Posted inଖେଳ

ଟୋକିଓ ଅଲିମ୍ପିକ୍ସ: ସମସ୍ତ ରାସ୍ତା ସିଲ୍‌

ଟୋକିଓ, ୯ା୬ (ଏପି)-ଟୋକିଓ ଅଲିମ୍ପିକ୍ସ ଭେନ୍ୟୁଗୁଡ଼ିକୁ ଯୋଗାଯୋଗ କରୁଥିବା ସମସ୍ତ ସଡ଼କ ପଥକୁ ସିଲ୍‌ କରାଯାଇଛି। ତନ୍ମଧ୍ୟରେ ୧.୪ ବିଲିୟନ ଆମେରିକୀୟ ଡଲାର ମୂଲ୍ୟରେ ନିର୍ମିତ ନ୍ୟାଶନାଲ ଷ୍ଟାଡିୟମ ଅନ୍ୟତମ, ଯେଉଁଠାରେ ଜୁଲାଇ ୨୩ରେ ଉଦ୍‌ଘାଟନୀ ଉତ୍ସବ ଆୟୋଜନ କାର୍ଯ୍ୟକ୍ରମ ରହିଛି। କୋଭିଡ୍‌ ସମୟରେ ଗେମ୍ସ ଆୟୋଜନ ଏକପ୍ରକାର ରିସ୍କ। କାରଣ ଏହାଦ୍ୱାରା କରୋନା ସଂକ୍ରମଣର ଆଶଙ୍କା ରହିଛି ବୋଲି ଦେଶର ଅଧିକାଂଶ ନାଗରିକ ମତବ୍ୟକ୍ତ କରିଛନ୍ତି। ପୁନଶ୍ଚ ସ୍ଥାନୀୟ ସରକାର ଟୋକିଓ ସମେତ ଜାପାନର ଅନ୍ୟ କେତେକ ଅଞ୍ଚଳରେ ଜୁନ୍‌ ୨୦ ପର୍ଯ୍ୟନ୍ତ ଜରୁରିକାଳୀନ ପରିସ୍ଥିତି ଜାରି କରିଛନ୍ତି। ଏହା ସତ୍ତ୍ୱେ ଅନ୍ତର୍ଜାତୀୟ ଅଲିମ୍ପିକ କମିଟି (ଆଇଓସି) ଓ ଟୋକିଓ ଅଲିମ୍ପିକ୍ସର ଆୟୋଜକଗଣ ଗେମ୍ସ ଆୟୋଜନ ନେଇ ଦୃଢ଼ପରିକର। ଉଦ୍‌ଘାଟନୀ ଉତ୍ସବ ଆଜିଠୁ ମାତ୍ର ୪୫ ଦିନ ରହିଛି। ଜରୁରିକାଳୀନ ପରିସ୍ଥିତି ଜାରି କରିବା ଦ୍ୱାରା ଟୋକିଓରେ କୋଭିଡ୍‌ ସଂକ୍ରମିତଙ୍କ ସଂଖ୍ୟା ଧୀରେ ଧୀରେ ହ୍ରାସ ପାଇବାରେ ଲାଗିଛି। ଯଥାସମ୍ଭବ ଖୁବ୍‌ଶୀଘ୍ର ପରିସ୍ଥିତିରେ ଉନ୍ନତି ଘଟିବ ବୋଲି ଆୟୋଜକ କମିଟି ସଭାପତି ସିକୋ ହାସିମୋତୋ ମଙ୍ଗଳବାର ଏକ କାର୍ଯ୍ୟନିର୍ବାହୀ ବୋର୍ଡ ବୈଠକରେ ଆଶାପ୍ରକାଶ କରି କହିିଛନ୍ତି। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ଦିଆଯାଇଥିବା ସୂଚନା ଅନୁସାରେ ସୋମବାର ସୁଦ୍ଧା ଦେଶର ୩.୬୬ ପ୍ରତିଶତ ଲୋକ କରୋନା ଟିକା ନେଇ ସାରିଛନ୍ତି। ୧୦.୭ ପ୍ରତିଶତ ପ୍ରଥମ ଡୋଜ୍‌ ଟିକା ନେଇଛନ୍ତି। କୋଭିଡ୍‌ରେ ଜାପାନରେ ପ୍ରାୟ ୧୩,୫୦୦ ଲୋକ ପ୍ରାଣ ହରାଇ ସାରିଲେଣି। ସରକାରଙ୍କ ଜଣେ ଉପଦେଷ୍ଟା ତଥା ତୋହୋକୁ ୟୁନିଭର୍ସିଟିର ଭିରୋଲୋଜିଷ୍ଟ ଡକ୍ଟର ହିରୋଶି ଓସିତାନି ଇତିମଧ୍ୟରେ ଚେତାଇ ଦେଇଛନ୍ତି ଯେ ଅଲିମ୍ପିକ୍ସ ପରେ ପରେ ଜାପାନ ଏବଂ ଅନ୍ୟ ଦେଶରେ ସଂକ୍ରମଣର ଆଶଙ୍କା ରହିଛି। ଅଲିମ୍ପିକ୍ସ ସୁରକ୍ଷିତ ଭାବେ ଆୟୋଜନ ହୋଇପାରିବ ବୋଲି ଉଭୟ ସରକାର ଓ ଆଇଓସି ପକ୍ଷରୁ ଯଦିଓ ଦୃଢତାର ସହ କହୁଛନ୍ତି, କିନ୍ତୁ ପ୍ରତ୍ୟେକେ ଭଲରୂପେ ଜାଣନ୍ତି ଗେମ୍ସ ଆୟୋଜନ କରିବା ଏକପ୍ରକାର ରିସ୍କ। ବିନା ରିସ୍କରେ ଅଲିମ୍ପିକ୍ସ ଶତ ପ୍ରତିଶତ ଅସମ୍ଭବ ବୋଲି ଓସିତାନି କହିଛନ୍ତି। ଆୟୋଜକ କମିଟି ସିଇଓ ତୋସିରୋ ମୁତୋ କହିଛନ୍ତି, ବିଦେଶରୁ ଆସିବାକୁ ଥିବା ଗଣମାଧ୍ୟମ କର୍ମଚାରୀମାନେ କୋଭିଡ୍‌ ପ୍ରୋଟୋକଲକୁ ଠିକଣାରୂପେ ମାନୁଛନ୍ତି କି ନା ତାହା ଜିପିଏସ୍‌ ଦ୍ୱାରା ମନିଟର କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri