Posted inଖେଳ

ପୂଜା ରାଣୀ, ଦୀପିକା କୁମାରୀ ପଦକ ଆଶା ବଢାଇଲେ

ଟୋକିଓ,୨୮।୭: ଟୋକିଓ ଅଲିମ୍ପିକ୍ସରେ ଆଜି ଷଷ୍ଠ ଦିନ। ବୁଧବାର ବକ୍ସର ପୂଜା ରାଣୀ ଚମତ୍କାର ଖେଳ ପ୍ରଦର୍ଶନ କରିଥିଲେ। ଅନ୍ତିମ ୧୬ ମୁକାବିଲାରେ ସେ ଆଲଜେରିଆର ଇକରାକ ଚ୍ୟାକ୍‌ ୫-୦ ପରାସ୍ତ କରି କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଥିଲେ। ପଦକ ସୁନିଶ୍ଚିତ କରିବା ପାଇଁ ହେଲେ ତାଙ୍କୁ ଆଉ ଗୋଟିଏ ମାତ୍ର ବିଜୟ ଆବଶ୍ୟକ।
ଷଷ୍ଠ ଦିନରେ ଭାରତର ଖରାପ ଆରମ୍ଭ ହୋଇଥିଲା। ବ୍ରିଟେନ ହାତରୁ ଭାରତୀୟ ମହିଳା ହକି ଦଳ ୪-୧ ପରାଜୟର ସମ୍ମୁଖୀନ ହୋଇଥିଲା। ବ୍ୟାଡମିଣ୍ଟନରେ ପିଭି ସିନ୍ଧୁ ହଂକଂର ଚେଙ୍ଗ ନାଗାନିଙ୍କୁ ୨-୧ରେ ପରାସ୍ତ କରି ତୃତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ଅନ୍ୟପକ୍ଷରେ, ତୀରନ୍ଦାଜରେ ପ୍ରବୀଣ ଯାଦବ ଚମତ୍କାର ପ୍ରଦର୍ଶନ କରି ରୁଷର ବିଶ୍ୱର ଦୁଇ ନମ୍ବର ତୀରନ୍ଦାଜ ଗାଲସନଙ୍କୁ ପରାସ୍ତ କରି ପରବର୍ତ୍ତୀ ରାଉଣ୍ଡରେ ପ୍ରବେଶ କରିଥିଲେ। କିନ୍ତୁ ଶେଷ ୧୬ ରେ ତାଙ୍କୁ ବିଶ୍ୱ ନମ୍ବର ୧ ଖେଳାଳି ବ୍ରାଡି ଏଲିସନଙ୍କ ବିପକ୍ଷରେ ପରାଜୟର ସାମ୍ନା କରିବାକୁ ପଡିଥିଲା। ଅନ୍ୟପକ୍ଷରେ ଦୀପିକା କୁମାରୀ ନିଜର ଚମତ୍କାର ଖେଳ ଯୋଗୁଁ ମହିଳା ତୀରନ୍ଦାଜ ଇଭେଣ୍ଟରେ ଏହାକୁ ଶେଷ ୧୬ରେ ପହଞ୍ଚିବାରେ ସଫଳ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଜାରରେ ସରିଯିବ ପିଆଜ! ଦର ବଢ଼ିବା ମଧ୍ୟରେ ସରକାର କହିଲେ…

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବଢ଼ୁଥିବା ମଧ୍ୟରେ ଏହାର ଯୋଗାଣ ବଢ଼ାଇବା ପାଇଁ ସରକାର ପଦକ୍ଷେପ ତ୍ୱରାନୱିତ କରିଛନ୍ତି। ସରକାର କହିଛନ୍ତି ଯେ, ଦେଶରେ ବର୍ତ୍ତମାନ ପିଆଜର ପର୍ଯ୍ୟାପ୍ତ…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

କଲମ୍ବୋ ଟେଷ୍ଟରେ ଜୁରେଲଙ୍କ ଅପରାଜିତ ଶତକ, ଦୃଢ଼ ସ୍ଥିତିରେ ଟିମ୍‌ ଇଣ୍ଡିଆ

କଲମ୍ବୋ,୨୪ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ଦୃଢ଼ ସ୍ଥିତିରେ ରହିଛି। ମ୍ୟାଚ୍‌ର ପ୍ରଥମ ଦିନ ଦେବଦତ୍ତ…

ମୋଦିଙ୍କୁ ପ୍ରଶଂସାରେ ପୋତିଲେ ପୁଟିନ: ଦେଲେ ସବୁ ଶ୍ରେୟ

ମସ୍କୋ,୨୪।୮: ମସ୍କୋରେ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ଏଠାରେ ଉଭୟ ପକ୍ଷ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ଗଭୀର…

କାନିଜ୍‌ସା ଓପନ୍‌ ଚେସ୍‌ ଟାଇଟଲ ହାସଲ କଲେ ପ୍ରଣେଶ

କାନିଜ୍‌ସା(ହଙ୍ଗେରୀ),୨୪ା୮: ଜର୍ମାନୀର ଭାଦିମ ପେତ୍ରୋଭସ୍କିଙ୍କ ବିପକ୍ଷରେ ଏକ ରୋମାଞ୍ଚକ ବିଜୟ ହାସଲ କରି ଭାରତୀୟ ଗ୍ରାଣ୍ଡମାଷ୍ଟର ପ୍ରଣେଶ ଏମ୍‌ ସମ୍ମାନଜନକ କାନିଜ୍‌ସା ଓପନ ଚେସ୍‌ ଟାଇଟଲ ହାସଲ…

Viral Video! ସେଲଫି ନେବା ବେଳେ ମଞ୍ଚ ଉପରେ ରାହୁଲଙ୍କୁ କିସ୍ କରିଦେଲେ ଯୁବତୀ, ଆଉ ତାପରେ…

ମୁମ୍ବାଇ,୨୪।୮: ମହାରାଷ୍ଟ୍ରର ପୁଣେରେ କଂଗ୍ରେସ ଏମପି ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ କାର୍ଯ୍ୟକ୍ରମର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି…

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri