ରାଜ୍ୟରେ ଆଜି ୧୦,୬୪୯ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୩।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ଗୁରୁବାର ରାଜ୍ୟରେ ୧୦,୬୪୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୫୯୬୫ ଜଣ କ୍ୱାରାଣ୍ଟାଇନ୍‌ରେ ଥିଲେ। ବାକି ୪୬୮୪ଟି ହେଉଛି ଲୋକାଲ କେସ। ଆଜି ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୫୫୭ ଜଣ ଚିହ୍ନଟ ହୋଇଥିବାବେଳେ କଟକ ଦ୍ୱିତୀୟ ସ୍ଥାନରେ ରହିଛି। କଟକ ଜିଲାରୁ ୨୪ ଘଣ୍ଟା ମଧ୍ୟରେ ୯୩୦ ଜଣ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାପରେ ରହିଛି ସୁନ୍ଦରଗଡ଼ ଜିଲା। ଏଠାରୁ ୭୭୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳରୁ ୫୫୭, ସମ୍ବଲପୁର ୪୯୪, ମୟୂରଭଞ୍ଜରୁ ୪୦୪, ବରଗଡ଼ରୁ ୩୯୧, ଝାରସୁଗୁଡ଼ାରୁ ୩୬୮, ନୟାଗଡ଼ ୩୫୭, ପୁରୀରୁ ୩୩୫, ନୂଆପଡ଼ାରୁ ୩୩୧ ଜଣ, ଯାଜପୁରରୁ ୩୦୭, ଜଗତସିଂହପୁରରୁ, ୨୭୮, କଳାହାଣ୍ଡିରୁ ୨୬୩, ଗଞ୍ଜାମରୁ ୨୪୫, ବୌଦ୍ଧରୁ ୨୩୨, ଙ୍କୋନାଳରୁ ୨୨୦, ଭଦ୍ରକରୁ ୨୧୬, ବଲାଙ୍ଗୀରରୁ ୧୯୮, ସୁବର୍ଣ୍ଣପୁରରୁ ୧୯୫, କେନ୍ଦ୍ରାପଡା ୧୮୫, କେନ୍ଦୁଝରରୁ ୧୭୫, କୋରାପୁଟରୁ ୧୬୪, ରାୟଗଡା ୧୬୩, ଦେବଗଡ ୧୧୨, ଗଜପତିରୁ୧୦୪ କନ୍ଧମାଳରୁ ୬୯, ମାଲକାନଗିରିରୁ ୪୮ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଷ୍ଟେଟ ପୁଲ୍‌ରୁ ୨୬୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୫ ଲକ୍ଷ ୭୬ ହଜାର ୨୯୭କୁ ବୃଦ୍ଧି ପାଇଛି। ଆକ୍ଟିଭ ୧ ଲକ୍ଷ ୩୧୩ ଜଣ ଥିବା ବେଳେ ସୁସ୍ଥ ହେଲେଣି ୪ ଲକ୍ଷ ୭୩ ହଜାର ୬୮୦ଜଣ। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ମୁଖ୍ୟମନ୍ତ୍ରୀ ୨ଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତାଙ୍କ ଟାର୍ଗେଟ୍‌, କହିଲେ ପାଣ୍ଡିଆନଙ୍କୁ ପଛଦ୍ବାର ବାଟେ…

ଭୁବନେଶ୍ବର, ୨୬।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତା ସମୀର ମହାନ୍ତି ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଗୁମାସ୍ତା, ରିମୋଟ୍‌...

ଉମରକୋଟରେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କଲା ପୋଲିସ

ଭୁବନେଶ୍ବର, ୨୬।୪: ଉମରକୋଟରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କରିଛନ୍ତି ମାଜିଷ୍ଟ୍ରେଟ ଓ ପୋଲିସ। ପ୍ରଚାର ପାଇଁ ଯାଇଥିବା ବେଳେ ହେଲିକପ୍ଟର ହୋଇଛି।...

ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା। ଶୁକ୍ରବାର ଭୁବନେଶ୍ବର ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri