ଆଜି ଯୁକ୍ତ୨ ବିଜ୍ଞାନ, ବାଣିଜ୍ୟ ପରୀକ୍ଷାଫଳ

ଭୁବନେଶ୍ୱର, ୩୧।୭(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ଶନିବାର ସନ୍ଧ୍ୟାରେ ପ୍ରକାଶ ପାଇବ। ଛାତ୍ରୀଛାତ୍ରମାନେ orissaresults.nic.in କିମ୍ବା chseodisha.nic.in ଓ୍ବେବ୍‌ସାଇଟ୍‌ରେ ନିଜ ପରୀକ୍ଷା ଫଳ ଦେଖିପାରିବେ। ତେବେ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ୩୧ ତାରିଖ ପରେ ପ୍ରକାଶ ପାଇବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ଚଳିତବର୍ଷ କରୋନା ଯୋଗୁ ମାଟ୍ରିକ ଭଳି ଯୁକ୍ତ୨ ପରୀକ୍ଷା ବାତିଲ କରାଯାଇଥିଲା। ମୂଲ୍ୟାୟନ ପାଇଁ ବିକଳ୍ପ ପିଦ୍ଧତି ଆପଣାଯାଇଥିଲା। ତେବେ ଛାତ୍ରୀଛାତ୍ରଙ୍କ ଉଚ୍ଚଶିକ୍ଷା ଗ୍ରହଣ ପାଇଁ ଯୁକ୍ତ୨ ମାର୍କର ଆବଶ୍ୟକତା ରହିଥିବାରୁ ଏହି ପରୀକ୍ଷା ଫଳ ଜୁଲାଇ ୩୧ ସୁଦ୍ଧା ପ୍ରକାଶ କରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ନିର୍ଦ୍ଧାରିତ ସମୟରେ ଗଣଶିକ୍ଷା ବିଭାଗ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ଘୋଷଣା କରିବାକୁ ଯାଉଥିବାବେଳେ କଳା ଓ ଧନ୍ଦାମୂଳକ ପରୀକ୍ଷାର ଆବଶ୍ୟକ କାଗଜପତ୍ର ଯାଞ୍ଚରେ ଅଧିକ ସମୟର ଆବଶ୍ୟକତା ଥିବାରୁ ପରେ ଫଳ ପ୍ରକାଶ କରାଯିବ ବୋଲି କୁହାଯାଇଛି। ଏଥିପାଇଁ ଅନୁମତି ନିମନ୍ତେ ସୁପ୍ରିମକୋର୍ଟଙ୍କ ନିକଟରେ ପରିଷଦ ତରଫରୁ ସମୟ ଯାଚିକା ଦାଖଲ କରାଯାଇଛି। କଳା ଓ ଧନ୍ଦାମୂଳକ ପାଠ୍ୟକ୍ରମର ପରୀକ୍ଷା ଫଳ ଖୁବ୍‌ଶୀଘ୍ର ପ୍ରକାଶନ ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଜାରି ରହିଥିବା ସିଏଚ୍‌ଏସ୍‌ଇ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେବଗଡରେ କାଳବୈଶାଖୀ ତାଣ୍ଡବ, ଟିଣ ଆଜବେଷ୍ଟ ପଡି କଟିଗଲା ଯୁବକଙ୍କ ହାତ

ଦେବଗଡ,୨୬।୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି । ଅନେକ ଲୋକଙ୍କ ଘର ଦ୍ୱାର ଭାଙ୍ଗି ବାସହରା ହୋଇ ପଡିଛନ୍ତି ।…

ବଳାତ୍କାର ଅଭିଯୁକ୍ତ ରାମ ରହିମଙ୍କୁ ପୁଣି ମିଳିଲା ୩୦ ଦିନର ପାରୋଲ

ରୋହତକ,୨୬।୫: ଡେରା ସଚ୍ଚା ସୌଦା ମୁଖ୍ୟ ଏବଂ ଦୋଷୀ ସାବ୍ୟସ୍ତ ବଳାତ୍କାରୀ ଗୁରମିf ରାମ ରହିମଙ୍କୁ ପୁଣି ଥରେ ପାରୋଲ ମିଳିଛି। ଏଥର ସେ ୩୦ ଦିନ…

ଧାନବିଲରୁ ନିର୍ଗତ ଗ୍ରୀନହାଉସ୍‌ ଗ୍ୟାସ୍‌ ଏସିଆରେ ସର୍ବାଧିକ

ନୂଆଦିଲ୍ଲୀ, ୨୬।୫(ପି.ଟି.):୨୦୦୧ରୁ ୨୦୨୦ ମଧ୍ୟରେ ଧାନବିଲରୁ ନିର୍ଗତ ହେଉଥିବା ବିଶ୍ୱର ମୋଟ ସବୁଜ ଗୃହ ବାଷ୍ପ(ଗ୍ରୀନହାଉସ ଗ୍ୟାସ୍‌)ର ୯୦%ରୁ ଅଧିକ କେବଳ ଏସିଆରୁ ନିର୍ଗତ ହୋଇଛି, ଯେଉଁଥିରେ…

ବଳିପଡ଼ୁଛନ୍ତି ବିଦ୍ୟାର୍ଥୀ

ଡାକ୍ତରୀ ପ୍ରବେଶିକା ପରୀକ୍ଷା ଏନ୍‌ଇଇଟି-ୟୁଜି ୨୦୨୬ରେ ବ୍ୟାପକ ଦୁର୍ନୀତି ହୋଇଛି ବୋଲି ଦେଶସାରା ‘ଘୋ’ ସୃଷ୍ଟି ହୋଇଥିବା ବେଳେ ସୁପ୍ରିମକୋର୍ଟ ୨୫ ମେ’ରେ ପରୀକ୍ଷା ପରିଚାଳନା କରିଥିବା…

ଭାରତର ବିକାଶ ଯାତ୍ରା

ଯେତେବେଳେ ମୁଁ ତିରୁପ୍ପୁରର ଏକ ବିଦ୍ୟାଳୟରେ ପଢୁଥିବା ଜଣେ ଛୋଟ ବାଳକ ଥିଲି, ସେତେବେଳେ ଆମ ଦେଶକୁ ନେଇ ମୋ ମନରେ ଅନେକ ସ୍ବପ୍ନ ଥିଲା। ମୋ…

ଅସ୍ତ୍ରବିରତି ମଝିରେ ଇରାନର ଜାହାଜ ଉପରକୁ ଆମେରିକାର ବଡ଼ ଆକ୍ରମଣ, ୨ ଜାହାଜ…

ଓ୍ବାଶିଂଟନ,୨୬।୫: ଆମେରିକା ଏବଂ ଇରାନ ମଧ୍ୟରେ ବର୍ତ୍ତମାନ ଯୁଦ୍ଧବିରତି କାର୍ଯ୍ୟକାରୀ ହେଉଛି ଏବଂ ଦୁଇ ଦେଶ ମଧ୍ୟରେ ଆଲୋଚନା ଚାଲିଛି । ତଥାପି, ଉତ୍ତେଜନା ସମ୍ପୂର୍ଣ୍ଣ ଭାବରେ…

ବାରଙ୍ଗ ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ: ପରିବାର ଲୋକେ ଦେଲେ ଚେତାବନୀ

ଭୁବନେଶ୍ୱର/ବାରଙ୍ଗ,୨୬ା୫(ତ୍ରିନାଥ ମହାନ୍ତି/ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ହାଜତରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଅଭିଯୋଗରେ ସୋମବାର ରାତିରେ ଉତ୍ତେଜନା ଦେଖିବାକୁ ମିଳିଛି। ସ୍ଥାନୀୟ ଚଣ୍ଡୀପ୍ରସାଦ ଗ୍ରାମର ଶତାଧିକ ମହିଳାପୁରୁଷ ରାତିତମାମ…

ମହିଳାଙ୍କୁ ପାଗଳ କଲା ପରକୀୟା ପ୍ରୀତି, ସ୍ବାମୀଙ୍କୁ ବିଦ୍ୟୁତ୍‌ ଶକ୍‌ ଦେଇ ମାରିଲେ ସ୍ତ୍ରୀ

ବରେଲି,୨୬।୫: ଉତ୍ତରପ୍ରଦେଶର ବରେଲିରେ ଜଣେ ମହିଳାଙ୍କ ପରକୀୟା ପ୍ରୀତିକୁ ସ୍ବାମୀ ବିରୋଧ କରିବାରୁ ସେ ପ୍ରେମିକ, ଭଉଣୀ ଓ ଭଉଣୀଙ୍କ ପୁରୁଷ ବନ୍ଧୁ ସହ ମିଶି ସ୍ବାମୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri