Posted inଖେଳ

ଆଜିଠୁ ଆଇପିଏଲ୍‌: ଜାଣନ୍ତୁ କେଉଁଠି ନେଇପାରିବେ ଏହି ଫଟାଫଟ୍‌ ଗେମ୍‌ର ମଜା

ନୂଆଦିଲ୍ଲୀ,୨୨।୩: : ଆଇପିଏଲ ୨୦୨୪ର ପ୍ରଥମ ମ୍ୟାଚ ୨୨ ମାର୍ଚ୍ଚ ଅର୍ଥାତ୍‌ ଆଜି ଚେନ୍ନାଇରେ ସିଏସ୍‌କେ ଏବଂ ଆରସିବି ମଧ୍ୟରେ ଖେଳାଯିବ। ନିର୍ବାଚନକୁ ଦୃଷ୍ଟିରେ ରଖି ବିସିସିଆଇ ପ୍ରଥମ ପର୍ଯ୍ୟାୟର କାର୍ଯ୍ୟସୂଚୀ ଘୋଷଣା କରିଛି ଯାହା ମାର୍ଚ୍ଚ ୨୨ ରୁ ଏପ୍ରିଲ ୭ ପର୍ଯ୍ୟନ୍ତ ଖେଳାଯିବ। ପ୍ରଥମ ପର୍ଯ୍ୟାୟର ଶେଷ ମ୍ୟାଚ ଲକ୍ଷ୍ନୌ ସୁପର ଜିଆଣ୍ଟସ ଏବଂ ଗୁଜରାଟ ଟାଇଟାନ୍ସ ମଧ୍ୟରେ ଖେଳାଯିବ। ଏହି ୧୭ ଦିନରେ ମୋଟ ୨୧ଟି ମ୍ୟାଚ ଖେଳାଯିବ। ଏଥି ସହିତ ବିସିସିଆଇ ଖୁବ ଶୀଘ୍ର ଅବଶିଷ୍ଟ ମ୍ୟାଚଗୁଡିକର କାର୍ଯ୍ୟସୂଚୀ ଘୋଷଣା କରିବାକୁ ଯାଉଛି। ଆଇପିଏଲର ପ୍ରଥମ ପର୍ଯ୍ୟାୟରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ୫ଟି ମ୍ୟାଚ ଖେଳିବାକୁଥିବାବେଳେ ଦିଲ୍ଲୀ କ୍ୟାପିଟାଲ୍ସ ଦଳ ଦୁଇଟି ମ୍ୟାଚ ଖେଳିବାକୁ ଯାଉଛି। ଏହା ବ୍ୟତୀତ ମୁମ୍ବାଇ ଇଣ୍ଡିଆନ୍ସ ଦଳ ୨୩ ସିଜନରେ ଗୁଜରାଟ ଟାଇଟାନ୍ସ ସହିତ ଚଳିତ ସିଜନରେ ଏହାର ପ୍ରଥମ ମ୍ୟାଚ ଖେଳିବ। ପ୍ରଥମ ପର୍ଯ୍ୟାୟରେ ବିସିସିଆଇ ଚାରୋଟି ଡବଲ ହେଡରର ଏକ କାର୍ଯ୍ୟସୂଚୀ ପ୍ରସ୍ତୁତ କରିଛି।
ଏଥର ଆଇପିଏଲ ଜିଓ ସିନେମା ଏବଂ ଷ୍ଟାର୍‌ ସ୍ପୋର୍ଟସ ଚ୍ୟାନେଲରେ ଟିଭିରେ ଲାଇଭ ଷ୍ଟ୍ରିମିଂ ହେବ। ଆଇପିଏଲ୍‌ ୨୦୨୪ର ସମସ୍ତ ମ୍ୟାଚର ଅନ୍‌ଲାଇନ ଷ୍ଟ୍ରିମିଂ ଜିଓ ଆପରେ ମାଗଣାରେ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗକୁ ମିଳିଲା ଆଉ ଜଣେ ଅବିବାହିତ ମୁଖ୍ୟମନ୍ତ୍ରୀ, ବିବାହ କରିନାହାନ୍ତି ଶୁଭେନ୍ଦୁ, ତାଙ୍କ ପୂର୍ବରୁ ୪… 

କୋଲକାତା, ୮।୫: ପଶ୍ଚିମବଙ୍ଗ ରାଜନୀତିରେ ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି। ଭାରତୀୟ ଜନତା ପାର୍ଟି (ଭାଜପା) ଶୁଭେନ୍ଦୁ ଅଧିକାରୀଙ୍କୁ ରାଜ୍ୟର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଭାବେ…

ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ଶୁଭେନ୍ଦୁ ଯଜ୍ଞଙ୍କୁ ଆସିଛି ଡକରା

ବଞ୍ଚୋ,୮।୫(ପ୍ରଦୋଷ ବିଶ୍ୱାଳ): ପଶ୍ଚିମବଙ୍ଗରେ ଶନିବାର ଭାଜପା ସରକାର ଗଠନ କରିବ। ଶୁଭେନ୍ଦୁ ଅଧିକାରୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ବିଧାୟକ ଦଳ ବୈଠକ ପରେ ସ୍ବରାଷ୍ଟ…

ବଙ୍ଗଳାର ସିଏମ ହେବାପରେ ଶୁଭେନ୍ଦୁଙ୍କୁ ମାସକୁ ମିଳିବ କେତେ ଦରମା? କାଲିଠୁ ବଙ୍ଗର ଧରିବେ ମଙ୍ଗ

କୋଲକାତା,୮।୫: ପଶ୍ଚିମବଙ୍ଗ ରାଜନୀତିରେ ଏକ ନୂତନ ଯୁଗର ଆରମ୍ଭ ହେଉଛି। ଏକ ଐତିହାସିକ ବିଜୟ ପରେ, ଭାରତୀୟ ଜନତା ପାର୍ଟି (ବିଜେପି) ଶୁଭେନ୍ଦୁ ଅଧିକାରୀଙ୍କୁ ତାଙ୍କ ବିଧାୟକ…

ସର୍ବସମ୍ମୁଖରେ ଠେଙ୍ଗାରେ ପିଟି ଯୁବକକୁ ହତ୍ୟା

ଟେନସା,୮।୫(ସମୀର କୁମାର ପାଢୀ): ଭୋଜି ଭାତ ଚାଲିଥିବା ବେଳେ ସାମାନ୍ୟ ବଚସାକୁ ନେଇ ସର୍ବ ସମ୍ମୁଖରେ ଠେଙ୍ଗାରେ ପିଟିପିଟି ଯୁବକଙ୍କୁ ହତ୍ୟା କରିବା ଘଟଣା ଏବେ କୋଇଡା…

ତାଳଚେର ଉପନଗରପାଳଙ୍କ ବିରୋଧରେ ଅନାସ୍ଥା

ତାଳଚେର,୮ା୫(ମନୋଜ ନନ୍ଦ): ତାଳଚେର ଉପନଗରପାଳ ଶୁଭଶ୍ରୀ ଶୁଭସ୍ମିତା ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଛି। ପୌରପାଳିକାର ୧୬ କାଉନସିଲର ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଶୁକ୍ରବାର…

ପ୍ରଥମେ ମମତା ବାନାର୍ଜୀଙ୍କ ସହ କାମ କରି ରାଜନୀତିରେ ପାଇଥିଲେ ସ୍ବତନ୍ତ୍ର ସ୍ଥାନ, ଶୁଭେନ୍ଦୁ ଅଧିକାରୀଙ୍କ କାହାଣୀ ଜାଣିଲେ…

କୋଲକାତା,୮।୫: ବଙ୍ଗଳାରେ ଭାଜପାର ପ୍ରଥମ ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ଶୁଭେନ୍ଦୁ ଅଧିକାରୀଙ୍କୁ ଦଳ ଏବେ ଏକ ପ୍ରମୁଖ ଦାୟିତ୍ୱ ଦେଇଛି। ଶୁଭେନ୍ଦୁ ଅଧିକାରୀ ହେବେ…

ସୌମ୍ୟରଞ୍ଜନ ହତ୍ୟା ମାମଲା: ରାସ୍ତା ଅବରୋଧ କଲେ ଗ୍ରାମବାସୀ

ନିଆଳି,୮।୫: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିଅନ୍ତାରେ ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ପିଟିପିଟି ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା। ଏହାରେ ପ୍ରତିବାଦରେ ଶୁକ୍ରବାର ମୌଜପୁର ଗ୍ରାମବାସୀ ଫୁଲନଖରା-ନିଆଳି ରାସ୍ତା ଅବରୋଧ…

‘ଆମ ଦ୍ୱାରା ଦୁଇଟି ଭୁଲ ହୋଇଛି…’, ମମତାଙ୍କୁ ଭେଟିବା ପରେ ଏମିତିି କାହିଁକି କହିଲେ ଅଖିଳେଶ

କୋଲକାତା,୮।୫: ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଏସପି ସୁପ୍ରିମୋ ବର୍ତ୍ତମାନ ପଶ୍ଚିମବଙ୍ଗରେ ଅଛନ୍ତି। ଟିଏମସିର ପରାଜୟ ପରେ ଅଖିଳେଶ ଯାଦବ ମମତା ବାନାର୍ଜୀଙ୍କୁ ଭେଟିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri