ଆଜି ଧରିତ୍ରୀ କ୍ଲାଇମେଟ୍‌ ଗ୍ରାଣ୍ଟ: ଯୁବ ପରିବେଶବିତ୍‌ମାନେ ଯୋଗଦେବେ

ଭୁବନେଶ୍ୱର,୨୪/୧୧(ବନ୍ଦନା ସେଠୀ):ଜଳବାୟୁ ପରିବର୍ତ୍ତନର ମୁକାବିଲା କ୍ଷେତ୍ରରେ ଯୁବପିଢ଼ିଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ତେଣୁ ସେମାନେ କିଭଳି ସଚେତନ ହେବା ସହ ଅନ୍ୟମାନଙ୍କୁ ସଚେତନ କରି ଏହି ଅଭିଯାନରେ ସାମିଲ କରିପାରିବେ ସେ ସଂକ୍ରାନ୍ତରେ ‘ଧରିତ୍ରୀ’ ପକ୍ଷରୁ ପ୍ରତିବର୍ଷ ‘ୟୁଥ୍‌ କନ୍‌କ୍ଲେଭ୍‌ ବା ଯୁବ ସମ୍ମିଳନୀ’ ଅନୁଷ୍ଠିତ ହେଉଛି। ଚଳିତବର୍ଷ ଏହି କାର୍ଯ୍ୟକ୍ରମ ୫ମ ସଂସ୍କରଣରେ ପହଞ୍ଚତ୍ଥିବାବେଳେ ପ୍ରସଙ୍ଗ ରହିଛି ‘କ୍ଲାଇମେଟ୍‌ ଚେଞ୍ଜ୍‌: ଫାଇଣ୍ଡିଂ ସଲ୍ୟୁଶନ୍ସ’। ଭୁବନେଶ୍ୱରରେ ଆୟୋଜିତ ହେବାକୁ ଥିବା ଧରିତ୍ରୀ ୟୁଥ୍‌ କନ୍‌କ୍ଲେଭ୍‌-୨୦୨୫ରେ ରାଜ୍ୟର ବିଭିନ୍ନ ଅଞ୍ଚଳରୁ ଯୁବ ପରିବେଶବିତ୍‌ମାନେ ଯୋଗଦେବେ। ସେହିପରି କାର୍ଯ୍ୟକ୍ରମରେ ଏକ୍ସପର୍ଟ ପ୍ୟାନେଲିଷ୍ଟ ଭାବେ ନୂଆଦିଲ୍ଲୀସ୍ଥିତ ସେଣ୍ଟର ଫର୍‌ ସାଇନ୍ସ ଆଣ୍ଡ୍‌ ଏନ୍‌ଭାଇରନ୍‌ମେଣ୍ଟ (ସିଏସ୍‌ଇ)ର ମହାନିର୍ଦ୍ଦେଶକ ତଥା ‘ଡାଉନ୍‌ ଟୁ ଆର୍ଥ’ର ଏଡିଟର ପଦ୍ମଶ୍ରୀ ସୁନୀତା ନାରାୟଣ, ପରିବେଶବିତ୍‌ ପଦ୍ମଶ୍ରୀ ଚାମୀ ମୁର୍ମୁ, ବନ୍ୟପ୍ରାଣୀ ଜୀବବିଜ୍ଞାନୀ ପୂର୍ଣ୍ଣିମା ଦେବୀ ବର୍ମନ, ବ୍ରିଟିଶ୍‌ ଡେପୁଟି ହାଇକମିଶନର ଡ. ଆଣ୍ଡ୍ର୍ୟୁ ଫ୍ଲେମିଙ୍ଗ୍‌, ସିଓ୍ବାଇସିଏନ୍‌ର ଭିସି. ପାର୍ଟନରଶିପ୍‌ସ ଆଣ୍ଡ୍‌ ଷ୍ଟେକ୍‌ ହୋଲ୍ଡର୍ସ ମିତ୍‌ ସିଜରିଆ, ଇକୋଲୋଜିଷ୍ଟ ତଥା ଦକ୍ଷିନ୍‌ ଫାଉଣ୍ଡେଶନ୍‌ର ପ୍ରତିଷ୍ଠାତା କାର୍ତ୍ତିକ ଶଙ୍କର, ଅବସରପ୍ରାପ୍ତ ଭାରତୀୟ ବନସେବା ଅଧିକାରୀ ତଥା ଓଡ଼ିଶା ଲୋକାୟୁକ୍ତର ପୂର୍ବତନ ସଦସ୍ୟ ଡ. ଦେବବ୍ରତ ସ୍ବାଇଁ ଏବଂ ପରିବେଶବିତ୍‌ ତଥା ଇଏଫ୍‌ଆଇ ପ୍ରତିଷ୍ଠାତା ଅରୁଣ କ୍ରିଷ୍ଣମୂର୍ତ୍ତି ଯୋଗଦେବେ। ଏହି ଅବସରରେ ପଦ୍ମଶ୍ରୀ ଚାମୀ ମୁର୍ମୁଙ୍କୁ ‘ଲାଇଭ୍‌ ଟାଇମ୍‌ ଆଚିଭ୍‌ମେଣ୍ଟ’ ପୁରସ୍କାର ସହିତ ପରିବେଶ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରୁଥିବା ବ୍ୟକ୍ତି ଓ ସଙ୍ଗଠନଗୁଡ଼ିକୁ ‘ଧରିତ୍ରୀ କ୍ଲାଇମେଟ୍‌ ଗ୍ରାଣ୍ଟ’ ପ୍ରଦାନ କରାଯିବ। ଏଥିସହ ପ୍ରସିଦ୍ଧ ସଙ୍ଗୀତ କଳାକାର ରାହଗିରଙ୍କ ଦ୍ୱାରା ପରିବେଶ ଉପରେ ସଙ୍ଗୀତ ପରିବେଷଣ କରାଯିବ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

୧୮ ବର୍ଷର ଛାତ୍ର ହେଲେ କଲେଜ ପ୍ରଫେସର: ଭାଙ୍ଗିଗଲା ୩୦୬ ବର୍ଷର ପୁରୁଣା ରେକର୍ଡ

ଯେଉଁ ବୟସରେ ଅଧିକାଂଶ ଛାତ୍ର ସେମାନଙ୍କର କଲେଜ ଶିକ୍ଷା ଆରମ୍ଭ କରୁଛନ୍ତି, ସେହି ବୟସରେ ଆମେରିକାର ଜଣେ ଯୁବକ କଲେଜ ପ୍ରଫେସର ଭାବରେ ଛାତ୍ରମାନଙ୍କୁ ପାଠ ପଢ଼ାଉଛନ୍ତି।…

ଭାଙ୍ଗିଲା କେନାଲ: ଉଜୁଡିଲା ଚାଷୀଙ୍କ ଫସଲ

ରିଷିଡା,୫।୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ଉତେଇ ଜଳସେଚନ ବିଭାଗ ପକ୍ଷରୁ କର୍ଲାମୁଣ୍ଡା ବ୍ଲକ ରାଜପୁର ଗ୍ରାମର ଭୋରପଡା( ଆର ୧) ସବମାଇନର କେନାଲ ବିଭିନ୍ନ ସ୍ଥାନରେ ନୂତନ…

ଆନାଲଗ ପନିର ବ୍ୟାନ୍‌: ଜାଣନ୍ତୁ ଏହା କ’ଣ

ମୁମ୍ବାଇ,୫।୮: ଜନସ୍ବାସ୍ଥ୍ୟକୁ ପ୍ରାଥମିକତା ଦେଇ ମହାରାଷ୍ଟ୍ର ସରକାର ରାଜ୍ୟ ମଧ୍ୟରେ ଆନାଲଗ ପନିର(ନକଲି କିମ୍ବା ନନ୍‌-ଡାୟରୀ ପନିର) ଉତ୍ପାଦନ, ବିକ୍ରୟ, ରଖିବା, ପରିବହନ ଏବଂ ବଣ୍ଟନ ଉପରେ…

ଅଗରକରଙ୍କ ହେବ ଛୁଟି! ତାଙ୍କୁ ସ୍ଥାନ ନେଇପାରନ୍ତି ଏହି ମହାନ ଖେଳାଳି

ନୂଆଦିଲ୍ଲୀ,୫।୮: ଅଜିତ ଅଗରକରଙ୍କୁ ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା ପଦରୁ ହଟାଯାଇପାରେ। ବିସିସିଆଇ ଏହି ଦାୟିତ୍ୱ ସେଣ୍ଟର ଅଫ ଏକ୍ସଲେନ୍ସ (ସିଓଇ)ର ମୁଖ୍ୟ ଭିଭିଏସ ଲକ୍ଷ୍ମଣଙ୍କୁ ଦେଇପାରେ।…

ମୋବାଇଲ୍‌ ନ ଦେବାକୁ ଚରମ ନିଷ୍ପତ୍ତି ନେଲେ ସପ୍ତମ ଶ୍ରେଣୀ ଛାତ୍ର: ଘରେ ଖେଳିଗଲା…

ସୁରତ,୫।୮:ଗୁଜରାଟର ସୁରତରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ମୋବାଇଲ ଫୋନ ନିଶା ପିଲାମାନଙ୍କ ଜୀବନ ଉପରେ କେତେ ପ୍ରଭାବ ପକାଇପାରେ ତାହାର ଏକ ହୃଦୟ ବିଦାରକ…

ଆଜିଠୁ ଚମକିବ ଏହି ୬ ରାଶିର ଭାଗ୍ୟ: ବୁଧ କର୍କଟ ରାଶିରେ ପ୍ରବେଶ….

ଆଜି ବୁଧ ମିଥୁନ ରାଶିରୁ କର୍କଟ ରାଶିକୁ ପ୍ରବେଶ କରୁଛନ୍ତି। ଜ୍ୟୋତିଷ ଶାସ୍ତ୍ରରେ ବୁଧକୁ ବୁଦ୍ଧି, ଯୋଗାଯୋଗ, ଶିକ୍ଷା, ବ୍ୟବସାୟ, ଧନ ଏବଂ ଚିନ୍ତା ପ୍ରକ୍ରିୟାର ମୁଖ୍ୟ…

ଲାଞ୍ଚ ନେବା ପଡିଲା ମହଙ୍ଗା: ପଞ୍ଚାୟତ ସମିତିର ବରିଷ୍ଠ ରାଜସ୍ବ ସହାୟକଙ୍କୁ ଚାକିରିରୁ ନିଲମ୍ବନ କଲେ ଜିଲାପାଳ

ଖଡ଼ିଆଳ,୫।୮(ସୁଜିତ କୁମାର ପ୍ରଧାନ ): ଦୁର୍ନୀତି ପ୍ରତି ନୂଆପଡ଼ା ଜିଲା ପ୍ରଶାସନର ଶୂନ୍ୟ ସହନଶୀଳତା ନୀତିକୁ ପୁନର୍ବାର ସ୍ପଷ୍ଟ କରି ଜିଲାପାଳ ମଧୁସୂଦନ ଦାଶ ଜଣେ ସରକାରୀ…

ଚାପରୁ ବର୍ଷା

ଯୁଦ୍ଧ, ଅନ୍ତର୍ଜାତୀୟ ରାଜନୀତି ଓ ଅର୍ଥନୈତିକ ଅସ୍ଥିରତା ପୃଥିବୀକୁ ଯେତିକି ଆକ୍ତାମାକ୍ତା କରୁଛି, ତା’ଠାରୁ ଅଧିକ କ୍ଷତାକ୍ତ କଲାଣି ଜଳବାୟୁ ପରିବର୍ତ୍ତନଜନିତ ଅସ୍ବାଭାବିକତା। ଥଣ୍ଡା ଜଳବାୟୁରେ ବଢ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri