ଆଜି ସାରା ରାଜ୍ୟରେ ବର୍ଷିବ: ବିଜୁଳି-ଘଡ଼ଘଡ଼ି ଆଶଙ୍କା

ଭୁବନେଶ୍ୱର,୨୧ା୮(ଅନୁରାଧା ମହାରଣା):ରାଜ୍ୟରେ ବର୍ଷା ଜାରି ରହିଥିବାବେଳେ ଆସନ୍ତା ସପ୍ତାହେ ଯାଏ ପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ତେବେ ବୁଧବାର ରାଜ୍ୟର ପ୍ରାୟ ୨୪ ଜିଲାରେ ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଅଧିକାଂଶ ଜିଲାରେ ୭ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ହେବାକୁ ଥିବାରୁ ପାଣିପାଗ କେନ୍ଦ୍ର ୟେଲୋ ଓ୍ବାର୍ନିଂ ଦେଇଛି। ସେହିଭଳି କିଛି ଜିଲାରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ିର ଆଶଙ୍କା ରହିଛି। ଏସବୁ ଜିଲାଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୋଳ, ଢ଼େଙ୍କାନାଳ, କଟକ, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି, ରାୟଗଡ଼ା, ଗଜପତି, ବାଲେଶ୍ୱର, ନୂଆପଡ଼ା, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, କନ୍ଧମାଳ, ଜଗତ୍‌ସିଂହପୁର, ଯାଜପୁର, ପୁରୀ, କେନ୍ଦ୍ରାପଡ଼ା ଓ ଭଦ୍ରକ। ଗୁରୁବାର ଉତ୍ତର ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ତେବେ ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର ଓ ଝାରସୁଗୁଡ଼ାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ପାଣିପାଗ କେନ୍ଦ୍ର ୟେଲୋ ଓ୍ବାର୍ନିଂ ଜାରି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପୁର ଆସନ ମମତା ବାନାର୍ଜୀଙ୍କ ପାଇଁ କାହିଁକି ଏତେ ସ୍ବତନ୍ତ୍ର, ଜାଣନ୍ତୁ କ’ଣ କହିଲେ ଦିଦି…

କୋଲକାତା,୨୩ା୩: ପଶ୍ଚିମବଙ୍ଗ ରାଜନୀତିରେ ଭବାନୀପୁର ପରି କିଛି ନିର୍ବାଚନମଣ୍ଡଳୀର ଐତିହାସିକ ଗୁରୁତ୍ୱ ରହିଛି। ଏହି ଆସନର ନିର୍ବାଚନୀ ଯାତ୍ରା ରାଜ୍ୟରେ କଂଗ୍ରେସ ପ୍ରାଧାନ୍ୟରୁ ଟିଏମ୍‌ସିର ଉତ୍ଥାନ ପତ୍ତନ…

ଯୁଦ୍ଧ ମଧ୍ୟରେ ଏଲପିଜିକୁ ନେଇ ବଡ଼ ପଦକ୍ଷେପ ନେଲେ ସରକାର, ଏଣିକି…

ନୂଆଦିଲ୍ଲୀ,୨୩।୩: ଉପସାଗରୀୟ ଦେଶଗୁଡ଼ିକରେ ଚାଲିଥିବା ସଂଘର୍ଷ ଏବେ ଭାରତର ଶକ୍ତି ଯୋଗାଣକୁ ପ୍ରଭାବିତ କରୁଛି। ଅଶୋଧିତ ତୈଳ ଏବଂ ଗ୍ୟାସ ଯୋଗାଣ ପ୍ରଭାବିତ ହୋଇଛି, ଯାହା ଫଳରେ…

ପ୍ଲେୟର ଅଫ ଦ ମନ୍ଥ ଘୋଷଣା କଲା ICC, ବାଜି ମାରିଲେ ଟିମ୍ ଇଣ୍ଡିଆର ଖେଳାଳି

ନୂଆଦିଲ୍ଲୀ,୨୩।୩:  ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଫେବୃଆରୀ ୨୦୨୬ ପାଇଁ ମାସର ଶ୍ରେଷ୍ଠ ଖେଳାଳି ପୁରସ୍କାର ଘୋଷଣା କରିଛି। ମହିଳା ବର୍ଗରେ, ଟିମ୍ ଇଣ୍ଡିଆର ଜଣେ ଖେଳାଳି ବାଜି…

ଓଜନ କମାଇବାକୁ ଚାହୁଁଛନ୍ତି କି, ଆପଣାନ୍ତୁ ଏହି ଉପାୟ

ନିୟମିତ ମହୁ ଖାଇଲେ ତାହା ଓଜନ କମାଇବାରେ ସାହାଯ୍ୟ କରିଥାଏ। ଏଭଳି ସମସ୍ୟା ସହ ଜଡିତ କେତେକ ବ୍ୟକ୍ତିଙ୍କୁ ପ୍ରତିଦିନ କିଛି ପରିମାଣରେ ମହୁ ଖାଇବାକୁ ଦିଆଯାଇଥିଲା।…

ଭାରତ ପାଇଁ ଆଶ୍ୱସ୍ତି: ଷ୍ଟ୍ରେଟ ଅଫ୍‌ ହର୍ମୁଜ ଅତିକ୍ରମ କଲା ୨ ଏଲପିଜି ଟ୍ୟାଙ୍କର୍‌

ତେହେରାନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ମଧ୍ୟରେ ଭାରତ ବଡ଼ କୂଟନୈତିକ ସଫଳତା ହାସଲ କରିପାରିଛି। ଇରାନ ଏଲପିଜି ବୋଝେଇ ୨ଟି ଭାରତୀୟ ଟ୍ୟାଙ୍କରକୁ ଷ୍ଟ୍ରେଟ ଅଫ୍‌…

ଡରାଉଛି ମୁଖ କ୍ୟାନ୍ସର: ୧୦ ବର୍ଷରେ ନେଲାଣି ୩ ହଜାର ଜୀବନ

ଭୁବନେଶ୍ୱର,୨୩।୩: ମୁଖ କ୍ୟାନ୍ସର ଏବେ ମୁଣ୍ଡ ବିନ୍ଧାର ମୁଖ୍ୟ କାରଣ ସାଜିଛି। ରାଜ୍ୟରେ ୧୦ ବର୍ଷରେ ମୁଖ କ୍ୟାନ୍ସରରେ ୩ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିବା…

ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ ବଡ଼ କଥା କହିଦେଲେ ମୋଦି; LPGକୁ ପ୍ରାଥମିକତା, ତେଲକୁ ନେଇ କହିଲେ…

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଲୋକସଭାରେ ଅଭିଭାଷଣ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଅଭିଭାଷଣରେ କହିଛନ୍ତି, ପଶ୍ଚିମ ଏସିଆରେ…

ନନ୍ଦପୁର ବଜାରରେ ସିଓଟିପିଏ ଏନଫୋର୍ସମେଣ୍ଟ ଟିମ୍‌ :ଗୁଟଖା,ଫୁଡ ଲାଇସେନ୍ସ ଯାଞ୍ଚ

ନନ୍ଦପୁର,୨୩।୩: କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାରେ ସୋମବାର ସିଓଟିପିଏ ଏନଫୋର୍ସମେଣ୍ଟ ଟିମ ପହଞ୍ଚି ନନ୍ଦପୁର ବଜାରର ଏକାଧିକ ଦୋକାନରେ ଗୁଟଖା ବିକ୍ରି, ଫୁଡ ଲାଇସେନ୍ସ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri