ରାଜ୍ୟରେ ଆଜି ୮,୩୧୩ ସଂକ୍ରମିତ ଚିହ୍ନଟ:ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩୧।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ସଂକ୍ରମଣ କିଛିଟା କମିବାରେ ଲାଗିଛି। ସୋମବାର ରାଜ୍ୟରେ ୮,୩୧୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୪୬୫୫ ଜଣ କ୍ୱାରାଣ୍ଟାଇନ୍‌ରେ ଥିଲେ। ବାକି ୩୬୫୮ ଟି ହେଉଛି ଲୋକାଲ କେସ। ଆଜି ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୯୭୪ ଜଣ ଚିହ୍ନଟ ହୋଇଥିବାବେଳେ କଟକରୁ ୫୯୩, ମୟୂରଭଞ୍ଜରୁ ୫୩୨ ଓ ଅନୁଗୋଳ ଜିଲାରୁ ୫୦୫ ଜଣ ଚିହ୍ନଟ ହୋଇଛନ୍ତି। ବାଲେଶ୍ୱର ଜିଲାରୁ ୪୫୨ ଜଣ ଚିହ୍ନଟ ହୋଇଥିବା ବେଳେ ବରଗଡ ୨୭୯, ଭଦ୍ରକରୁ ୧୧୭, ବଲାଙ୍ଗିରରୁ ୧୧୯, ବୌଦ୍ଧରୁ ୨୦୯, ଦେବଗଡ ୫୫, ଢେଙ୍କାନାଳରୁ ୪୦୭, ଗଜପତିରୁ ୮୫, ଗଞ୍ଜାମରୁ ୧୨୯, ଜଗତସିଂହପୁରରୁ ୨୮୦, ଯାଜପୁରରୁ ୩୫୪, ଝାରସୁଗୁଡା ୧୧୧, କଳାହାଣ୍ଡିରୁ ୧୬୨, କନ୍ଧମାଳରୁ ୯୦, କେନ୍ଦ୍ରାପଡା ୩୩୧, କେନ୍ଦୁଝରରୁ ୧୮୦, କୋରାପୁଟରୁ ୧୯୮, ମାଲକାନଗିରିରୁ ୧୦୩, ନବରଙ୍ଗପୁରରୁ ୨୦୫, ନୟାଗଡ ୨୮୩, ନୂଆପଡା ୫୩, ପୁରୀରୁ ୪୦୫, ରାୟଗଡା ୧୪୮, ସମ୍ବଲପୁରରୁ ୨୦୪, ସୋନପୁରରୁ ୧୨୩ ଓ ସୁନ୍ଦରଗଡ ୪୬୫ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ ପୁଲରୁ୧୬୨ ଜଣ ଚିହ୍ନଟ ହୋଇଛନ୍ତି।
୮୩୧୩ ଜଣ ନୂଆ କେସ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୬୪ ହଜାର ୯୯୭ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୬ ଲକ୍ଷ ୭୦ ହଜାର ୫୨୭ ଜଣ ସୁସ୍ଥ ହୋଇସାରିଛନ୍ତି। ୯୧ ହଜାର ୬୬୩ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି। ସେହିପରି ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୭୫୪କୁ ବୃଦ୍ଧି ପାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ବିପଦ ସଂକେତ ଟପିଲା କାଂଶବାଂଶ: ନଦୀ ଉପକୂଳବର୍ତ୍ତୀ ଅଞ୍ଚଳ ଜଳମଗ୍ନ

ସିମୁଳିଆ,୨୬।୯(ସନ୍ତୋଷ ନାୟକ): ବାଲେଶ୍ୱର ଜିଲା ସିମୁଳିଆ-ଖଇରା ଏବଂ ସୋର ବ୍ଲକ ମଧ୍ୟରେ ପ୍ରବାହିତ କାଂଶବାଂଶ ନଦୀର ଜଳ ପତ୍ତନ ଶନିବାର ହଠାତ୍‌ ବଢ଼ିବାରେ ଲାଗିଛି। ଫଳରେ ଚତୁର୍ଥ…

କର୍ଲାପାଟ ପୋଲିସକୁ ବଡ଼ ସଫଳତା: ନାକରୁଣ୍ଡି ସଶସ୍ତ୍ର ଡକାୟତି ମାମଲାରେ ୪ ଗିରଫ, ବନ୍ଧୁକ ଓ ଟଙ୍କା ଜବତ

ଥୁଆମୂଳ ରାମପୁର,୨୬।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ ନାକରୁଣ୍ଡି ଗ୍ରାମପଞ୍ଚାୟତର ଆମଝୋଲା ଗ୍ରାମରେ ଘଟିଥିବା ଚାଞ୍ଚଲ୍ୟକର ସଶସ୍ତ୍ର ଡକାୟତି ଘଟଣାର ପର୍ଦ୍ଦାଫାଶ କରିବାରେ…

ନୁଆମାହରା ଘାଇ ପୁଣି ଭାଙ୍ଗିଲା, ୧୦ ଗ୍ରାମବାସୀ ଜଳବନ୍ଦୀ

ସିଂହପୁର,୨୬।୯: ଅନଙ୍ଗ ଉଦୟ ବେଉରିଆ ଖରସ୍ରୋତା ନଦୀରେ ପୁଣି ବନ୍ୟା ଆସିବାରୁ ବିଂଝାରପୁର ବ୍ଲକ ଅନ୍ତର୍ଗତ ଜରି ପଞ୍ଚାୟତ ନାଉବାଙ୍କ ଗ୍ରାମ ନିକଟ ନୁଆମାହାରଠାରେ ପୁଣି ଘାଇ…

ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ : କଳାହାଣ୍ଡି ଝିଅ ରେଶମା ବେହେରା ଜିତିଲେ ସ୍ୱର୍ଣ୍ଣ ପଦକ

ଭବାନୀପାଟଣା, ୨୬।୯ (ଉତ୍ତମ କୁମାର ଦାଶ): ବିହାରର ପାଟନାଠାରେ ଗତ ୩ ଦିନ ଧରି ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଆୟୋଜିତ ହୋଇଥିଲା। ଏଥିରେ କଳାହାଣ୍ଡିର ଝିଅ…

ତାମ୍ପରା ହ୍ରଦର ଜଳସ୍ତର : ଆଉ ୪ ଫୁଟ ପାଣି ବଢ଼ିଲା, ଜଳନିଷ୍କାସନ ନ ହେଲେ ବଢ଼ିବ ସମସ୍ୟା

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଉପକଣ୍ଠ ତାମ୍ପରା ହ୍ରଦ କୂଳରେ ଅବସ୍ଥିତ ବ୍ୟାଙ୍କ କଲୋନୀ ଅଞ୍ଚଳରେ ଜମି ରହିଥିବା ଜଳସ୍ତର ଶନିବାର ସକାଳୁ…

ମାଡ଼ି ଆସୁଛି ସମୁଦ୍ର: ଗର୍ଭରେ ଲୀନ ହେବାକୁ ବସିଲାଣି ଆଉ ଦୁଇ ମନ୍ଦିର

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ରକୂଳରେ ଦିନକୁ ଦିନ ସମୁଦ୍ର ଅତିକ୍ରମଣ କରିବା ସହ ଉଚ୍ଚ ଜୁଆର ଢେଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?