Posted inଖେଳ

୪୧ ବର୍ଷ ପରେ ହକିରେ ଅଲିମ୍ପିକ୍ସ ମେଡାଲ

ଟୋକିଓ,୫।୮: ଦୀର୍ଘ ୪୧ ବର୍ଷ ପରେ ଭାରତ ଅଲିମ୍ପିକ୍ସରେ ହକିରେ ପୁଣି ପଦକ ଜିତିଛି। ପୁରୁଷ ହକିରେ ଭାରତକୁ ଐତିହାସିକ ବିଜୟ ହୋଇଛି। ଜର୍ମାନୀକୁ ହରାଇ ପୁରୁଷ ହକି ଦଳ ବ୍ରୋଞ୍ଜ ପଦକ ହାତେଇଛି। ଭାରତୀୟ ପୁରୁଷ ହକି ଦଳ ଜର୍ମାନୀକୁ ୫-୪ଗୋଲରେ ହରାଇଛି। ଏହି ଐତିହାସିକ ବିଜୟ ପରେ ସାରା ଦେଶ ଉତ୍ସବ ମୁଖର ହୋଇଛି। ସୂଚନା ମୁତାବକ ୧୯୮୦ ମସ୍କୋ ଅଲିମ୍ପିକ୍ସରେ ଶେଷ ଥର ପାଇଁ ଭାରତ ସ୍ବର୍ଣ୍ଣ ପଦକ ଜିତିଥିବା ବେଳେ ଆଜି ଟୋକିଓ ଅଲିମ୍ପିକ୍ସରେ ପୁଣି ଥରେ ଭାରତୀୟ ପୁରୁଷ ହକି ଦଳ ବ୍ରୋଞ୍ଜ ପଦକ ହାସଲ କରିଛି। ଭାରତ ପକ୍ଷରୁ ସିମରନଜୀତ ସିଂହ ବ୍ୟକ୍ତିଗତ ଭାବେ ଦୁଇଟି ଗୋଲ କରିଥିବା ବେଳେ ରୁପିନ୍ଦର ପଲ, ହରମନପ୍ରୀତ ସିଂହ ଓ ହାର୍ଦ୍ଦିକ ସିଂହ ଗୋଟିଏ ଲେଖାଏ ଗୋଲ କରିଥିଲେ। ଶେଷ ୬.୮ସେକେଣ୍ଡରେ ପେନାଲ୍ଟି କର୍ନରକୁ ପଣ୍ଡ କରିଥିଲେ ଶ୍ରୀଜେଶ।

ତେବେ ଖେଳ ଆରମ୍ଭ ହେବାର ଦ୍ୱିତୀୟ ମିନିଟ୍‌ରେ ଜର୍ମାନୀ ପ୍ରଥମ ଗୋଲ ଦେଇଥିଲା। ଏହାପରେ ଜର୍ମାନୀ ୪ଟି ପେନାଲ୍ଟି କନର୍ର୍ର ମଧ୍ୟ ପାଇଥିଲା। ତେବେ ସେଗୁଡ଼ିକୁ ଗୋଲରେ ପରିଣତ କରିପାରି ନ ଥିଲା। ଭାରତ ପକ୍ଷରୁ ବି କୌଣସି ଗୋଲ ହୋଇ ନ ଥିଲା। ଫଳରେ ପ୍ରଥମ କ୍ୱାର୍ଟରରେ ଭାରତ୦-୧ରେ ପଛୁଆ ରହିଥିଲା। ଦ୍ୱିତୀୟ କ୍ୱାର୍ଟର ପ୍ରାରମ୍ଭରେ ଜର୍ମାନୀ ଉପରେ ସିମରନଜୀତ ସିଂହ ଏକ ଗୋଲ ଦେଇଥିଲେ। ଆଉ ଏଥିସହ ଦୁଇ ଦଳ ସମାନ ସ୍ଥିତିରେ ପହଞ୍ଚିଥିଲା। କିନ୍ତୁ ଏହାପରେ ଜର୍ମାନୀ ଦୁଇଟି ଗୋଲ ଦେଇଥିଲା ଏବଂ ୩-୧ରେ ଆଗୁଆ ରହିଥିଲା। ତେବେ ଦ୍ୱିତୀୟ କ୍ୱାର୍ଟର ଶେଷ ବେଳକୁ ଭାରତ ଆଉ ଦୁଇ ଗୋଲ ଦେବାରେ ସଫଳ ହୋଇଥିଲା। ଦ୍ୱିତୀୟ କ୍ୱାର୍ଟର ଶେଷ ସୁଦ୍ଧା ଦୁଇ ଦଳ ୩-୩ରେ ରହିଥିଲେ। ଦ୍ୱିତୀୟ କ୍ୱାର୍ଟରରେ ଭାରତ ପକ୍ଷରୁ ହାର୍ଦ୍ଦିକ ସିଂହ ଓ ହରମନପ୍ରୀତ ସିଂହ ଗୋଟିଏ ଲେଖାଏଁ ଗୋଲ କରିଥିଲେ। ତୃତୀୟ କ୍ୱାର୍ଟରରେ ରୁପିନ୍ଦର ପଲ ପ୍ରଥମେ ଏକ ଗୋଲ ଦେଇଥିଲେ। ସେ ଏକ ପେନାଲ୍ଟି ଷ୍ଟ୍ରୋକ୍‌କୁୁ ଗୋଲରେ ପରିଣତ କରିବାରେ ସଫଳ ହୋଇଥିଲେ। ଫଳରେ ଦଳ ୪-୩ରେ ଆଗୁଆ ରହିଥିଲା। ପରେ ଦଳ ଆଉ ଏକ ଗୋଲ ଦେବାରେ ସଫଳ ହୋଇଥିଲା। ସିମରନଜୀତ ସିଂହ ଏହି ଗୋଲଟି ଦେଇଥିଲା। ଏହା ସହିତ ତୃତୀୟ କ୍ୱାର୍ଟର ଶେଷ ସୁଦ୍ଧା ଦଳ ୫-୩ରେ ଆଗୁଆ ରହିଥିଲା। ଚତୁର୍ଥ କ୍ୱାର୍ଟରର ପ୍ରଥମ ୫ ମିନିଟ୍‌ରେ ଜର୍ମାନୀ ଏକ ପେନାଲ୍ଟି କର୍ନରକୁ ଗୋଲ୍‌ରେ ପରିଣତ କରିବାରେ ସଫଳ ହେବା ସହ ମ୍ୟାଚ ୪-୫ ସ୍ଥିତିରେ ରହିଥିଲା। କିନ୍ତୁ ପରେ ଜର୍ମାନୀ ହକି ଦଳ ଆଉ ଗୋଲ କରିବାରେ ସଫଳ ହୋଇ ନ ଥିଲା। ଭାରତ ପକ୍ଷରୁ ବି ଏହି କ୍ୱାର୍ଟରରେ ଆଉ କୌଣସି ଗୋଲ ହୋଇ ନ ଥିଲା। ଆଉ ଶେଷରେ ଭାରତୀୟ ଦଳ ବିଜୟୀ ଲାଭ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri