Posted inଜାତୀୟ

‘ଆଜି ଭାରତର ଶକ୍ତି ଦେଖୁଛି ସମଗ୍ର ବିଶ୍ୱ’

ନୂଆଦିଲ୍ଲୀ,୧୨।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଉତ୍ତରାଖଣ୍ଡରେ ପହଞ୍ଚିଛନ୍ତି। ଉତ୍ତରାଖଣ୍ଡକୁ ଏକ ବଡ ଉପହାର ଦେଇ ୪୨୦୦ କୋଟି ଟଙ୍କା ମୂଲ୍ୟର ଯୋଜନା ଉଦ୍‌ଘାଟନ କରିଥିଲେ ପ୍ରଧାନମନ୍ତ୍ରୀ। ଲୋକଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଦୂର ପର୍ବତରେ ରହୁଥିବା ଲୋକଙ୍କ ବିଷୟରେ ମଧ୍ୟ ଆମେ ଚିନ୍ତିତ, ସେଥିପାଇଁ ମାତ୍ର ୫ ବର୍ଷ ମଧ୍ୟରେ ଦେଶର ୧୩.୫ କୋଟି ଲୋକ ଦାରିଦ୍ର୍ୟରୁ ବାହାରି ଆସିଛନ୍ତି। ଭାରତ ଏହାର ଦାରିଦ୍ର୍ୟ ଦୂର କରିପାରିବ, ଏହା ଏକ ଜ୍ୱଳନ୍ତ ଉଦାହରଣ।
ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ନିକଟରେ ମହିଳାଙ୍କ ପାଇଁ ଲୋକ ସଭା ଓ ବିଧାନସଭାରେ ୩୩ ପ୍ରତିଶତ ଆସନ ସଂରକ୍ଷଣ କରିବାକୁ ଏକ ଐତିହାସିକ ନିଷ୍ପତ୍ତି ନିଆଯାଇଛି। ଦଶନ୍ଧି ଧରି ବିଚାରାଧୀନ ଥିବା ଏହି କାମ ତୁମ ଭାଇ ଏବଂ ତୁମ ପୁଅ ସଂପୂର୍ଣ୍ଣ କରିବାକୁ ସକ୍ଷମ ହୋଇଛି।
ନିକଟରେ ଏସିଆନ ଗେମ୍ସ ଶେଷ ହୋଇଛି। ଏଥିରେ ଭାରତ ସମସ୍ତ ରେକର୍ଡ ଭାଙ୍ଗିଛି। ପ୍ରଥମ ଥର ପାଇଁ ଭାରତୀୟ ଖେଳାଳିମାନେ ପଦକରେ ଶତକ ହାସଲ କରିଥିଲେ। ୧୦୦ରୁ ଅଧିକ ପଦକ ଜିତିବାର ରେକର୍ଡ ସୃଷ୍ଟି କରିଛନ୍ତି। ଏହି ଖେଳରେ ଉତ୍ତରାଖଣ୍ଡର ଝିଅ ଏବଂ ପୁଅମାନେ ମଧ୍ୟ ଜଡିତ ଥିଲେ ବୋଲି ବୋଲି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆହୁରି କହିଛନ୍ତି ଯେ, ଆଜି ଆମର ତ୍ରିରଙ୍ଗା ସବୁ ଜାଗାରେ ଉଡ଼ୁଛି। ଆଜି ଚନ୍ଦ୍ରରେ ଅବତରଣ କରିଛି ଭାରତ। ଆଜି ବିଶ୍ୱ ଭାରତର ଶକ୍ତି ଦେଖୁଛି।


Enter your email to get our daily news in your inbox.

All Right Reserved By Dharitri.Com

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ପୁରୀ ବେଳାଭୂମି ହେବ ଆଧ୍ୟାତ୍ମିକ ବେଳାଭୂମି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୨ା୮: ପୁରୀ ଗୋବର୍ଦ୍ଧନ ପୀଠର ସର୍ବାଙ୍ଗୀନ ବିକାଶ, ସୁରକ୍ଷା ଏବଂ ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକ ସେବା…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

ରାହୁଲ ଗାନ୍ଧୀଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ କଙ୍ଗନା, ଇଟାଲୀୟ ମା’ ହିଁ…..

ନୂଆଦିଲ୍ଲୀ,୧୨ା୮: ଛାତ୍ରମାନଙ୍କୁ ଲାଠିଚାର୍ଜ ଏବଂ କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ବିବୃତ୍ତି ଦାବି ପ୍ରସଙ୍ଗରେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କ୍ରମାଗତ ଭାବରେ ସରକାରଙ୍କୁ…

୧୦ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର, ପେପରଲେସ୍‌ ହେବ ଅଫିସ କାର୍ଯ୍ୟ

ଭୁବନେଶ୍ବର,୧୨ା୮: ରାଜ୍ୟ କ୍ୟାବିନେଟ୍‌ରେ ବୁଧବାର ୬ ବିଭାଗର ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ଅନୁ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri