ବାଇକ ଧକ୍କା ପରେ ଚାପିଦେଲା ଟ୍ରାକ୍ଟର, ୨ ବର୍ଷ ଶିଶୁର ମୃତ୍ୟୁ

ସୁନ୍ଦରଗଡ଼,୨୦।୧: ସୁନ୍ଦରଗଡ଼ ସହରରେ ମଙ୍ଗଳବାର ଏକ ଶୋକାକୁଳ ପରିସ୍ଥିତି ଦେଖିବାକୁ ମିଳିଛି। ପଞ୍ଚମୁଖୀ ହନୁମାନ ମନ୍ଦିର ନିକଟରେ ଏକ ଟ୍ରାକ୍ଟର ଚଢ଼ିଯିବା ଫଳରେ ୨ ବର୍ଷର ଶିଶୁ ପୁତ୍ରର ଜୀବନ ଚାଲିଯାଇଛି। ମୃତ ଶିଶୁଟି ସହରର ସୁନାରୀପଡ଼ା ଅଞ୍ଚଳର ସଞ୍ଜିତ ସିହ୍ନାଙ୍କ ପୁଅ ଶୁଭମ ବୋଲି ଜଣାପଡ଼ିଛି।

ସୂଚନା ଅନୁଯାୟୀ, ସଞ୍ଜିତ ତାଙ୍କର ୨.୪ ବର୍ଷର ପୁଅ ଶୁଭମଙ୍କୁ ଧରି ସ୍କୁଟରରେ ଯାଉଥିବା ବେଳେ ଏକ ମୋଟରସାଇକେଲ ସହ ଧକ୍କା ହୋଇଥିଲା। ଏହି ଧକ୍କା ଫଳରେ ଶିଶୁଟି ସ୍କୁଟରରୁ ଛିଟିକି ରାସ୍ତା ଉପରେ ପଡ଼ିଯାଇଥିଲା। ଠିକ୍ ସେହି ସମୟରେ ପଛପଟୁ ଆସୁଥିବା ସୁନ୍ଦରଗଡ଼ ପୌରପାଳିକାର ସଫେଇ କାର୍ଯ୍ୟରେ ନିୟୋଜିତ ଏକ ଟ୍ରାକ୍ଟର ଶିଶୁଟି ଉପରେ ଚଢ଼ିଯାଇଥିଲା। ଶିଶୁଟିକୁ ଗୁରୁତର ଅବସ୍ଥାରେ ତୁରନ୍ତ ଡାକ୍ତରଖାନା ନିଆଯାଇଥିଲେ ମଧ୍ୟ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଦୁର୍ଘଟଣା ଘଟାଇଥିବା ଟ୍ରାକ୍ଟରଟି ପୌରପାଳିକା ସଫେଇ କାର୍ଯ୍ୟ ପାଇଁ ଜଣେ ଠିକାଦାରଙ୍କ ଦ୍ୱାରା ନିୟୋଜିତ ହୋଇଥିଲା। ଅଭିଯୋଗ ହୋଇଛି ଯେ, ଦୁର୍ଘଟଣା ସମୟରେ ଟ୍ରାକ୍ଟର ଚାଳକ ଜଣକ ମଦ୍ୟପାନ କରି ନିଶାସକ୍ତ ଅବସ୍ଥାରେ ଗାଡ଼ି ଚଲାଉଥିଲେ। ଏଥିସହ ସମ୍ପୃକ୍ତ ଟ୍ରାକ୍ଟରର ବୈଧ ବୀମା ମଧ୍ୟ ନଥିବା ସୂଚନା ମିଳିଛି। ସୁନ୍ଦରଗଡ଼ ଟାଉନ ଥାନା ପୋଲିସ ଏହି ଘଟଣାର ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri