ମାଲକାନଗିରିରେ ଆଜି ୧୪ କରୋନା ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୧୮୪କୁ ବୃଦ୍ଧି

କୋରୁକୋଣ୍ଡା,୧୩ା୭(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଦିନକୁ ଦିନ ଉଗ୍ରରୂପ ନେଉଛି କରୋନା। ପ୍ରତିଦିନ ବଢ଼ି ଚାଲିଛି ଆକ୍ରାନ୍ତଙ୍କ ସଂଖ୍ୟା। ସୋମବାର ମାଲକାନଗିରି ପୌରପରିଷଦ, କୋରୁକୋଣ୍ଡା, କାଲିମେଳା, ଖଇରିପୁଟ ବ୍ଲକ ଏବଂ ବାଲିମେଳା ଏନ୍‌ଏସିରେ ମୋଟ୍‌ ୧୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ମାଲକାନଗିରି ଜିଲାପାଳ ଟୁଇଟ୍‌ ଯୋଗେ ସୂଚନା ଦେଇଛନ୍ତି। ଚିହ୍ନଟ ହୋଇଥିବା ୧୪ ଆକ୍ରାନ୍ତଙ୍କ ମଧ୍ୟରୁ ୭ ଆକ୍ରାନ୍ତ ମାଲକାନଗିରି ପୌରପରିଷଦର ହୋଇଥିବା ବେଳେ ୩ ଆକ୍ରାନ୍ତ ବାଲିମେଳା ଏନ୍‌ଏସିର, ଜଣେ କୋରୁକୋଣ୍ଡା, ୨ କାଲିମେଳା, ଜଣେ ଆକ୍ରାନ୍ତ ଖଇରିପୁଟ ବ୍ଲକର ବୋଲି ଜଣାପଡ଼ିଛି। ତେବେ ଚିହ୍ନଟ ହୋଇଥିବା ସମସ୍ତ ୧୪ ଆକ୍ରାନ୍ତଙ୍କ ମଧ୍ୟରୁ ମାଲକାନଗିରି ପୌରପରିଷଦର ୭ ଆକ୍ରାନ୍ତ ପୂର୍ବ ଆକ୍ରାନ୍ତମାନଙ୍କ ସଂସ୍ପର୍ଶରେ ଥିବା ସହିତ କଣ୍ଟେନ୍‌ମେଣ୍ଟ୍‌ ଅଞ୍ଚଳର ହୋଇଥିବା ସୂଚନା ମିଳିଛି। ସେହିପରି ବାଲିମେଳା ଏନ୍‌ଏସିର ୩ ଆକ୍ରାନ୍ତ ମଧ୍ୟରୁ ୨ ଆକ୍ରାନ୍ତ ହଟ୍‌ସ୍ପଟ୍‌ ଜିଲାରୁ ଆସିଥିବା ବେଳେ ଅନ୍ୟ ଜଣେ ଆକ୍ରାନ୍ତ ସ୍ଥାନୀୟ ବାସିନ୍ଦା। ତାଙ୍କର ଟ୍ରାଭେଲ ହିଷ୍ଟ୍ରି ନ ଥିବା ଜଣାପଡ଼ିଛି। କୋରୁକୋଣ୍ଡା ବ୍ଲକର ଆକ୍ରାନ୍ତ ଜଣକ ତାମିଲନାଡୁ ଫେରନ୍ତା ହୋଇଥିବା ବେଳେ ସେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିବାବେଳେ ଖଇରିପୁଟ ବ୍ଲକର ଆକ୍ରାନ୍ତ ଜଣକ ହଟସ୍ପଟ ଜିଲାରୁ ଫେରିଥିବା ଏବଂ କାଲିମେଳା ବ୍ଲକର ୨ ଆକ୍ରାନ୍ତ ଦିଲ୍ଲୀ ଫେରନ୍ତା ହୋଇଥିବା ସହ କ୍ୱାରାଣ୍ଟାଇନ ସେଣ୍ଟରରେ ଥିବା ଜିଲା ପ୍ରଶାସନ ଟୁଇଟ୍‌ ଯୋଗେ ସୂଚନା ଦେଇଛି।
ସୂଚନାଯୋଗ୍ୟ, ଜିଲାରେ ବର୍ତ୍ତମାନ ସୁଦ୍ଧା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୮୪କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୧୦୧ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ବର୍ତ୍ତମାନ ୮୩ ଆକ୍ରାନ୍ତ ଚିକିତ୍ସାଧୀନ ଥିବା ଜିଲା ପ୍ରଶାସନ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୮ ବର୍ଷ ପରେ ପଦକ ଜିତି ଇତିହାସ ସୃଷ୍ଟି କଲେ ମୀରାବାଇ ଚାନୁ

ନୂଆଦିଲ୍ଲୀ,୨୩।୯: ମୀରାବାଇ ଚାନୁ ୨୦୨୬ ଏସୀୟ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଛନ୍ତି। ଫାଇନାଲରେ ମୋଟ ୧୯୮ କିଲୋଗ୍ରାମ ଓଜନ ଉଠାଇ ସେ ଏହି ରୌପ୍ୟ ପଦକ ହାସଲ…

ବମ୍ବେ ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ରାସ୍ତାରେ ବାଣ ଫୁଟାଇଲେ ହେବ…

ମୁମ୍ବାଇ,୨୩ା୯: ପର୍ବପର୍ବାଣୀ ସମୟରେ ହେଉଥିବା ପ୍ରବଳ ଶବ୍ଦ ଏବଂ ବାୟୁ ପ୍ରଦୂଷଣ ଉପରେ ତୀବ୍ର ଅସନ୍ତୋଷ ପ୍ରକାଶ କରି ବମ୍ବେ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି…

ଭାଲୁ ଆକ୍ରମଣରେ ଯୁବକ ଗୁରୁତର

ପାଟଣା, ୨୩।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ମଲ୍ଲୀପଶି ବିଟ୍‌ ଅନ୍ତର୍ଗତ ବଡ଼ନୂଆଗାଁ ଅଞ୍ଚଳରେ ବୁଧବାର ସକାଳେ ଭାଲୁ ଆକ୍ରମଣରେ ଜଣେ ଯୁବକ…

ଲଗାଣ ବର୍ଷାରେ ଉପୁଡ଼ି ପଡ଼ିଲା ବିରାଟକାୟ ଗଛ: ଯାତାୟାତ ବାଧାପ୍ରାପ୍ତ

ମୋହନା, ୨୩।୯ (ମନ୍ମଥ ମିଶ୍ର): କିଛିଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁଁ ମୋହନା ଅଞ୍ଚଳରେ ଜନଜୀବନ ପ୍ରଭାବିତ ହୋଇଛି। ଏହି ବର୍ଷା ଯୋଗୁଁ ମୋହନା ଅନ୍ତର୍ଗତ…

ଓଡ଼ିଆ-ଅର୍ଥନୀତି ବିଭାଗର ନୂଆ ଛାତ୍ରୀଛାତ୍ରଙ୍କୁ ସ୍ବାଗତ: ଶୃଙ୍ଖଳିତ ଭବିଷ୍ୟତ ଗଢ଼ିବାକୁ ପରାମର୍ଶ

ଭଞ୍ଜନଗର,୨୩।୯(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ଏବଂ ଅର୍ଥନୀତି ବିଭାଗ ପକ୍ଷରୁ ଯୁକ୍ତ ୩ ପ୍ରଥମ…

ସୁନିତା ଆହୁଜା ନୁହେଁ ବରଂ କୋମଲ ରାଣୀଙ୍କ ସହ ‘ଲାଲବାଗଚା ରାଜା’ ଦର୍ଶନ କରିବାକୁ ଯାଇଥିଲେ ଗୋବିନ୍ଦା, ୟୁଜର୍ସ କହିଲେ…

ମୁମ୍ବାଇ,୨୩।୯: ଗତ କିଛି ସମୟ ଧରି ଗୋବିନ୍ଦା ଏବଂ ସୁନିତା ଆହୁଜାଙ୍କ ମଧ୍ୟରେ ଏକ ବିବାଦ ଚାଲିଆସୁଛି। ଗୋବିନ୍ଦାଙ୍କର ତାଙ୍କ ସହ-କଳାକାର କୋମଲ ରାଣୀଙ୍କ ସହ ସମ୍ପର୍କ…

ହାଡୁ ନାଏକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ରାସ୍ତା ଅବରୋଧ କଲେ ଉତ୍ତ୍ୟକ୍ତ ଲୋକେ

ଦେବଗଡ଼,୨୩।୯(ଶଶାଙ୍କ ଶେଖର ଝାଙ୍କର):ଦେବଗଡ ପୌରାଞ୍ଚଳ ରଜାମୁଣ୍ଡା ସାହିରେ ଯୁବକଙ୍କ ସନ୍ଦେହ ଜନକ ମୃତ୍ୟୁ ନେଇ ଉତ୍ତେଜନା। ରଜାମୁଣ୍ଡା ଛକ ନିକଟ ପୁରୁଣା ଏନଏଚରେ ଉତ୍ତ୍ୟକ୍ତ ଲୋକଙ୍କ ଦ୍ୱାରା…

ଅବସରପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଶରତ ଚନ୍ଦ୍ର ପଟ୍ଟନାୟକଙ୍କ ପରଲୋକ

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ): ଛତ୍ରପୁର କୋର୍ଟ ଷ୍ଟେଶନ ସାହି ନିବାସୀ ତଥା ଅବସରପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଶରତ ଚନ୍ଦ୍ର ପଟ୍ଟନାୟକ (୮୯)ଙ୍କ ବୁଧବାର ସକାଳେ ନିଜ ବାସଭବନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?