ପାଇଖାନା ଦୁର୍ନୀତି: ଭିଜିଲାନ୍ସ ତଦନ୍ତ ଆରମ୍ଭ

ଗୋପ,୧୩।୧୦(ଡି.ଏନ୍‌.ଏ.):ପୁରୀ ଜିଲା ଗୋପ ବ୍ଲକର ଅଣ୍ତରା-ଇଚ୍ଛାପୁର ପଞ୍ଚାୟତରେ ପାଇଖାନା ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଥିଲା। ଏହି ଅଭିଯୋଗକୁ ଭିତ୍ତି କରି ମଙ୍ଗଳବାର ଭୁବନେଶ୍ବର ଭିଜିଲାନ୍ସ ବିଭାଗର ଏକ ୩ଜଣିଆ ଟିମ୍‌ ଉକ୍ତ ପଞ୍ଚାୟତରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛନ୍ତି। କିନ୍ତୁ ପ୍ରଥମ ଦିନରେ ଉକ୍ତ ପଞ୍ଚାୟତର ୩ଟି ଗାଁରେ ଏହି ଭିଜିଲାନ୍ସ ଟିମ୍‌ ୭୩ଜଣ ହିତାଧିକାରୀଙ୍କ ପାଇଖାନା ତଦନ୍ତ କରିଥିବା ବେଳେ ସମସ୍ତଙ୍କ ଠିକ୍‌ ଥିବା ଦେଖିବାକୁ ପାଇଥିଲେ। ଆଉ ଅବଶିଷ୍ଟ ହିତାଧିକାରୀଙ୍କ ପାଇଖାନା ତଦନ୍ତ କରାଯିବ ବୋଲି ଭିଜିଲାନ୍ସ ବିଭାଗ ଇନ୍ସପେକ୍ଟର ମମିତା ପ୍ରଧାନ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଗୋପ ବ୍ଲକର ଅଣ୍ତରା-ଇଚ୍ଛାପୁର ପଞ୍ଚାୟତରେ ପାଇଖାନା ନିର୍ମାଣରେ ବ୍ୟାପକ ଅନିୟମିତତା ହେବା ନେଇ ଅଭିଯୋଗ ହୋଇଥିଲା। ପଞ୍ଚାୟତରେ ୭୦୨ଟି ପାଇଖାନା ସ୍ବଚ୍ଛ ଭାରତ ଅଭିଯାନ ଯୋଜନାରେ ହେବାକୁ ଥିବାବେଳେ ବ୍ୟକ୍ତିଗତ ଭାବେ ହିତାଧିକାରୀମାନେ ନିର୍ମାଣ କରିଥିବା ବେଳେ ଆଉ କିଛି କୋଣାର୍କ ଅଞ୍ଚଳର ଏକ ସ୍ବେଚ୍ଛାସେବୀ ସଂଗଠନ ମଧ୍ୟ ପାଇଖାନା ନିର୍ମାଣ କରିଥିଲା। କିନ୍ତୁ ପାଇଖାନା ନିର୍ମାଣରେ ଦୁର୍ନୀତି ହୋଇଥିବା କେତେଜଣ ଲୋକ ଜାଣିବା ପରେ କିଛିଦିନ ତଳେ ଭିଜିଲାନ୍ସ ଦ୍ୱାରସ୍ଥ ହୋଇଥିଲେ। ଏହି ଅଭିଯୋଗକୁ ମଙ୍ଗଳବାର ପୂର୍ବାହ୍ନରେ ଭୁବନେଶ୍ୱର ଭିଜିଲାନ୍ସ ବିଭାଗ ମହିଳା ଇନ୍ସପେକ୍ଟର ପ୍ରଧାନଙ୍କ ନେତୃତ୍ୱରେ ଏହି ଟିମ ପ୍ରଥମେ ଅଣ୍ତରା-ଇଚ୍ଛାପୁର ପଞ୍ଚାୟତରେ ପହଞ୍ଚତ୍ ହିତାଧିକାରୀ କେଉଁଠି ଟଙ୍କା ପାଇଲେ, କେତେ ଟଙ୍କା ପାଇଛନ୍ତି ପଚାରିଥିଲେ। ହିତାଧିକାରୀମାନେ ଏହି ଯୋଜନାରେ ୧୨ହଜାର ଟଙ୍କା ପାଇବା ସହ କାହାରିକୁ ହାତଗୁଞ୍ଜା ଦେଇ ନାହାନ୍ତି ବୋଲି କହିବା ସହ ଅଭିଯୋଗ କରିଥିବା ବ୍ୟକ୍ତି ଉଦ୍ଦେଶ୍ୟମୂଳକ ଭାବେ ଏପରି କରିଥିବା ଭିଜିଲାନ୍ସ ଅଧିକାରୀଙ୍କୁ କହିଥିଲେ। ତଦନ୍ତ ସମୟରେ ବ୍ଲକର କନିଷ୍ଠଯନ୍ତ୍ରୀ ସତ୍ୟନାରାୟଣ ତ୍ରିପାଠୀ, ସାମାଜିକ କର୍ମୀ ନିରୁପମା ସ୍ବାଇଁ, ଅଜୟ ଜେନା, ରମଣ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପରୀକ୍ଷା ପୂର୍ବରୁ ନିୟମରେ ବଡ଼ ପରିବର୍ତ୍ତନ କଲା CBSE, ସପ୍ଲିମେଣ୍ଟାରୀ ଦେବାକୁ ହେଲେ….

ନୂଆଦିଲ୍ଲୀ,୧୬।୨: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଦଶମ ଏବଂ ଦ୍ୱାଦଶ ବୋର୍ଡ ପରୀକ୍ଷା ଫେବୃଆରୀ ୧୮ତାରିଖରୁ ଆରମ୍ଭ ହେବାକୁ ଯାଉଛି । ଏହି ସମୟରେ, CBSE ଏକ…

ମାଳମାଳ ଅଭିଯୋଗ, ଫଳ ଶୂନ, ଏହି ବ୍ୟବସ୍ଥାକୁ ନେଇ…

ଦାରିଙ୍ଗବାଡ଼ି,୧୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଏହି ସମୟରେ ପ୍ରତ୍ୟେକ ଅଭିଯୋଗ ଶୁଣାଣିରେ…

ବିଶ୍ୱ ଦେଖିବ ଭାରତର ଶକ୍ତି! ଫ୍ରାନ୍ସରୁ ବ୍ରାଜିଲ ପର୍ଯ୍ୟନ୍ତ, AI Impact Summit 2026ରେ ବିଶ୍ୱ ଶକ୍ତିର ହେବ ସମାବେଶ

ନୂଆଦିଲ୍ଲୀ,୧୬।୨: ଫେବୃଆରୀ ୧୭ ଏବଂ ୧୮ ତାରିଖରେ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀ ୨୦୨୬ କେବଳ ଏକ ପ୍ରଯୁକ୍ତିବିଦ୍ୟା କାର୍ଯ୍ୟକ୍ରମ ନୁହେଁ…

‘ଶଶି ଥରୁର ବୈଦେଶିକ ମନ୍ତ୍ରୀ ହେବାକୁ ଚାହୁଁଛନ୍ତି, ପବନ ଖେରା କେବଳ କାଠ କଣ୍ଢେଇ’, କାହିଁକି ଏମିତି କହିଲେ ମଣି ଶଙ୍କର ଆୟାର? ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୬।୨: ବିବାଦୀୟ ବୟାନ ପାଇଁ ଜଣାଶୁଣା ବରିଷ୍ଠ କଂଗ୍ରେସ ନେତା ମଣି ଶଙ୍କର ଆୟାର ତାଙ୍କ ଦଳ ଭିତରେ ଥିବା ବରିଷ୍ଠ ନେତାମାନଙ୍କୁ ଟାର୍ଗେଟ କରିଛନ୍ତି। ସେ…

ଆଜି ଶଙ୍ଖଭବନରେ ବସିବ ବୈଠକ, ନବୀନ ନେବେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୧୬ା୨: ସୋମବାର ଅର୍ଥାତ୍‌ ଆଜି ଶଙ୍ଖଭବନରେ ବିଜେଡି ବିଧାୟକ ଦଳ ବୈଠକ ବସିବ। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଉକ୍ତ ବୈଠକ…

ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଲାଗିଲା ବଡ଼ ଝଟକା

ଗୁଆହାଟି,୧୬।୨: ଆସାମ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ଦଳକୁ ଏକ ବଡ଼ ଝଟକା ଲାଗିଛି। ବରିଷ୍ଠ ନେତା ଏବଂ ପୂର୍ବତନ ରାଜ୍ୟ କଂଗ୍ରେସ ସଭାପତି ଭୂପେନ ବୋରା…

ବୃହସ୍ପତିଙ୍କ ନକ୍ଷତ୍ରରେ ଗୋଚର କରିବେ ବୁଧ, ଶିକ୍ଷା ଏବଂ କ୍ୟାରିୟରରେ ଉନ୍ନତି କରିବେ ୩ ରାଶି

ବୁଧ ଗ୍ରହ ବୃହସ୍ପତିଙ୍କ ନକ୍ଷତ୍ର ପୂର୍ବ ଭାଦ୍ରପଦରେ ଫେବୃଆରୀ ୧୫ ରୁ ମାର୍ଚ୍ଚ ୧୦ ତାରିଖ ପର୍ଯ୍ୟନ୍ତ ରହିବେ । ଜ୍ଞାନ ଏବଂ ସମୃଦ୍ଧିର ଗ୍ରହ ବୃହସ୍ପତିଙ୍କ…

ଗଜପତି କୋଣାର୍କ ପଠାଇଥିଲେ ରାଜାଭିଷେକ, ବିବାହ ବେଳର ୧,୫୧,୬୫୧ ମାଢ଼ ସୁନା

ଗତ ସଂଖ୍ୟାରେ ଆମେ ସାମ୍ରାଜ୍ୟ କେଉଁଠୁ, କେଉଁମାନେ ମନ୍ଦିର ନିର୍ମାଣ ପାଇଁ କେତେ ସହଯୋଗ କରିଥିଲେ ତା’ର ଏକ ଚିତ୍ର ଦେବାକୁ ଆରମ୍ଭ କରିଥିଲୁ। ଓଡ଼ିଆମାନେ ମନ୍ଦିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri