ଆଜି ବିଜେଡିର ଚାଉଳ, ଭାଜପାର ମମିତା ପ୍ରସଙ୍ଗ ନେଇ ଆନ୍ଦୋଳନ

ଭୁବନେଶ୍ୱର, ୮।୨(ବ୍ୟୁରୋ):  ଭାଜପା ନେତୃତ୍ୱାଧୀନ କେନ୍ଦ୍ର ସରକାରର ଓଡ଼ିଶା ତଥା କୃଷକ ବିରୋଧୀ ମନୋଭାବ ଜାରି ରହିଛି। କେନ୍ଦ୍ରୀୟ ଅବହେଳାର ସର୍ବଶେଷତମ ଉଦାହରଣ ହେଉଛି ଓଡ଼ିଶାରୁ ବଳକା ଚାଉଳ ଉଠାଇବାକୁ କେନ୍ଦ୍ର ସରକାର ରୋକ୍‌ଠୋକ୍‌ ମନା କରିବା। ଏହାଦ୍ୱାରା ଓଡ଼ିଶାର କୋଟି କୋଟି କୃଷକ ଦୁଃଖ ଓ ଅନଟନରେ ପଡ଼ିଥିବା ବିଜେଡି ମୁଖପାତ୍ର ଶ୍ରୀମୟୀ ମିଶ୍ର ଓ ସୁଲତା ଦେଓ କହିଛନ୍ତି। ଏହି ପ୍ରସଙ୍ଗରେ ବିଜେଡି ମଙ୍ଗଳବାର ଧାରଣା ଦେବ ବୋଲି ସୂଚନା ଦେଇଛି। ଅନ୍ୟପଟେ ବିଜେଡିର ଚାଉଳ ପ୍ରସଙ୍ଗକୁ ସାମ୍ନା କରିବାକୁ ଭାଜପା ପୁଣିଥରେ ମମିତା ମେହେର ହତ୍ୟାକାଣ୍ଡକୁ ନେଇ ମଙ୍ଗଳବାର ନବୀନ ନିବାସ ଘେରାଉ ଚେତାବନୀ ଦେଇଛି। ତେଣୁ ବିଜେଡିର ଚାଉଳ ଏବଂ ଭାଜପାର ମମିତା ମେହେର ପ୍ରସଙ୍ଗକୁ ନେଇ ରାଜଧାନୀରେ ଉଭୟ ଦଳର କର୍ମୀ ପରସ୍ପର ସମ୍ମୁଖୀନ ହେବେ।
ବିଜେଡି କାର୍ଯ୍ୟାଳୟଠାରେ ସୋମବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଶ୍ରୀମୟୀ କହିଛନ୍ତି ଯେ, ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଯୋଗାଣ କ୍ଷେତ୍ରରେ ଓଡ଼ିଶା ୩ୟ ବୃହତ୍ତମ ଯୋଗଦାନକାରୀ ରାଜ୍ୟ। ଓଡ଼ିଶା ୯୫ ପ୍ରତିଶତ ଉଷୁନା ଚାଉଳ ଉତ୍ପାଦନ କରିଥାଏ। ସାମ୍ବିଧାନିକ ବ୍ୟବସ୍ଥା ଅନୁଯାୟୀ ଓଡ଼ିଶାରେ ବଳକା ଚାଉଳକୁ ଉଠାଇବା କେନ୍ଦ୍ରର କର୍ତ୍ତବ୍ୟ, ରାଜ୍ୟର ନୁହେଁ। ଓଡ଼ିଶାର କୃଷକଙ୍କ ବୃହତ୍ତର ସ୍ବାର୍ଥ ଦୃଷ୍ଟିରୁ ରାଜ୍ୟ ସରକାର କେନ୍ଦ୍ର ତରଫରୁ ଚାଉଳ ଖରିଦ କରିଥାନ୍ତି। କିନ୍ତୁ ବର୍ତ୍ତମାନ ବଳକା ଚାଉଳ ନ ଉଠାଇବାକୁ କେନ୍ଦ୍ର ସରକାର ପ୍ରତ୍ୟାଖ୍ୟାନ କରିବା ରାଜ୍ୟର ଚାଷୀଙ୍କ ଜୀବନ ଓ ଜୀବିକା ଉପରେ ଆକ୍ରମଣ ସଦୃଶ ହୋଇଛି। ଏହା ବିରୋଧରେ ମଙ୍ଗଳବାର ଏଫ୍‌ସିଆଇ ଦପ୍ତର ସମ୍ମୁଖରେ ବିଜେଡି ପକ୍ଷରୁ ଧାରଣା ଦିଆଯିବ ବୋଲି ସୂଚନା ଦେଇଛନ୍ତି। ସୁଲତା କହିଛନ୍ତି, ଭାଜପା ଏମ୍‌ପିମାନେ ଚାଷୀଙ୍କ ପାଖକୁ ଯାଇ କେବଳ ନିର୍ବାଚନ ସମୟରେ ଭୋଟ୍‌ ମାଗିଥାନ୍ତି। ସେମାନେ କୃଷକଙ୍କ କଲ୍ୟାଣ ବିଷୟରେ ନୁହେଁ, ନିଜର ଭୋଟ କଥା ଚିନ୍ତା କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟେକ୍ସଟାଇଲ ପାର୍କ ଆଶାରେ ବଲାଙ୍ଗୀର

ବଲାଙ୍ଗୀର,୧୮ା୨(ବୀରେନ୍ଦ୍ର କୁମାର ଝାଙ୍କର): ଦାଦନପ୍ରବଣ ତଥା ଶିଳ୍ପବିହୀନ ବଲାଙ୍ଗୀର ଜିଲାରେ ଟେକ୍ସଟାଇଲ ପାର୍କ(କ୍ଲଷ୍ଟର) ପ୍ରତିଷ୍ଠା ଘୋଷଣାରେ ଅଟକିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଓଡିଶା ଟେକ୍ସଟାଇଲ କନ୍‌କ୍ଲେଭ…

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri