ଭାରତ ଅଭିମୁଖେ ଆମେରିକା ରାଷ୍ଟ୍ରପତି: ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ କରିବେ ଡିନର୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ୍‌,୭।୯: ଜି-୨୦ ଶିଖର ସମ୍ମିଳନୀ ଯୋଗ ଦେବା ପାଇଁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଭାରତ ଅଭିମୁଖେ ବାହାରିଛନ୍ତି। ଶୁକ୍ରବାର ଅର୍ଥାତ୍‌ ଆଜି ସେ ଭାରତରେ ପହଞ୍ଚିବେ। ତାଙ୍କର ଗସ୍ତର ପ୍ରଥମ ଦିନରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନୂଆଦିଲ୍ଲୀରେ ଭେଟିବେ। ହ୍ବାଇଟ ହାଉସରୁ ଜାରି ହୋଇଥିବା ରିପୋର୍ଟରେ କୁହାଯାଇଛି ଯେ, ଜର୍ମାନୀ, ଭାରତ ଏବଂ ଭିଏତନାମର ତିନି ଦିନିଆ ଗସ୍ତରେ ବାଇଡେନ୍‌ ଅଧିକାଂଶ ସମୟ ଭାରତରେ ରହିବେ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଇଡେନ୍‌ ଡେନଙ୍କୁ ଡିନର୍‌ ପାଇଁ ନିମନ୍ତ୍ରଣ କରିଛନ୍ତି। ଉଭୟ ନେତା ଶୁକ୍ରବାର ସନ୍ଧ୍ୟା ୭.୩୦ରେ ଲୋକ କଲ୍ୟାଣ ମାର୍ଗରେ ଥିବା ପ୍ରଧାନମନ୍ତ୍ରୀ ମୋଦିଙ୍କ ବାସଭବନରେ ଭେଟିବେ। ଆଜି ଉଭୟ ନେତାଙ୍କ ମଧ୍ୟରେ ଦ୍ୱିପାକ୍ଷିକ ବୈଠକ ମଧ୍ୟ ହେବ।
ଆମେରିକାର ରାଷ୍ଟ୍ରପତି ହେବା ପରେ ଏହା ଜୋ ବାଡେନଙ୍କର ପ୍ରଥମ ଭାରତ ଗସ୍ତ। ୨୦୨୦ରେ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ଆସିଥିଲେ। ଜୋ ବାଇଡେନ ଏବଂ ପ୍ରଧାନମନ୍ତ୍ରୀ ମୋଦିଙ୍କ ଏହା ଦ୍ୱିତୀୟ ସ୍ବତନ୍ତ୍ର ଡିନର୍‌ ହେବ। ଏହାର ୩ ମାସ ପୂର୍ବରୁ ମୋଦିଙ୍କ ଆମେରିକା ଗସ୍ତ ସମୟରେ ଜୋ ବାଇଡେନ ତାଙ୍କ ପାଇଁ ହ୍ବାଇଟ ହାଉସରେ ଏକ ସ୍ବତନ୍ତ୍ର ଡିନର୍‌ର ଆୟୋଜନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ସ୍ବାଧୀନତା ଦିବସରେ ଲାଲ୍‌କିଲ୍ଲାରେ ପ୍ରଥମଥର ଘଟିବ ଏମିତି: ଘୋଷଣା କଲେ ସରକାର

ନୂଆଦିଲ୍ଲୀ, ୧୦ା୮:ଆସନ୍ତା ୧୫ ତାରିଖ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭…

ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ: ଜାଣନ୍ତୁ କିଏ କେଉଁଠି ଉତ୍ତୋଳନ କରିବେ ପତାକା

ଭୁବନେଶ୍ୱର,୧୦।୮:ସ୍ବାଧୀନତା ଦିବସରେ କିଏ କେଉଁଠାରେ ପତାକା ଉତ୍ତୋଳନ କରିବେ ସେନେଇ ରାଜ୍ୟ ସରକାରଙ୍କ ତାଲିକା ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଧାନୀର ରାଜ୍ୟସ୍ତରୀୟ ସ୍ବାଧୀନତା…

୩ ନାବାଳିକାଙ୍କୁ ଆନ୍ଧ୍ରପ୍ରଦେଶ ନେଉଥିଲେ ଦଲାଲ: ମାଡ଼ିବସିଲା ଶିଶୁ ସୁରକ୍ଷା ବିଭାଗ

ଛତ୍ରପୁର,୧୦।୮(ଦିଲ୍ଲୀପସାମଲ/ଦ୍ୱାରିକା ପଟ୍ଟନାୟକ): ଆନ୍ଧ୍ରପ୍ରଦେଶର ଗୁଡ଼ିୱାଡା ଅଞ୍ଚଳର ଏକ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ କାମ କରିବା ପାଇଁ ଚାଲାଣ ହେଉଥିବା ୩ ଜଣ ନାବାଳିକାଙ୍କୁ ଛତ୍ରପୁର ରେଳ ଷ୍ଟେଶନରୁ ଉଦ୍ଧାର…

ନକଲି ଆଇଏଏସ୍‌ ଅଫିସର ଗିରଫ

ନୂଆଦିଲ୍ଲୀ, ୧୦ା୮: ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ ଡୋଭାଲଙ୍କ ଗୁପ୍ତ ଏଜେଣ୍ଟ ବୋଲି ପରିଚୟ ଦେଉଥିବା ଜଣେ ନକଲି ଆଇଏଏସ୍‌ ଅଫିସରଙ୍କୁ ପୋଲିସ ସୋମବାର ଗିରଫ…

ଶକ୍ତିଶାଳୀ ଭୂକମ୍ପ ଅନୁଭୂତ: ଭୟରେ ଘର ଛାଡ଼ି ପଳାଇଲେ ଲୋକେ

ବୋଗୋଟା, ୧୦।୮: ପଶ୍ଚିମ କୋଲମ୍ବିଆରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହା ୭.୬ ତୀବ୍ରତାର ଏହି ଭୂକମ୍ପ ଯୋଗୁ ଆମେରିକୀୟ ଦେଶ କୋଲମ୍ବିଆ ଏବଂ ଏହାର…

ବଡ଼ ଯା’ ହତ୍ୟା ମାମଲା: ସାନ ଯା’ ନିର୍ଦ୍ଦୋଷରେ ଖଲାସ

ଭଞ୍ଜନଗର,୧୦।୮(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବିଞ୍ଜିଗିରି ଗ୍ରାମର ବଡ ଯାଆ ସଙ୍ଗୀତା ସାଇଁଙ୍କୁ ତାଙ୍କ ସାନ ଯା’ ଅମି ସାଇଁ ଯୋଜନାବଦ୍ଧ ଭାବେ ଗତ…

ମହିଳାଙ୍କୁ ମିଳିବ ଗୋଟିଏ ବର୍ଷ ପାଇଁ ମାଗଣା ମୋବାଇଲ ରିଚାର୍ଜ! ଶେଷରେ ମୋଦି ସରକାର ଦେଲେ ସଫେଇ

ନୂଆଦିଲ୍ଲୀ,୧୦।୮: ସୋସିଆଲ ମିଡିଆରେ ଅନେକ ଫଟୋ ଏବଂ ଭିଡିଓ ପ୍ରାୟତଃ ଭାଇରାଲ ହୁଏ। ଏଥିରେ ପ୍ରାୟତଃ ସରକାରୀ ଘୋଷଣା ଏବଂ ଯୋଜନା ବିଷୟରେ ସୂଚନା ଥାଏ। ଏହି…

ପଛକୁ ପଛ ଲଘୁଚାପ: ଏହି ସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଓଡ଼ିଶାକୁ ଜାରି ହେଲା…

ଭୁବନେଶ୍ୱର,୧୦।୮: ରାଜ୍ୟରେ ଜାରି ରହିଛି ବର୍ଷାର ପ୍ରଭାବ। ଏହାରି ମଧ୍ୟରେ ଆସୁଛି ଆଉ ଏକ ଲଘୁଚାପ। ଅଗଷ୍ଟ ୧୨ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri