ଆଜି ଅଭିଯୋଗ ଶୁଣିବେନି ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କାରଣ

ଭୁବନେଶ୍ୱର,୨୭।୪(ବନ୍ଦନା ସେଠୀ): ସୋମବାର ୨୭ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି ହେବ ନାହିଁ। ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏହି ଜନଶୁଣାଣି କାର୍ଯ୍ୟକ୍ରମକୁ ସ୍ଥଗିତ ରଖାଯାଇଥିବା ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୟୁନିଟ-୨ ଅଶୋକନଗରସ୍ଥିତ ପୁରୁଣା ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ) କୋଠାରେ ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି ହେବାର ଥିଲା।

ମାତ୍ର ଏବେ ଏହାକୁ ସ୍ଥଗିତ ରଖାଯାଇଥିବାରୁ ଯେଉଁମାନେ ଏହିଦିନ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ ଅଭିଯୋଗ କରିବା ପାଇଁ ଅନ୍‌ଲାଇନ୍‌ ପଞ୍ଜୀକରଣ କରିଥିଲେ ସେମାନଙ୍କ ପାଇଁ ଭୁବନେଶ୍ୱରଠାରେ ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଧାର୍ଯ୍ୟ କରାଯିବ। ଏ ସମ୍ପର୍କରେ ଖବରକାଗଜ ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ବିଭାଗ ପକ୍ଷରୁ ଜାରି ପ୍ରେସ୍‌ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି।

 

Dharitri – Odisha’s No.1 Odia Daily

Share