Posted inଜାତୀୟ

ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ବହିଷ୍କାର କଲେ ବିରୋଧୀ: ଭାଜପା କହିଲା ଦୁର୍ଭାଗ୍ୟପୂର୍ଣ୍ଣ

ନୂଆଦିଲ୍ଲୀ,୨୯ ।୧: ସଂସଦର ବଜେଟ ଅଧିବେଶନ ଶୁକ୍ରବାରଠାରୁ ଆରମ୍ଭ ହୋଇଛି । ୧ ଫେବୃୟାରୀରେ ସଂସଦରେ ଆର୍ଥିକ ବର୍ଷ ୨୦୨୧-୨୨ର ସାଧାରଣ ବଜେଟ ଉପସ୍ଥାପନ କରାଯିବ । ଦୁଇ ଭାଗରେ ହେବାକୁ ଥିବା ଏହି ଅଧିବେଶନ ୮ ଏପ୍ରିଲ ପର୍ଯ୍ୟନ୍ତ ଚାଲିବ । ୧୫ ଫେବୃୟାରୀ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହାର ପ୍ରଥମ ଅଧିବେଶନର ଆରମ୍ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅଭିଭାଷଣରୁ ଆରମ୍ଭ ହୋଇଥିଲା । ଏଥିରେ ରାଷ୍ଟ୍ରପତି ସରକାରଙ୍କ ନୀତିଠାରୁ ଆରମ୍ଭ କରି ଗଲୱାନ ଘାଟିରେ ଶହୀଦ ହୋଇଥିବା ଯବାନ ଓ ଦିଲ୍ଲୀରେ ହୋଇଥିବା ହିଂସା ଉପରେ ଆଲୋକପାତ କରିଥିଲେ । ସେହିପରି ୩ ନୂଆ କୃଷି ଆଇନକୁ ନେଇ ମଧ୍ୟ ନିଜର ଅଭିଭାଷଣ ରଖିଥିଲେ ରାଷ୍ଟ୍ରପତି । ସେ କହିଥିଲେ ନୂଆ କୃଷି ଆଇନ ହେବା ପରେ ପୁରୁଣାରେ ସେମିତି କିଛି ବାଧା ଉପୁଜି ନାହିଁ । ଏହାସହ ସାଧାରଣତନ୍ତ୍ର ଦିବସରେ ଲାଲ କିଲାରେ ତ୍ରିରଙ୍ଗା ପ୍ରତି ହୋଇଥିବା ଅପମାନ ଦୁର୍ଭାଗ୍ୟପୁର୍ଣ୍ଣ ବୋଲି କହିଥିଲେ ରାଷ୍ଟ୍ରପତି । ଏହାକୁ ନେଇ ବିରୋଧୀ କଂଗ୍ରେସ ସମେତ ପ୍ରାୟ ୧୮ଟି ଦଳ ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ବହିଷ୍କାର କରିଥିଲେ । ଏହାକୁ ନେଇ ଭାରତୀୟ ଜନତା ପାର୍ଟି(ଭାଜପା) ଏମ୍‌ପି ରବିଶଙ୍କର ପ୍ରସାଦ କହିଛନ୍ତି, ରାଷ୍ଟ୍ରପତି ରାଜନୀତିଠାରୁ ଊର୍ଦ୍ଧ୍ୱରେ, ସେ ସମ୍ବିଧାନର ମୁଖ୍ୟ । ତାଙ୍କ ସମ୍ବୋଧନକୁ ସମ୍ମାନ କରିବା ଗଣତନ୍ତ୍ରର ସୁସ୍ଥ ଅଭ୍ୟାସ । ଦୁର୍ଭାଗ୍ୟପୂର୍ଣ୍ଣ ଯେ ଦେଶରେ ୫୦ ବର୍ଷ ଧରି ଶାସନ କରିଥିବା କଂଗ୍ରେସ ଓ ଅନ୍ୟ ଦଳମାନେ ଏହାକୁ ବହିଷ୍କାର କରିବା । କଂଗ୍ରେସ ଏହାଦ୍ୱାରା କେଉଁ ପରମ୍ପରା ସ୍ଥାପନ କରୁଛି ବୋଲି ରବିଶଙ୍କର ପ୍ରଶ୍ନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

ସାବଧାନ! ଜୁନ୍ ୩୦ e-KYC ର ଶେଷ ତାରିଖ, ନିୟମ ନମାନିଲେ ଆସିବନି ଗ୍ୟାସ୍‌ ସିଲିଣ୍ଡର…

ନୂଆଦିଲ୍ଲୀ,୨୬।୫: ଯଦି ଆପଣ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ୟାସ ସିଲିଣ୍ଡର ଯୋଗାଣରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ ବଡ଼ ଖବର: ତତ୍କାଳ ଟିକେଟ୍ ପାଇଁ ଆସିଲା ନୂଆ ‘ଟୋକନ ନିୟମ’

ନୂଆଦିଲ୍ଲୀ,୨୬।୫: ରେଳଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ତତ୍କାଳ ଟିକେଟ୍ କାଉଣ୍ଟରରେ ହେଉଥିବା ପ୍ରବଳ ଭିଡ଼ ଅନିୟମିତତାକୁ ରୋକିବା ପାଇଁ ଭାରତୀୟ ରେଳବାଇ ଏକ ବଡ଼ ପଦକ୍ଷେପ…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ…

ଏଲପିଜି ସିଲିଣ୍ଡରକୁ ବାଏ-ବାଏ; ଏବେ ପାଣିରେ ଜଳିବ ରୋଷେଇ ଚୁଲି! ନୀତିନ ଗଡ଼କରୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୫: ଦେଶରେ ମହଙ୍ଗା ମାଡ଼ରେ ଅତିଷ୍ଠ ହେଉଥିବା ସାଧାରଣ ଗ୍ରାହକ ଏବଂ ଗୃହିଣୀମାନଙ୍କ ପାଇଁ ଏକ ବଡ଼  ଖବର ସାମ୍ନାକୁ ଆସିଛି। ବଜାରରେ ଉପଲବ୍ଧ କମର୍ଶିଆଲ୍ ତଥା…

ସାହାଯ୍ୟ ମାଗିବା ବାହାନାରେ ଶିକ୍ଷକଙ୍କଠାରୁ ବାଇକ୍‌ ନେଇ ଚମ୍ପଟ ମାରିଲେ ଦୁର୍ବୃତ୍ତ, ଢ଼ାବା ଆଗରେ…

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ଚମକାଇ ଦେଲା ଭଳି ବାଇକ ଚୋରି ଘଟଣା ସାମ୍ନାକୁ ଆସିଛି। ଜଣେ ଦୁର୍ବୃତ୍ତ ସାହାଯ୍ୟ…

ମାଳିକାରେ ବଡ଼ ଚେତାବନୀ! ଆସୁଛି ଭୟଙ୍କର ପ୍ରଳୟ, ଓଡ଼ିଶାରେ…

୬୦୦ ବର୍ଷ ପୂର୍ୱେ ରଚିତ ଭବିଷ୍ୟବାଣୀ ଗ୍ରନ୍ଥ ‘ମାଳିକା’କୁ ନେଇ ଏବେ ସାରା ଦେଶରେ ଚର୍ଚ୍ଚା ଜୋର୍‌ ଧରିଛି। ବିଶ୍ୱରେ ଚାଲିଥିବା ଯୁଦ୍ଧ ପରିସ୍ଥିତି, ପ୍ରାକୃତିକ ବିପର୍ଯ୍ୟୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri