ଆଜି ବିଧାୟକ କପ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟ ଫାଇନାଲ: ବାଦିବାହାଲ-ନଅଗାଁ(ଖ) ମଧ୍ୟରେ ମୁକାବିଲା

ଲୋଇସିଂହା,୧୪।୨(ସୁଶାନ୍ତ ବାରିକ):ସ୍ବାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗଙ୍କ ଉଦ୍ୟମ କ୍ରମେ ଲୋଇସିଂହା ନିର୍ବାଚନ ମଣ୍ଡଳୀସ୍ତରୀୟ ବିଧାୟକ କପ୍‌ ଫୁଟବଲ ଟୁର୍ନାମେଣ୍ଟ ଅନୁଷ୍ଠିତ ହେଉଛି। ଶୁକ୍ରବାର ବଲାଙ୍ଗୀର ଜିଲା ଲୋଇସିଂହା ଷ୍ଟାଡିୟମରେ ୨ଟି ଯାକ ସେମିଫାଇନାଲ ଖେଳ ଅନୁଷ୍ଠିତ ହୋଇଯାଇଛି। ଏ ଗ୍ରୁପରୁ ବାଦିବାହାଲ ଓ ବି ଗ୍ରୁପରୁ ନଅଗାଁ(ଖ) ବିଜୟୀ ହୋଇ ଫାଇନାଲକୁ ଉନ୍ନୀତ ହୋଇଛି। ଶନିବାର ଉଭୟ ଦଳ ମଧ୍ୟରେ ଫାଇନାଲ ଖେଳ ଅନୁଷ୍ଠିତ ହେବ। ଶୁକ୍ରବାର ସେମି ଫାଇନାଲକୁ ଉନ୍ନୀତ ହୋଇଥିବା ଲୋଇସିଂହା ବ୍ଲକ ଜୋନର ବାଦିବାହାଲ ଓ ପୁଇଁତଳା ବ୍ଲକ ଜୋନର କୁରୁଲ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଖେଳ ଅମୀମାଂସିତ ରହିବାରୁ ଟାଇବ୍ରେକରରେ ୬-୫ ଗୋଲରେ ବାଦିବାହାଲ ବିଜୟୀ ହୋଇ ଫାଇନାଲରେ ପ୍ରଥମ ଦଳ ଭାବେ ପ୍ରବେଶ କରିଥିଲା। ସେହିପରି ଦ୍ୱିତୀୟ ସେମିଫାଇନାଲ ଖେଳ ଲୋଇସିଂହା ଏନ୍‌ଏସି ସୁଜିଆ ଓ ଆଗଲପୁର ବ୍ଲକ ନଅଗାଁ (ଖ) ଏକାଦଶ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଦ୍ୱିତୀୟ ସେମିଫାଇନାଲ ଖେଳ ମଧ୍ୟ ଅମୀମାଂସୀତ ରହିବାରୁ ଟାଇବ୍ରେକରରେ ନଅଗାଁ(ଖ) ବିଜୟୀ ହୋଇ ଦ୍ୱିତୀୟ ଦଳ ଭାବେ ଫାଇନାଲକୁ ପ୍ରବେଶ କରିଥିଲା ା ଶୁକ୍ରାବର ମୁଖ୍ୟଅତିଥି ଭାବେ ଲୋଇସିଂହା ତହସିଲଦାର ଟିକୁନୁ ପୁଟା, ସମ୍ମାନିତ ଅତିଥି ଭାବେ ୩ ବ୍ଲକର ବିଧାୟକ ପ୍ରତିନିଧି ଗୌରାଙ୍ଗ ନାଏକ, ପୀତାମ୍ବର କଟା, ଅଜିତ ପଣ୍ଡା ପ୍ରମୁଖ ଯୋଗଦେଇ ଖେଳାଳିଙ୍କୁ ଉତ୍ସାହିତ କରିଥିଲେ। ଆୟୋଜକ କମିଟି ସଭାପତି ରାମଚନ୍ଦ୍ର ସାହୁ ଓ ଅନ୍ୟମାନେ ଉପସ୍ଥିତ ଥିଲେ ା ଫାଇନାଲ ଦିବସରେ ଚିଅର ଗାର୍ଲ ମୁଖ୍ୟ ଆକର୍ଷଣ ରହିଥିବା ଆୟୋଜକଙ୍କ ସୂତ୍ରରୁ ପ୍ରକାଶ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

‘ବରିଷ୍ଠ ନାଗରିକ ଦେଶର ଅମୂଲ୍ୟ ସମ୍ପଦ’

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିଶନ ଶକ୍ତି ଭବନଠାରେ ଗୁରୁବାର ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ…

ଗଞ୍ଜେଇ ଚାଲାଣ ବେଳେ ମାଡ଼ି ବସିଲା ଅବକାରୀ ବିଭାଗ: ମୋହନାରୁ ଯାଉଥିଲା ବ୍ରହ୍ମପୁର…

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁ ଛକ ନିକଟରୁ ଗୁରୁବାର ଅବକାରୀ କର୍ମଚାରୀ ୨ଜଣ ଯୁବକଙ୍କ ନିକଟରୁ ୯ କେଜି ୪…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?