ଏକାଠି କ୍ରିତି, କବୀର

ମୁମ୍ବାଇ: ଅଭିନେତ୍ରୀ କ୍ରିତି ସାନୋନ୍‌ ତାଙ୍କ ପ୍ରେମ ସମ୍ପର୍କକୁ ନେଇ ଗତ କିଛି ଦିନ ହେବ ଚର୍ଚ୍ଚାରେ ରହିଛନ୍ତି। କୋଟିପତି ବ୍ୟବସାୟୀ କବୀର ବାହିଆଙ୍କୁ କ୍ରିତି ଡେଟ୍‌ କରୁଛନ୍ତି ବୋଲି ସୋସିଆଲ ମିଡିଆରେ ଅନେକ ୟୁଜର୍ସ ଆଲୋଚନା କରୁଛନ୍ତି। ଗତ କିଛି ଦିନ ହେବ କ୍ରିତି ଓ କବୀରଙ୍କୁ ଅନେକଥର ଏକାଠି ଦେଖିବାକୁ ମିଳିଥିଲା। ଉଭୟଙ୍କୁ ବିଭିନ୍ନ ଇଭେଣ୍ଟ ସହ ବିଦେଶରେ ଏକାଠି ଛୁଟି କଟାଉଥିବାର ମଧ୍ୟ ଦେଖିବାକୁ ମିଳିଛି। ତେବେ ବର୍ତ୍ତମାନ ସୁଦ୍ଧା ଦୁହେଁ ସେମାନଙ୍କ ସମ୍ପର୍କକୁ ନେଇ ସର୍ବସାଧାରଣରେ କୌଣସି ଘୋଷଣା କରି ନାହାନ୍ତି।
ପୁଣି ଉଭୟଙ୍କର କିଛି ନୂଆ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଉକ୍ତ ଫଟୋଗୁଡ଼ିକରେ କ୍ରିତି ଓ କବୀର ପରସ୍ପରର ଖୁବ୍‌ ନିକଟତର ଥିବା ଦେଖିବାକୁ ମିଳିଛି। ଗୋଟିଏ ଫଟୋରେ ଉଭୟ ଅନ୍ତରଙ୍ଗତାର ସହ ସେଲ୍‌ଫି ନେଉଛନ୍ତି। ସେହିପରି ଅନ୍ୟ ଏକ ଫଟୋରେ ଉଭୟ ସୁଇମିଂପୁଲ ମଧ୍ୟରେ ପରସ୍ପର ସହ ଉପଭୋଗ କରୁଥିବାର ନଜରକୁ ଆସିଛନ୍ତି। ତେବେ ଉକ୍ତ ଫଟୋଗୁଡ଼ିକୁ କ୍ରିତି ଓ କବୀରଙ୍କ ଆଧିକାରିକ ସୋସିଆଲ ମିଡିଆ ହ୍ୟାଣ୍ଡେଲରୁ ପୋଷ୍ଟ କରାଯାଇ ନାହିଁ। କିଛିଦିନ ତଳେ କ୍ରିତି ଏବଂ କବୀରଙ୍କୁ ଏକାଠି ଏକ ହାଇ ପ୍ରୋଫାଇଲ୍‌ ଇଭେଣ୍ଟରେ ଦେଖିବାକୁ ମିଳିଥିଲା। ସେମାନଙ୍କ ସହ ଅଭିନେତା ବରୁଣ ଶର୍ମା ମଧ୍ୟ ନଜରକୁ ଆସିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ପାକିସ୍ତାନୀ ଗାୟକ ରାହତ ଫତେହ ଅଲି ଖାନ୍‌ ଗୀତ ଗାଉଥିବାର ନଜରକୁ ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri