ରାଜ୍ୟରେ ଆଜି ୫,୨୩୫ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୧।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ଶୁକ୍ରବାର ରାଜ୍ୟରେ ୫,୨୩୫କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୨୯୫୭ ଜଣ କ୍ୱାରାଣ୍ଟାଇନ୍‌ରେ ଥିଲେ। ବାକି ୨୨୭୮ଟି ହେଉଛି ଲୋକାଲ କେସ। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୭୨୬ ଜଣ ଥିବା ବେଳେ ଅନୁଗୋଳରୁ ୨୭୭, ବାଲେଶ୍ୱର ୩୨୦, ବରଗଡ ୧୧୮, ଭଦ୍ରକ ୨୧୭, ବଲାଙ୍ଗୀର ୪୧, ବୌଦ୍ଧ ୮୩, କଟକ ୫୫୭, ଦେଓଗଡ ୧୪,
ଢେଙ୍କାନାଳ ୧୩୭, ଗଜପତି ୨୩, ଗଞ୍ଜାମ ୭୭, ଜଗତସିଂହପୁର ୧୪୮, ଯାଜପୁର ୩୯୪,
ଝାରସୁଗୁଡା ୨୭, କଳାହାଣ୍ଡିରୁ ୪୮, କନ୍ଧମାଳରୁ ୩୭, କେନ୍ଦ୍ରାପଡା ୨୩୭, କେନ୍ଦୁଝରରୁ ୧୧୫, କୋରାପୁଟରୁ ୧୨୭, ମାଲକାନଗିରିରୁ ୧୦୪, ନବରଙ୍ଗପୁରରୁ ୧୮୬, ନୟାଗଡା ୧୩୨, ନୂଆପଡା ୧୩, ରାୟଗଡା ୧୨୯, ସମ୍ବଲପୁରରୁ ୬୬ ଓ ସୋନପୁରରୁ ୩୪ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ ପୁଲ୍‌ରୁ ୧୨୪ ଜଣ ଚିହ୍ନଟ ହୋଇଛନ୍ତି।
୫,୨୩୫ଟି ନୂଆ କେସ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ଲକ୍ଷ ୪୨ହଜାର ୪୬୧ରେ ପହଞ୍ଚିଯାଇଛି। ସେମାନଙ୍କ ମଧ୍ୟରୁ ୭ ଲକ୍ଷ ୭୨ ହଜାର ୯୭୨ ଜଣ ସୁସ୍ଥ ହୋଇସାରିଛନ୍ତି। ୬୬ ହଜାର ୨୨୬ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଦମ୍‌ଦାର ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ: କିଛି କହିବା ପୂର୍ବରୁ ୧୦୦୦ ଥର ଭାବିବେ କ୍ରିକେଟ ପଣ୍ଡିତ!

ନୂଆଦିଲ୍ଲୀ, ୩୧।୮: ଦୁଲୀପ ଟ୍ରଫି ଡେବ୍ୟୁ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୮ ରନ କରି ଆଉଟ ହେବା ପରେ ତାଙ୍କ ରେଡ ବଲ ଟେମ୍ପରାମେଣ୍ଟକୁ ନେଇ…

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ପୁଟିନ- ମୋଦିଙ୍କ ମଧ୍ୟରେ ବୈଠକ: ଆଲୋଚନା ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ, ୩୧।୮: ଦୁଇ ଦିନିଆ କିର୍ଗିଜସ୍ତାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶକେକ୍‌ରେ ପହଞ୍ଚିବା ପରେ ସୋମବାର ସାଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri