ଆଜି ୩ୟ କିସ୍ତି ସୁଭଦ୍ରା ଟଙ୍କା:ଏହି ସମୟରେ ଖାତାକୁ ଆସିବ..

ପଟ୍ଟାଙ୍ଗି,୯ା୮(ଶରତ କୁମାର ଧଳ):ରାଜ୍ୟ ସରକାରଙ୍କ ସୁଭଦ୍ରା ଯୋଜନାର ତୃତୀୟ କିସ୍ତି ଶନିବାର ରକ୍ଷାବନ୍ଧନ ଅବସରରେ ପ୍ରଦାନ କରାଯିବ। ଜୟପୁରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ କୋଟିଏରୁ ଊର୍ଦ୍ଧ୍ୱ ମହିଳା ହିତାଧିକାରୀଙ୍କୁ ଏହି ଟଙ୍କା ଦିଆଯିବ।
ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ କୋଟିଆ ପଞ୍ଚାୟତରେ ପହଞ୍ଚି ସୁଭଦ୍ରା ଯୋଜନାର ଦ୍ବିତୀୟ କିସ୍ତିର ଲାଭ ପାଇଥିବା ୧୭୦୦ରୁ ଊଦ୍ଧର୍‌ବ ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କାରେ ସେମାନେ କ’ଣ କ’ଣ କାର୍ଯ୍ୟ କରିଛନ୍ତି ପଚାରି ବୁଝିଥିଲେ। ଶନିବାର ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ତୃତୀୟ କିସ୍ତି ପ୍ରଦାନ କାର୍ଯ୍ୟକ୍ରମ ରହିଛି। ଯୋଜନାରୁ ବଞ୍ଚିତ ଥିବା ମହିଳାମାନଙ୍କ ସମସ୍ୟା ସମାଧାନ କରିବାକୁ ରାଜ୍ୟ ସରକାର
ତତ୍ପର ଥିବା ସେ କହିଛନ୍ତି। ଏଥିସହ କୋଟିଆରେ ଲକ୍ଷପତି ଦିଦି କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ସ୍ବୟଂସହାୟକ ଗୋଷ୍ଠୀ ମହିଳାମାନଙ୍କ ସହ ଆଲୋଚନା କରି ସହକାରୀ ବାସଗୃହ ସହ ପ୍ରାଣୀ ଚିକିତ୍ସାଳୟ ଉଦ୍‌ଘାଟନ କରିଥିଲେ। ପରେ ଦେଓମାଳୀ ଯାଇ ସେଠାରେ ପର୍ଯ୍ୟଟନର ବିକାଶ ନେଇ ସମୀକ୍ଷା କରିଥିଲେ। ବ୍ଲକ୍‌ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି କରାଯାଇଥିବା ଢେମସା ନାଚରେ ଉପମୁଖ୍ୟମନ୍ତ୍ରୀ ସାମିଲ ହୋଇଥିଲେ। ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ କେତେକ ସ୍ବୟଂସହାୟକ ଗୋଷ୍ଠୀକୁ ଚେକ୍‌ ପ୍ରଦାନ କରିଥିଲେ। ଏହି ସମୟରେ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ସଚିବ ସୁଭା ସର୍ମା, ଡବ୍ଲ୍ୟୁସିଡି ଅତିରିକ୍ତ ସଚିବ କୃତିବାସ ରାଉତ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri