Posted inଖେଳ

ଟୋକିଓ ଅଲିମ୍ପିକ୍ସ: ହିରୋଶୀ ସାସାକି ଉଦ୍‌ଘାଟନୀ, ଉଦ୍‌ଯାପନୀ ନିର୍ଦ୍ଦେଶକ ନିଯୁକ୍ତ

ଟୋକିଓ,୨୪।୧୨(ଏପି): ଟୋକିଓ ଅଲିମ୍ପିକ ଆୟୋଜକ କମିଟି ହିରୋଶୀ ସାସାକିଙ୍କୁ ଏକ ଗୁରୁଦାୟିତ୍ୱ ପ୍ରଦାନ କରିଛି। ବୁଧବାର କମିଟି ଉଭୟ ଅଲିମ୍ପିକ୍ସ ଓ ପାରା ଅଲିମ୍ପିକ୍ସ ପାଇଁ ସାସାକିଙ୍କୁ ଉଦ୍‌ଘାଟନୀ ଓ ଉଦ୍‌ଯାପନୀ ଉତ୍ସବର ନିର୍ଦ୍ଦେଶକ ନିଯୁକ୍ତ କରିଛି। ଜାପାନୀ ସିନେମା ଅଭିନେତା ମାନସାଇ ନୋମୁରାଙ୍କୁ ଦାୟିତ୍ୱରୁ ହଟାଯାଇ ସାସାକିଙ୍କୁ ନିର୍ଦ୍ଦେଶକ ନିଯୁକ୍ତ କରାଯାଇଛି। ଗତ ମାର୍ଚ୍ଚରେ ଅଲିମ୍ପିକ୍ସ ଘୁଞ୍ଚାଯିବା ପର୍ଯ୍ୟନ୍ତ ନୋମୁରା ଦାୟିତ୍ୱରେ ଥିଲେ। ଏବେ ସେ ଉପଦେଷ୍ଟା ଭାବେ କାର୍ଯ୍ୟ କରିବେ ବୋଲି କମିଟି ତରଫରୁ ସ୍ପଷ୍ଟ କରାଯାଇଛି।
୨୦୨୧ ଜୁଲାଇ ୨୩ରେ ଅଲିମ୍ପିକ୍ସ ଆରମ୍ଭ ହେବ। ଏହାପରେ ପାରା ଅଲିମ୍ପିକ୍ସ ଅଗଷ୍ଟ ୨୪ ତାରିଖରୁ ଆରମ୍ଭ ହେବାର କାର୍ଯ୍ୟକ୍ରମ ରହିଛି। ସାସାକି ପୂର୍ବରୁ ଜାପାନର ଏକ ପ୍ରଭାବଶାଳୀ ପବ୍ଲିକ୍‌ ରିଲେଶନ୍ସ ଓ ଆଡଭର୍ଟାଇଜିଂ ଏଜେନ୍ସି ଡେଣ୍ଟସୁ, ଇଙ୍କର ଆଡଭର୍ଟାଇଜିଂ ଏକ୍‌ଜିକ୍ୟୁଟିଭ୍‌ ଭାବେ କାର୍ଯ୍ୟକରୁଥିଲେ। ଡେଣ୍ଟସୁ ଟୋକିଓ ଅଲିମ୍ପିକ୍ସର ମାର୍କେଟିଂ ଏଜେନ୍ସି ଭାବେ ଦାୟିତ୍ୱ ନେଇଛି। ୨୦୧୬ ରିଓ ଡି ଜାନେଇରୋ ଅଲିମ୍ପିକ୍ସର ପତାକା ହସ୍ତାନ୍ତର ଉତ୍ସବ ଦାୟିତ୍ୱରେ ରହିଥିଲେ। ସେ ମଧ୍ୟ ୫ ମାସ ପୂର୍ବରୁ ଟୋକିଓ ନ୍ୟାଶନାଲ ଷ୍ଟାଡିୟମରେ କାଉଣ୍ଟଡାଉନ୍‌ ଉତ୍ସବର ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରିଛନ୍ତି। ସାସାକି ପୂର୍ବରୁ ନୋମୁରାଙ୍କ ନେତୃତ୍ୱରେ କାର୍ଯ୍ୟକରୁଥିବା କ୍ରିଏଟିଭ୍‌ ଟିମ୍‌ର ସଦସ୍ୟ ରୂପେ କାର୍ଯ୍ୟକରୁଥିଲେ। ମଙ୍ଗଳବାର ଆୟୋଜକମାନେ ଅଲିମ୍ପିକ୍ସର ଅଫିସିଆଲ ବଜେଟ ମଧ୍ୟ ଉପସ୍ଥାପନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

BCCIର ବଡ଼ ଘୋଷଣା: ଏଣିକି ଏମିତି କଲେ ବୋଲରଙ୍କୁ…ନୂଆ ନିୟମ ଜାରି

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୬-୨୭ ଘରୋଇ କ୍ରିକେଟ ସିଜନ ପୂର୍ବରୁ ଖେଳର ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମଗୁଡ଼ିକର ପ୍ରଭାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ…

ଟିମ ଇଣ୍ଡିଆରେ ବଡ଼ ଧରଣର ଅଦଳବଦଳ: ବିଦାୟ ନେଲେ ଏହି କୋଚ୍‌! ଶେଷ ହେଲା ୫ ବର୍ଷର ଯାତ୍ରା

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷରେ ଟିମ ଇଣ୍ଡିଆକୁ ଟି-20 ଏବଂ ଦିନିକିଆ ସିରିଜରେ ଶୋଚନୀୟ ପରାଜୟର ସାମ୍ନା କରିବାକୁ ପଡ଼ିଛି। ଇଂଲଣ୍ଡ ପ୍ରଥମେ ଭାରତକୁ ଟି-20 ସିରିଜରେ ୪-୦ରେ…

ଏହି ୫ କାରଣ: ରୋହିତ ଶର୍ମାଙ୍କୁ ଅବସର ପାଇଁ କେହି କରିପାରିବେ ନାହିଁ ବାଧ୍ୟ! ଜାଣନ୍ତୁ କ’ଣ

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷ ଲଡର୍‌ସ ଦିନିକିଆରେ ୧୩୮ ରନର ଏକ ଚମତ୍କାର ଇନିଂସ ଖେଳିବା ପରେ ରୋହିତ ଶର୍ମାଙ୍କ ଅବସରକୁ ନେଇ ଚାଲିଥିବା ଚର୍ଚ୍ଚା ଏକ ନୂତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri