ରାଜ୍ୟରେ ଆଜି ୭,୨୧୬ ସଂକ୍ରମିତ ଚିହ୍ନଟ: କଟକରୁ ସର୍ବାଧିକ

ଭୁବନେଶ୍ୱର,୨୮।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ ଦୁଇଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ଶୁକ୍ରବାର ରାଜ୍ୟରେ ୭,୨୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୪୦୪୧ ଜଣ କ୍ୱାରାଣ୍ଟାଇନ୍‌ରେ ଥିଲେ। ବାକି ୩୧୭୫ ଟି ହେଉଛି ଲୋକାଲ କେସ। ଆଜି କଟକ ଜିଲାରୁ ସର୍ବାଧିକ୧୦୯୧ ଜଣ ଚିହ୍ନଟ ହୋଇଥିବାବେଳେ ଖୋର୍ଦ୍ଧା ଦ୍ୱିତୀୟ ସ୍ଥାନରେ ରହିଛି। ଏଠାରୁ ୮୦୯ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଅନୁଗୋଳ ଜିଲାରୁ ୪୦୯ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୧୫, ବରଗଢ ୩୩୧, ଭଦ୍ରକରୁ ୨୪୬, ବଲାଙ୍ଗିରରୁ ୧୩୦, ବୌଦ୍ଧରୁ ୧୪୮, ଦେବଗଡ ୬୮, ଢେଙ୍କାନାଳରୁ ୪୨୮, ଗଜପତିରୁ ୩୮, ଗଞ୍ଜାମରୁ ୧୫୦, ଜଗତସିଂହପୁରରୁ ୧୮୩, ଯାଜପୁରରୁ ୨୪୧, ଝାରସୁଗୁଡା ୬୪, କଳାହାଣ୍ଡିରେ ୧୫୦, କନ୍ଧମାଳରେ ୧୦୧, କେନ୍ଦ୍ରାପଡା ୪୮୭, କେନ୍ଦୁଝରରେ ୭୨, କୋରାପୁଟରେ ୨୨୦, ମାଲକାନଗିରିରେ ୧୩୫, ମୟୂରଭଞ୍ଜରେ ୨୭, ନବରଙ୍ଗପୁରରେ ୨୪୨, ନୟାଗଡ ୧୬୪, ନୂଆପଡା ୬୬, ପୁରୀରେ ୧୧୦, ରାୟଗଡା ୨୪୬, ସମ୍ବଲପୁରରେ ୨୪୧, ସୋନପୁରରେ ୭୪ ଓ ସୁନ୍ଦରଗଡ ୧୮୪ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ ପୁଲ୍‌ରୁ ୧୪୬ ଜଣ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୩୯ ହଜାର ୯୫୫ରେ ପହଞ୍ଚିଯାଇଛି। ସେମାନଙ୍କ ମଧ୍ୟରୁ ୬ ଲକ୍ଷ ୩୫ ହଜାର ୧୭୯ ଜଣ ସୁସ୍ଥ ହୋଇସାରିଛନ୍ତି। ଏବେ ଲକ୍ଷେ ୨ ହଜାର ୭୨ ଜଣ ଚିକିତ୍ସାଧୀନ ଅଛନ୍ତି। ଅନ୍ୟପକ୍ଷରେ ରାଜ୍ୟରେ ୨୬୧୮ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri