ରାଜ୍ୟରେ ଆଜି ୭,୭୨୯ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୪।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ଶୁକ୍ରବାର ରାଜ୍ୟରେ ୭,୭୨୯କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୪୩୩୧ ଜଣ କ୍ୱାରାଣ୍ଟାଇନ୍‌ରେ ଥିଲେ। ବାକି ୩୩୯୮ଟି ହେଉଛି ଲୋକାଲ କେସ। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୦୬୨ ଜଣ ଥିବା ବେଳେ କଟକରୁ ୭୨୦, ଯାଜପୁରରୁ ୩୮୮, ମୟୂରଭଞ୍ଜରୁ ୪୪୨, ପୁରୀରୁ ୩୩୩, ସୁନ୍ଦରଗଡ ୨୭୦ ଓ ଅନୁଗୋଳରୁ ୪୪୯ ଜଣ ଚିହ୍ନଟ ହୋଇଛନ୍ତି। ବାଲେଶ୍ୱର ଜିଲାରୁ ୪୨୬ ଜଣ ଚିହ୍ନଟ ହୋଇଥିବା ବେଳେ ବରଗଡ ୧୮୯, ଭଦ୍ରକରୁ ୨୮୭, ବଲାଙ୍ଗିରରୁ ୬୧, ବୌଦ୍ଧରୁ ୧୨୮, ଦେବଗଡ ୭୨, ଢେଙ୍କାନାଳରୁ ୨୫୨, ଗଜପତିରୁ ୬୮, ଗଞ୍ଜାମରୁ ୧୫୩, ଜଗତସିଂହପୁରରୁ ୨୫୫, ଝାରସୁଗୁଡା ୭୧, କଳାହାଣ୍ଡିରୁ ୧୬୭, କନ୍ଧମାଳରୁ ୫୨, କେନ୍ଦ୍ରାପଡା ୨୨୩, କେନ୍ଦୁଝରରୁ ୧୬୬, କୋରାପୁଟରୁ ୧୮୫, ମାଲକାନଗିରିରୁ ୧୦୪, ନବରଙ୍ଗପୁରରୁ ୨୧୯, ନୟାଗଡା ୨୧୯, ନୂଆପଡା ୪୮, ରାୟଗଡା ୩୧୦, ସମ୍ବଲପୁରରୁ ୧୬୧ ଓ ସୋନପୁରରୁ ୬୧ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ ପୁଲ୍‌ରୁ ୧୮୮ ଜଣ ଚିହ୍ନଟ ହୋଇଛନ୍ତି।
୮୩୯୯ଟି ନୂଆ କେସ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭ଲକ୍ଷ ୯୮ହଜାର ୬୯୯ରେ ପହଞ୍ଚିଯାଇଛି। ସେମାନଙ୍କ ମଧ୍ୟରୁ ୭ ଲକ୍ଷ ୧୩ ହଜାର ୦୫୫ ଜଣ ସୁସ୍ଥ ହୋଇସାରିଛନ୍ତି। ୮୨ ହଜାର ୬୭୯ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି। ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୯୧୨କୁ ବୃଦ୍ଧି ପାଇଛି।