ନିଶାଦ୍ରବ୍ୟ କବଳରେ ପଡ଼ି ଆଜିର ଯୁବସମାଜ ପଥଭ୍ରଷ୍ଟ, ଏଥିରୁ ମୁକୁଳିବା ପାଇଁ…

ଦିଗପହଣ୍ଡି,୨୯ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପକ୍ଷରୁ ପାଟପୁର ବିଶ୍ୱାସରାୟ ସାଇନ୍ସ କଲେଜ ପରିସରରେ ସାଇବର କ୍ରାଇମରୁ କିଭଳି ସୁରକ୍ଷିତ ରହିବା ଏବଂ ନିଶାମୁକ୍ତ ଓଡ଼ିଶା ସମ୍ପର୍କିତ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି।
କଲେଜ ଅଧ୍ୟକ୍ଷ ଅଶ୍ବିନୀ କୁମାର ରଥଙ୍କ ସଭାପତିତ୍ୱରେ ଆୟୋଜିତ ସଭାରେ ପାଟପୁର ଥାନା ଆଇଆଇସି ଦୀପ୍ତିରଞ୍ଜନ ବେହେରା ମୁଖ୍ୟଅତିଥି ଭାବେ ଯୋଗଦେଇଥିଲେ। ରସାୟନ ବିଜ୍ଞାନ ବିଭାଗ ମୁଖ୍ୟ ଅଧ୍ୟାପକ ଡ. କୈଳାସ ଚନ୍ଦ୍ର ସ୍ବାଇଁ ସଭା ପରିଚାଳନା ଓ ସଂଯୋଜନା କରିଥିଲେ। ବିଭିନ୍ନ ପ୍ରକାର ନିଶାଦ୍ରବ୍ୟର କବଳରେ ପଡ଼ି ଆଜିର ଯୁବସମାଜ ପଥଭ୍ରଷ୍ଟ ହେବା ସହ ସେମାନଙ୍କର ଉଜ୍ଜ୍ୱଳ ଭବିଷ୍ୟତ ନଷ୍ଟ ହୋଇଯାଉଥିବା ନେଇ ଅତିଥିମାନେ ଗୁରୁତ୍ୱାରୋପ କରିଥିଲେ। ଏହି ଅବସରରେ ନିଶାଦ୍ରବ୍ୟ ସେବନର କୁପରିଣାମ ଏବଂ ଏନ୍‌ଡିପିଏସ୍‌ ଆକ୍ଟ ଭଳି ବିଭିନ୍ନ ନିଶା ବିରୋଧୀ ଆଇନରେ ରହିଥିବା ପ୍ରାବଧାନ ସମ୍ପର୍କରେ ଉପସ୍ଥିତ ଛାତ୍ରୀଛାତ୍ରଙ୍କୁ ସଚେତନ କରାଯାଇଥିଲା।
କାର୍ଯ୍ୟକ୍ରମରେ କଲେଜର ଶକ୍ତିଶ୍ରୀ ସଂଯୋଜିକା ତଥା ଅଧ୍ୟାପିକା ଡ. ଓଁକାରଶ୍ରୀ ପଣ୍ଡା ଏବଂ ଅଧ୍ୟାପିକା ମେଡଲିନ କୁଜୁର ଯୋଗଦେଇ ସାଇବର ସୁରକ୍ଷା ଓ ନିଶାମୁକ୍ତ ସମାଜ ଗଠନରେ ଛାତ୍ର ଯୁବପିଢ଼ିଙ୍କ ଭୂମିକା ସମ୍ପର୍କରେ ମତବ୍ୟକ୍ତ କରିଥିଲେ। କଲେଜ ଅଧ୍ୟକ୍ଷ ତାଙ୍କ ଅଭିଭାଷଣରେ ଛାତ୍ରୀଛାତ୍ରମାନଙ୍କୁ ଡିଜିଟାଲ ଦୁନିଆରେ ସତର୍କ ରହିବା ସହିତ ନିଶାମୁକ୍ତ, ସୁସ୍ଥ ଓ ଶୃଙ୍ଖଳିତ ଜୀବନଯାପନ କରିବାକୁ ପରାମର୍ଶ ଦେଇଥିଲେ। ସଭାର ସଂଯୋଜକ ତଥା ରସାୟନ ବିଜ୍ଞାନ ବିଭାଗ ମୁଖ୍ୟ ଯୁବପିଢ଼ିଙ୍କୁ ନିଶାଦ୍ରବ୍ୟ, ମଦ୍ୟପାନ ଓ ଅନ୍ୟାନ୍ୟ କ୍ଷତିକାରକ ଅଭ୍ୟାସଠାରୁ ଦୂରେଇ ରହିବାକୁ କହିଥିଲେ। ଯୁବାବସ୍ଥା ହେଉଛି ଜୀବନ ଗଠନର ସବୁଠାରୁ ମୂଲ୍ୟବାନ ସମୟ। କ୍ଷଣିକ ଆନନ୍ଦ, ସାଙ୍ଗସାଥୀଙ୍କ ଚାପ କିମ୍ବା ଉତ୍ସୁକତାର ବଶବର୍ତ୍ତୀ ହୋଇ ନିଶା ସେବନ କଲେ ତାହା ଧିରେ ଧିରେ ଅଭ୍ୟାସ ଓ ନିଶାରେ ପରିଣତ ହୋଇ ବ୍ୟକ୍ତିର ସ୍ବାସ୍ଥ୍ୟ, ଶିକ୍ଷା, ଚରିତ୍ର ଓ ଭବିଷ୍ୟତକୁ ନଷ୍ଟ କରିଦିଏ। ନିଶା କେବଳ ଜଣେ ବ୍ୟକ୍ତିଙ୍କୁ ନୁହେଁ, ତାଙ୍କ ପରିବାର ଓ ସମଗ୍ର ସମାଜକୁ ମଧ୍ୟ ପ୍ରଭାବିତ କରିଥାଏ।
ଛାତ୍ରୀଛାତ୍ର ନିଜ ଜୀବନର ଲକ୍ଷ୍ୟ ସ୍ଥିର କରି ଖେଳକୁଦ, ଯୋଗ, ସୃଜନଶୀଳ କାର୍ଯ୍ୟକଳାପ, ସାମାଜିକ ସେବା ଏବଂ ଅଧ୍ୟୟନ ପ୍ରତି ଆଗ୍ରହୀ ହେବାକୁ ସେ ଆହ୍ବାନ ଦେଇଥିଲେ। ନିଶାମୁକ୍ତ ଯୁବପିଢ଼ି ହିଁ ସୁସ୍ଥ ପରିବାର, ସଚେତନ ସମାଜ ଏବଂ ଏକ ସଶକ୍ତ ରାଷ୍ଟ୍ର ଗଠନର ମୂଳ ଆଧାର ବୋଲି ସେ ମତବ୍ୟକ୍ତ କରିଥିଲେ।
ଶେଷରେ କଲେଜର ଏନ୍‌ଏସ୍‌ଏସ୍‌ ଅଧିକାରୀ ଅଧ୍ୟାପକ ସଂଜୟ କୁମାର ଭୂୟାଁ ଧନ୍ୟବାଦ ଅର୍ପଣ କରିଥିଲେ। ସଭାକାର୍ଯ୍ୟ ପରିଚାଳନାରେ ରାଜା ସିଂ ଓ ବଡୁ ରେଡ୍ଡୀ ସହଯୋଗ କରିଥିଲେ। ସଭାରେ କଲେଜର ଅଧ୍ୟାପକ, ଅଧ୍ୟାପିକା ଅଧ୍ୟାପକ, କର୍ମଚାରୀ ବୃନ୍ଦ, ବହୁ ସଂଖ୍ୟକ ଛାତ୍ରୀଛାତ୍ର ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?