ପରିସ୍ରାଗାର ପାଲଟିଛି ମୃଣ୍ମୟ ମୂର୍ତ୍ତିଙ୍କ ଗୋଦାମ ଘର, କାର୍ଯ୍ୟାନୁଷ୍ଠାନ ଦାବି

କେନ୍ଦୁଝର,୧୭ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲାପାଳଙ୍କ କାଯର୍‌ୟାଳୟ ପରିସରରେ ଥିବା ଶୌଚାଳୟରେ ବିଶ୍ୱକର୍ମା ଓ ଗଣେଶ ପୂଜା ପାଇଁ ବାହାରୁ ମୃଣ୍ମୟ ମୂର୍ତ୍ତି ଆଣି ବିକ୍ରି କରୁଥିବା ଜଣେ ବ୍ୟବସାୟୀଙ୍କ କବ୍‌ଜାରେ ରହିଛି। ଉକ୍ତ ଅପରିଷ୍କାର ପରିସ୍ରାଗାରରେ ବାହାରୁ ଆଣିଥିବା ମୂର୍ତ୍ତିଗୁଡ଼ିକୁ ରଖିଥିବାରୁ ଭକ୍ତଙ୍କ ଭାବାବେଗ ଉପରେ କୁଠାରଘାତ ସଦୃଶ୍ୟ ହୋଇଛି। ଫଳରେ ଠାକୁରଙ୍କ ପ୍ରତି ଅସମ୍ମାନ ହୋଇଛି ବୋଲି ମତ ପ୍ରକାଶ ପାଉଛି।

ସୂଚନାଯୋଗ୍ୟ, ପ୍ରାୟ ୨୦ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଉକ୍ତ ସାମୂହିକ ଶୌଚାଳୟଟି ରକ୍ଷଣାବେକ୍ଷଣ ଅଭାବରୁ ଅପରିଷ୍କାର ହୋଇରହିଛି। ଫଳରେ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଆସୁଥିବା ଲୋକମାନେ ଉକ୍ତ ଶୌଚାଳୟ ଭିତରେ ଏଣେ ତେଣେ ପରିସ୍ରା କରୁଥିବାରୁ ଦୁର୍ଗନ୍ଧମୟ ପରିବେଶ ସୃଷ୍ଟି କରିବା ସହ ରୋଗର ଗନ୍ତାଘର ପାଲଟିଛି। ଫଳରେ ଅନେକ ଶୌଚାଳୟ ବାହାରେ ପରିସ୍ରା କରୁଥିବାରୁ ତାହା ମଧ୍ୟ ଅସ୍ବାସ୍ଥ୍ୟକର ପରିବେଶରେ ପରିଣତ ହୋଇଛି। ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଏଭଳି ମୂର୍ତ୍ତି ଗୋଦାମ ନେଇ କିଭଳି ଜଗୁଆଳି ତଥା ପ୍ରଶାସନିକ ଅଧିକାରୀ ଜାଣି ଚୁପ୍‌ ରହିଛନ୍ତି ତାହାକୁ ନେଇ ମଧ୍ୟ ବଡ଼ ପ୍ରଶ୍ନ ସୃଷ୍ଟି ହୋଇଛି। ତୁରନ୍ତ ଏହାର ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀଙ୍କ ପଛରେ ଠିଆ ହୋଇଥିବା ଝିଅ ଦେଲେ ଏମିତି ସଙ୍କେତ; ପଛକୁ ବୁଲି ଚାହିଁଲେ ମୋଦି, ଆଉ ତାପରେ…

ନୂଆଦିଲ୍ଲୀ,୧୦।୭:ଅଷ୍ଟ୍ରେଲିଆର ମେଲବୋର୍ନର ମାର୍ଭେଲ ଷ୍ଟାଡିୟମରେ ପ୍ରଧାନମନ୍ତ୍ରୀ ମୋଦି ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରୁଥିବା ସମୟରେ ଏକ ଅନନ୍ୟ ଦୃଶ୍ୟ ଦେଖାଯାଇଥିଲା। ଭାଷଣ ସମୟରେ, ମଞ୍ଚ ଉପରେ ତାଙ୍କ…

ଜିଓ ନେଟୱର୍କ ସେବା ବିପର୍ଯ୍ୟସ୍ତ: ଲୋକେ ହନ୍ତସନ୍ତ

କର୍ଲାମୁଣ୍ଡା,୧୦।୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଗଜବାହାଲ ଗ୍ରାମରେ ଜିଓ ୫ଜି ନେଟୱର୍କ ସେବା ଦୀର୍ଘଦିନ ଧରି ବ୍ୟାହତ ହୋଇଆସୁଛି। ବିଦ୍ୟୁତ ଥିବା ସତ୍ତ୍ୱେ…

ଜିଲାସ୍ତରୀୟ ୭୭ତମ ବନମହୋତ୍ସବ: ୨ ବନ ସଂରକ୍ଷଣ ସମିତିକୁ ମିଳିଲା ଏତିକି ଟଙ୍କାର ପୁରସ୍କାର

ଭବାନୀପାଟଣା,୧୦।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ଟାଉନ ହାଇସ୍କୁଲରେ ଗୁରୁବାର ଜିଲାସ୍ତରୀୟ ୭୭ତମ ବନମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଉତ୍ତର ବନଖଣ୍ଡ ପକ୍ଷରୁ ଆୟୋଜିତ ଏହି…

ଅଦିନିଆ ରଥଯାତ୍ରା ଉପରେ ରୋକ: ନିର୍ଦ୍ଦେଶ ଦେଲେ ଜିଲାପାଳ

ଭୁବନେଶ୍ୱର,୧୦।୭: ରାଜସ୍ଥାନ ସିକରରେ ହେବାକୁ ଥିବା ଅଦିନିଆ ରଥଯାତ୍ରା ଉପରେ ରୋକ ଲଗାଯାଇଛି। ସିକର ଜିଲ୍ଲା ମାଜିଷ୍ଟ୍ରେଟ ରଥଯାତ୍ରା ବନ୍ଦ ନିର୍ଦ୍ଦେଶ ଦେଇଛନ୍ତି। ଗତକାଲି ଅଦିନ ରଥଯାତ୍ରା…

ଭକ୍ତଙ୍କ ନାଁରେ ରୋକଠୋକ୍‌ ଏମିତି କହିଦେଲେ ସୋଫିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୦।୭ (ରବିନାରାୟଣ ଜେନା):ରାଜ୍ୟ କଂଗ୍ରେସରେ କିଛି ଠିକ୍‌ଠାକ୍‌ ଚାଲିନାହିଁ ବୋଲି ନିଲମ୍ବିତ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ କହିଛନ୍ତି। ବିଧାନସଭାର ସ୍ଥାୟୀ କମିଟି ବୈଠକ ଅବସରରେ ଗୁରୁବାର…

ଧରିତ୍ରୀ ପ୍ରଭାବ: ମରାମତି ହେଲା ବିଜୁ ଏକ୍ସପ୍ରେସ ୱେ

ନୂଆପଡ଼ା,୧୦ା୭ (ମକାରୁ ବେମାଲ): ନୂଆପଡ଼ା ଜିଲା ଘାଟିପଡାଠାରୁ ସିନାପାଲି ଦେଇ କୋରାପୁଟକୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ ୱେ ମରଣଯନ୍ତା ପାଲଟିବା ଖବର ଧରିତ୍ରୀରେ ଗୁରୁବାର ପ୍ରକାଶିତ…

ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ଚେତାବନୀ, ବିଶ୍ୱର ୯୨% ଲୋକଙ୍କ ଉପରେ ପଡ଼ୁଛି କର୍କଟ ରୋଗର ପ୍ରଭାବ

ନୂଆଦିଲ୍ଲୀ,୧୦ା୭(ପି.ଟି.): ବିଶ୍ୱ ଜନସଂଖ୍ୟାର ପ୍ରାୟ ୯୨% ଲୋକ ନିଜ ଜୀବନକାଳ ମଧ୍ୟରେ ଅନ୍ତତଃ ପକ୍ଷେ ଥରେ କର୍କଟ ରୋଗ ବା କ୍ୟାନ୍‌ସରର ସିଧାସଳଖ କିମ୍ବା ପରୋକ୍ଷ ପ୍ରଭାବର…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଝିଅ: ନିଜ ମାଆକୁ ହତ୍ୟା କରିବା ପାଇଁ ରଚିଥିଲେ ଭୟଙ୍କର ଷଡ଼ଯନ୍ତ୍ର, ପୂରା ଘଟଣା କରିଦେବ ସ୍ତବ୍ଧ

ଜୟପୁର,୧୦।୭: ରାଜସ୍ଥାନରୁ ଏକ ଏଭଳି ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି, ଯାହା ମାଆ-ଝିଅର ପବିତ୍ର ସମ୍ପର୍କକୁ କଳଙ୍କିତ କରିଦେଇଛି। ଜୟପୁରର ପ୍ରତାପ ନଗର ଅଞ୍ଚଳରେ ଜଣେ ୨୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri