Posted inଜାତୀୟ

ଦରଦାମ ବୃଦ୍ଧି ସହିତ ମିଳିମିଶି ଲଢ଼ିବା: ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୬।୯ : ଦେଶର ବିଭିନ୍ନ ସହରରେ ଜି-୨୦ ଉତ୍ସବ ଆୟୋଜନ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ବଡ଼ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଦରଦାମ ବୃଦ୍ଧି ଏକ ବଡ ପ୍ରସଙ୍ଗ ଯାହା ଏହି ସମୟରେ ସମଗ୍ର ବିଶ୍ୱ ସାମ୍ନା କରୁଛି। ପ୍ରଥମେ କରୋନା ମହାମାରୀ ଏବଂ ପରେ ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ବିଶ୍ୱ ସ୍ତରରେ ମୁଦ୍ରାସ୍ଫୀତିର ଗତିଶୀଳତାକୁ ବଦଳାଇ ଦେଇଛି।

ଏହି କାରଣଗୁଡିକ ଯୋଗୁ ବିକଶିତ ତଥା ଉଦୀୟମାନ ଅର୍ଥନୀତି ଉଚ୍ଚ ମୁଦ୍ରାସ୍ଫୀତିର ସମ୍ମୁଖୀନ ହେଉଛନ୍ତି। ମୁଦ୍ରାସ୍ଫୀତି ହେଉଛି ଏକ ବିଶ୍ୱସ୍ତରୀୟ ପ୍ରସଙ୍ଗ ଯାହା ଏହାର ମୁକାବିଲା ପାଇଁ ପାରସ୍ପରିକ ସହଯୋଗ ଆବଶ୍ୟକ କରୁଛି। ଏପରିସ୍ଥଳେ ସଭିଏଁ ଏକଜୁଟ ହୋଇ ଏହା ବିରୋଧରେ ଲଢ଼ିବା ଜରୁରୀ।

ପ୍ରଧାନମନ୍ତ୍ରୀ ଏକ ସାକ୍ଷାତକାରରେ କହିଛନ୍ତି ପ୍ରତ୍ୟେକ ଦେଶ ଏପରି ନୀତି ପ୍ରସ୍ତୁତ କରିବା ଆବଶ୍ୟକ ଯାହା ମୁଦ୍ରାସ୍ଫୀତି ରୋକିବାରେ ସହାୟକ ହେବ। ଅନ୍ୟ ଦେଶଗୁଡିକ ସମସ୍ୟାର ସମ୍ମୁଖୀନ ହେବା ଉଚିତ ନୁହେଁ । ଏଥିସହ କେନ୍ଦ୍ରୀୟ ବ୍ୟାଙ୍କଗୁଡିକର ନୀତିରେ ସ୍ବଚ୍ଛତା ରହିବା ଅତ୍ୟନ୍ତ ଜରୁରୀ ଅଟେ।

ମୁଦ୍ରାସ୍ଫୀତି ନିୟନ୍ତ୍ରଣ ପାଇଁ ଭାରତ ଅନେକ ପଦକ୍ଷେପ ନେଇଛି। ପ୍ରତିକୂଳ ପରିସ୍ଥିତି ସତ୍ତ୍ୱେ ୨୦୨୨ ମସିହାରେ ଭାରତରେ ମୁଦ୍ରାସ୍ଫୀତି ହାର ବିଶ୍ୱର ହାରାହାରି ମୁଦ୍ରାସ୍ଫୀତି ହାରଠାରୁ ୨ ପ୍ରତିଶତ କମ ରହିଛି। ଏହା ପରେ ମଧ୍ୟ, ଆମେ ସାଧାରଣ ଲୋକଙ୍କ ଜୀବନକୁ ସହଜ କରିବା ପାଇଁ କ୍ରମାଗତ ଭାବରେ ଜନସାଧାରଣଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ନିଷ୍ପତ୍ତି ନେଉଛୁ। ଏହା ଅନ୍ତର୍ଗତ ଏଲପିଜି ସିଲିଣ୍ଡର ମୂଲ୍ୟରେ ହ୍ରାସ ଏକ ଉତ୍ତମ ଉଦାହରଣ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୌତୁକ ମୃତ୍ୟୁ ସମାଜରେ ବଡ଼ କଳଙ୍କ: ସୁପ୍ରିମକୋଟ

ନୂଆଦିଲ୍ଲୀ,୨୭।୩(ପି.ଟି.):  ଯୌତୁକ ମୃତ୍ୟୁ ସମାଜରେ ଏକ ବଡ଼ କଳଙ୍କ ବୋଲି ସୁପ୍ରିମକୋର୍ଟ ଟିପ୍ପଣୀ ଦେବା ସହ ଆଇନଗତ ପ୍ରତିକାର ସତ୍ତ୍ୱେ ଉକ୍ତ ପ୍ରଥା ଜାରି ରହିଥିବା କହିଛନ୍ତି…

ପୁଣିଥରେ ପଛଘୁଞ୍ଚା ଦେଲେ ଟ୍ରମ୍ପ, ୧୦ ଦିନ ଯୁଦ୍ଧବିରତି ଅବଧି ବଢ଼ାଇଲେ

ନୂଆଦିଲ୍ଲୀ,୨୭।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି । ବିଶେଷକରି, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ…

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri