପ୍ରୟାସ ତୀବ୍ର ହୋଇଛି। ଗୋଟିଏ କ୍ଷେତ୍ରରେ, ଆମେରିକା ଏବଂ ଇରାନ ମଧ୍ୟରେ ବିବାଦର ଅନ୍ତ ଘଟାଇବା ପାଇଁ…

କାତ୍ୟାୟନୀ ବେଶରେ ଦର୍ଶନ ଦେଉଛନ୍ତି ମା’ ସମଲେଶ୍ବରୀ, ଦର୍ଶନ ପାଇଁ ସକାଳୁ ସକାଳୁ ଭକ୍ତଙ୍କ ଭିଡ଼

ବରଗଡ଼,୨୪।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଜାରି ରହିଛି। ଷଷ୍ଠ ଦିବସ ମଙ୍ଗଳବାରରେ ଦେବୀ କାତ୍ୟାୟନୀ ବେଶରେ ଦର୍ଶନ ଦେଇଛନ୍ତି…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri