ଆଜି ତାଣ୍ଡବ ରଚିବ କାଳବୈଶାଖୀ, ବିଜୁଳି-ଘଡ଼ଘଡ଼ି ସହ ହେବ…

ଭୁବନେଶ୍ୱର,୨୧ା୩: ରାଜ୍ୟରେ ଶୁକ୍ରବାର କାଳବୈଶାଖୀ ସମ୍ଭାବନା ରହିଛି। ତେବେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ବିଭାଗ କହିଛି, ରାଜ୍ୟରେ ବିଜୁଳି-ଘଡ଼ଘଡ଼ି ସହ ବର୍ଷା ପବନ ହେବ। ଆଜି ଏନେଇ ୫ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲାଗୁଡ଼ିକ ହେଲା ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ମୟୂରଭଞ୍ଜ ଏବଂ କେନ୍ଦୁଝର। ଏସବୁ ଜିଲାର କିଛି କିଛି ସ୍ଥାନରେ କୁଆପଥର ବର୍ଷା ହେବାର ସମ୍ଭାବନା ମଧ୍ୟ ରହିଛି।

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ସତର୍କ ସୂଚନା ଜାରି କରାଯାଇଥିବା ଜିଲାଗୁଡ଼ିକରେ ୫୦ରୁ ୬୦ କିମି ବେଗରେ ପବନ ବହିବ। ସେହିପରି କାଳବୈଶାଖୀ ନେଇ ଉପକୂଳ ଜିଲା ଯଥା କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ବର, ଢେଙ୍କାନାଳ, ଅନୁଗୋଳ ପଶ୍ଚିମ ଓଡ଼ିଶାର ଦେବଗଡ଼, ବୌଦ୍ଧ, ସୁବର୍ଣ୍ଣପୁର, ବରଗଡ଼ ବଲାଙ୍ଗୀର ଏବଂ ନୂଆପଡ଼ା ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାକଡ଼ରେ ବିତୁଛି ନୀଳାଚଳଙ୍କ ଜୀବନ, ଘର ଖଣ୍ଡିଏ ପାଇଁ ସରକାରଙ୍କୁ କଲେ ନିବେଦନ

ଗଞ୍ଜାମ,୫।୮ (ବିଦ୍ୟାଧର ସାହୁ ): ଗରିବ ଜନ ସାଧାରଣଙ୍କ ପାଇଁ ସରକାର କେତେ କଣ ଯୋଜନା କରିଛନ୍ତି । କିନ୍ତୁ କିଛି ଯୋଜନା ଲୋକଙ୍କ ପାଖରେ ପହଞ୍ଚି…

୨୦୨୭ ବିଶ୍ୱକପ ପାଇଁ ସୁନୀଲ ଗାଭାସ୍କର ବାଛିଲେ ଭାରତୀୟ ଦଳ; ବାଦ ପଡ଼ିଲେ ବଡ଼ ବଡ଼ ନାମ

ନୂଆଦିଲ୍ଲୀ,୫।୮: ଆସନ୍ତା ବର୍ଷ (୨୦୨୭) ହେବାକୁ ଥିବା ଏକଦିବସୀୟ ବିଶ୍ୱକପ ପାଇଁ ଭାରତୀୟ ଦଳରେ କିଏ ସ୍ଥାନ ପାଇବ ସେ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ…

NEET-UG ପ୍ୟାଟର୍ଣ୍ଣରେ ହେବ ବଡ଼ ପରିବର୍ତ୍ତନ, ସୁପ୍ରିମକୋର୍ଟରେ ଯୋଜନାର ରୂପରେଖା ପ୍ରଦାନ କଲେ ସରକାର

ନୂଆଦିଲ୍ଲୀ,୫।୮: ଜାତୀୟ ଡାକ୍ତରୀ ପ୍ରବେଶିକା ପରୀକ୍ଷା, NEET-UGର ଢାଞ୍ଚାରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଚାଲିଛି। କେନ୍ଦ୍ର ସରକାର ଏକ ସତ୍ୟପାଠ ମାଧ୍ୟମରେ ସୁପ୍ରିମକୋର୍ଟକୁ ଏହା ଜଣାଇ…

ଆନନ୍ଦପୁର ରିଂ ରୋଡ଼ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ପଞ୍ଚାୟତରାଜ ମନ୍ତ୍ରୀ, ଦାବି ଜଣାଇଲେ ସ୍ଥାନୀୟ ଲୋକେ

ବଞ୍ଚୋ, ୫।୮:(ପ୍ରଦୋଷ ବିଶ୍ୱାଳ ): ଆନନ୍ଦପୁର ନିର୍ବାଚନମଣ୍ଡଳୀର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ତଥା ଆନନ୍ଦପୁର ରିଂ ରୋଡ଼କୁ ଆଜି ଓଡ଼ିଶା ସରକାରଙ୍କ ପଞ୍ଚାୟତରାଜ ଏବଂ ପାନୀୟ ଜଳ…

‘ବନ୍ଦେ ମାତରମ୍‌ ନ ଗାଇଲେ କ’ଣ ଆକାଶ ଛିଣ୍ଡି ପଡିବ?’ ରୋକ୍‌ଠୋକ୍‌ ଶୁଣାଇଦେଲେ କୋଲକାତା ହାଇକୋର୍ଟ

କୋଲକାତା,୫।୮: କୋଲକାତା ହାଇକୋର୍ଟ ମଙ୍ଗଳବାର ଦିନ ମଦ୍ରାସାଗୁଡ଼ିକରେ ‘ବନ୍ଦେ ମାତରମ୍’ର ଛଅଟିଯାକ ପଦ ଗାଇବା ବାଧ୍ୟତାମୂଳକ କରିବା ବିରୋଧରେ ଦାୟର ଏକ ଜନସ୍ୱାର୍ଥ ମାମଲା (PIL)ର ଶୁଣାଣି…

ମୁଖ୍ୟମନ୍ତ୍ରୀଙ୍କ ଜିଲାରେ ତାତିଲେ Gen-G: ଏହି ଦାବିକୁ ନେଇ ରାଜରାସ୍ତାକୁ ଓହ୍ଲାଇଲେ ଛାତ୍ରୀଛାତ୍ର

କେନ୍ଦୁଝର,୫।୮ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଐତିହ୍ୟ ସମ୍ପନ୍ନ ଧରଣୀ ଧର ସୟଂ ଶାସିତ ମହାବିଦ୍ୟାଳୟର ସୁରକ୍ଷା ଦାବି ଜୋର୍‌ ଧରିଛି। ଜିଲାର ଏକ ମାତ୍ର ସାଧାରଣ…

୭୫ ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ ପାଇଁ ରହିଛନ୍ତି ଜଣେ ମହିଳା ସୂପରଭାଇଜର-ସିଡ଼ିପିଓ: ଖାଲି ପଦବୀ ପୂରଣ ଦାବି

କର୍ଲାମୁଣ୍ଡା,୫।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ୧୨ଟି ପଞ୍ଚାୟତରେ ରହିଛି ୬୨ଟି ରାଜସ୍ବ ଗ୍ରାମ। ଶିଶୁ, ଗର୍ଭବତୀ, ପ୍ରସୂତୀ, କିଶୋରୀ ବାଳିକାମାନଙ୍କ ପାଇଁ ସରକାରଙ୍କ…

ଉପନିର୍ବାଚନରେ ପରାଜୟ ପରେ ଆକ୍ସନ ମୋଡକୁ ଆସିଲେ ପିଏମ୍‌ ମୋଦି: ନୀତୀଶ କୁମାର-ଶିବରାଜ ସିଂହଙ୍କୁ…

ନୂଆଦିଲ୍ଲୀ,୫।୮: ମଧ୍ୟପ୍ରଦେଶର ଦତିଆ ଏବଂ ବିହାରର ବାଙ୍କିପୁର ବିଧାନସଭା ଉପନିର୍ବାଚନରେ ଭାଜପା ପ୍ରାର୍ଥୀଙ୍କୁ କଡ଼ା ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ଏହାକୁ ନେଇ ଦଳ ଭିତରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri