ରାଜ୍ୟରେ ଆଜି ୧୦,୬୪୯ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୩।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ଗୁରୁବାର ରାଜ୍ୟରେ ୧୦,୬୪୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୫୯୬୫ ଜଣ କ୍ୱାରାଣ୍ଟାଇନ୍‌ରେ ଥିଲେ। ବାକି ୪୬୮୪ଟି ହେଉଛି ଲୋକାଲ କେସ। ଆଜି ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୫୫୭ ଜଣ ଚିହ୍ନଟ ହୋଇଥିବାବେଳେ କଟକ ଦ୍ୱିତୀୟ ସ୍ଥାନରେ ରହିଛି। କଟକ ଜିଲାରୁ ୨୪ ଘଣ୍ଟା ମଧ୍ୟରେ ୯୩୦ ଜଣ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାପରେ ରହିଛି ସୁନ୍ଦରଗଡ଼ ଜିଲା। ଏଠାରୁ ୭୭୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳରୁ ୫୫୭, ସମ୍ବଲପୁର ୪୯୪, ମୟୂରଭଞ୍ଜରୁ ୪୦୪, ବରଗଡ଼ରୁ ୩୯୧, ଝାରସୁଗୁଡ଼ାରୁ ୩୬୮, ନୟାଗଡ଼ ୩୫୭, ପୁରୀରୁ ୩୩୫, ନୂଆପଡ଼ାରୁ ୩୩୧ ଜଣ, ଯାଜପୁରରୁ ୩୦୭, ଜଗତସିଂହପୁରରୁ, ୨୭୮, କଳାହାଣ୍ଡିରୁ ୨୬୩, ଗଞ୍ଜାମରୁ ୨୪୫, ବୌଦ୍ଧରୁ ୨୩୨, ଙ୍କୋନାଳରୁ ୨୨୦, ଭଦ୍ରକରୁ ୨୧୬, ବଲାଙ୍ଗୀରରୁ ୧୯୮, ସୁବର୍ଣ୍ଣପୁରରୁ ୧୯୫, କେନ୍ଦ୍ରାପଡା ୧୮୫, କେନ୍ଦୁଝରରୁ ୧୭୫, କୋରାପୁଟରୁ ୧୬୪, ରାୟଗଡା ୧୬୩, ଦେବଗଡ ୧୧୨, ଗଜପତିରୁ୧୦୪ କନ୍ଧମାଳରୁ ୬୯, ମାଲକାନଗିରିରୁ ୪୮ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଷ୍ଟେଟ ପୁଲ୍‌ରୁ ୨୬୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୫ ଲକ୍ଷ ୭୬ ହଜାର ୨୯୭କୁ ବୃଦ୍ଧି ପାଇଛି। ଆକ୍ଟିଭ ୧ ଲକ୍ଷ ୩୧୩ ଜଣ ଥିବା ବେଳେ ସୁସ୍ଥ ହେଲେଣି ୪ ଲକ୍ଷ ୭୩ ହଜାର ୬୮୦ଜଣ। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ଚାଷୀଙ୍କ ଶ୍ରମକୁ ଉଚିତ ସମ୍ମାନ ମିଳୁଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୯ (ସୁନିତ୍‌ ମିଶ୍ର): ଜନ୍ମାଷ୍ଟମୀ ଅବସରରେ ରାଜ୍ୟର ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଓୟୁଏଟିର କୃଷି ଶିକ୍ଷା ସଦନଠାରେ ସିଏମ୍‌ କିଷାନ ଯୋଜନାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri