Posted inଖେଳ

ଟୋକିଓ ଅଲିମ୍ପିକ୍ସ: ଆଇନକ୍ସ ଗ୍ରୁପ୍‌ ଭାରତୀୟ ଦଳର ପ୍ରାୟୋଜକ ହେବ: ଆଇଓଏ

ନୂଆଦିଲ୍ଲୀ,୧୪।୮(ପି.ଟି.): ଆଗମୀ ଟୋକିଓ ଅଲିମ୍ପିକ୍ସରେ ଆଇନକ୍ସ ଗ୍ରୁପ୍‌ ଭାରତୀୟ ଦଳର ପ୍ରାୟୋଜକ ହେବ। ଏ ନେଇ ଗୁରୁବାର ଭାରତୀୟ ଅଲିମ୍ପିକ୍‌ ଆସୋସିଏଶନ (ଆଇଓଏ) ତରଫରୁ ଘୋଷଣା କରାଯାଇଛି। କୋଭିଡ୍‌-୧୯ ମହାମାରୀ ପାଇଁ ଟୋକିଓ ଅଲିମ୍ପିକ୍ସକୁ ଆସନ୍ତା ବର୍ଷକୁ ଘୁଞ୍ଚାଇ ଦିଆଯାଇଥିଲା। ଅଲିମ୍ପିକ୍ସ ଏବେ ୨୦୨୧ ଜୁଲାଇ ୨୩ରୁ ଅଗଷ୍ଟ ୮ ତାରିଖ ମଧ୍ୟରେ ଆୟୋଜନ ହେବ।
ଭାଗୀଦାରି ସ୍ବରୂପ ଏହି ଗ୍ରୁପ୍‌ ମନୋରଞ୍ଜନ ଧର୍ମୀ କମ୍ପାନୀ ଆଇନକ୍ସ ଲିଜର ଲିମିଟେଡ ଦ୍ୱାରା ଭାରତୀୟ ଦଳର ପ୍ରମୋଶନ କରିବ। ସାରା ଦେଶରେ ଆଇନୋକ୍ସର ବହୁ ସଂଖ୍ୟାରେ ମଲ୍‌ଟିପ୍ଲେକ୍ସ ବା ପ୍ରେକ୍ଷାଳୟ ରହିଛି। ଭାରତର ପ୍ରଗତି ପାଇଁ ଆଇନକ୍ସ ଗ୍ରୁପ୍‌ ସବୁବେଳେ ପ୍ରାଧାନ୍ୟ ଦେଇଆସିଛି ଓ ଭାରତୀୟ ଦଳର ପ୍ରାୟୋଜକ ହୋଇ ଆମେ ଗୌରବାନ୍ବିତ ମନେ କରୁଛୁ ବୋଲି ଆଇନକ୍ସ ଗ୍ରୁପ୍‌ ଡାଇରେକ୍ଟର ସିଦ୍ଧାର୍ଥ ଜୈନ କହିଛନ୍ତି। ଆଇନକ୍ସ ଗ୍ରୁପ୍‌ ସହ ପାର୍ଟନଶିପ୍‌ ନେଇ ଆମେ ଘୋଷଣା କରୁଛୁ ଓ ଏହା ଦ୍ୱାରା ସବୁ ଆଥଲେଟ୍‌ ଲାଭବାନ ହୋଇପାରିବେ ବୋଲି ଆଇଓଏ ସାଧାରଣ ସମ୍ପାଦକ ରାଜୀବ ମେହେଟା କହିଛନ୍ତି। ବର୍ତ୍ତମାନ ପରିସ୍ଥିତିରେ ଭାରତୀୟ ଦଳକୁ ସମର୍ଥନ କରିଥିବାରୁ ଜୈନ ଆଇନକ୍ସ ଗ୍ରୁପ୍‌କୁ ଧନ୍ୟବାଦ ଜଣାଇଛନ୍ତି। ପୂର୍ବରୁ ଆଇନକ୍ସ ଗ୍ରୁପ୍‌ ଟେବୁଲ ଟେନିସ, ଫୁଟବଲ, ବ୍ୟାଡମିଣ୍ଟନ, ରନିଂ, ବାସ୍କେଟବଲ ଓ କ୍ରକେଟ ଭଳି ସ୍ପୋର୍ଟିଂ ଇଭେଣ୍ଟରେ ସମର୍ଥନ କରିଆସିଛି। ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରି କ୍ରୀଡ଼ା ନେଇ ଏହି ଗ୍ରୁପ୍‌ ଜନ ଜାଗରଣ ସୃଷ୍ଟି କରିଛି। ଭାରତ ଅଲିମ୍ପିକ୍ସରେ ସଫଳତାର ଶୀର୍ଷକୁ ଛୁଇଁବ ବୋଲି ଜୈନ ଆଶା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିରାଟଙ୍କୁ ବଡ଼ ଝଟକା, ଶୂନ୍ୟ ରନରେ ଆଉଟ ହେବା ପରେ ତଳକୁ ଖସି ଆସିଛନ୍ତି କୋହଲି, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୭।୧୦: ଭାରତର ଷ୍ଟାର୍‌ ବ୍ୟାଟର ବିରାଟ କୋହଲିଙ୍କୁ ନିକଟରେ ୱେଷ୍ଟଇଣ୍ଡିଜ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ଖେଳୁଥିବାର ଦେଖିବାକୁ ମିଳିଥିଲା। କୋହଲି ପ୍ରଥମ ମ୍ୟାଚରେ…

ODI ବ୍ୟାଟ୍ସମ୍ୟାନଙ୍କ ଟପ-୧୦ରେ ସାମିଲ ହେଲେ କେଏଲ ରାହୁଲ, ଜାଣନ୍ତୁ ପ୍ରଥମ ସ୍ଥାନରେ କିଏ ଅଛନ୍ତି

ନୂଆଦିଲ୍ଲୀ,୭।୧୦: ODI କ୍ରିକେଟରେ ଭାରତୀୟ ବ୍ୟାଟରମାନଙ୍କର ପ୍ରାଧାନ୍ୟ ପୁଣିଥରେ ସ୍ପଷ୍ଟ ହୋଇଛି। ସାମ୍ପ୍ରତିକ ICC ରାଙ୍କିଙ୍ଗରେ, କେ.ଏଲ. ରାହୁଲ ଏକ ବଡ଼ ଧରଣର ଅଗ୍ରଗତି କରି ଶ୍ରେଷ୍ଠ…

ବିଦାୟୀ ଭାଷଣରେ ଚେତାବନୀ ଦେଲେ ଲିଓନେଲ ମେସି: ଭାବପ୍ରବଣ ହୋଇ କହିଲେ…

ନୂଆଦିଲ୍ଲୀ,୭।୧୦: ଆର୍ଜେଣ୍ଟିନା ଜର୍ସିରେ ଲିଓନେଲ ମେସିଙ୍କ ଶେଷ ଅନ୍ତର୍ଜାତୀୟ ମ୍ୟାଚ କେବଳ ଭାବବିହ୍ବଳ କରି ନ ଥିଲା, ବରଂ ତାଙ୍କ ବିଦାୟୀ ଭାଷଣ ଆର୍ଜେଣ୍ଟିନା ଫୁଟବଲ୍କୁ ଏକ…

କୋହଲିଙ୍କୁ କ୍ଷତି, ମାଲାମାଲ ହେଲେ ଗିଲ୍‌: ଆଗକୁ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୭।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦିନିକିଆ ସିରିଜ ଶେଷ ହେବା ପରେ ଆଇସିସି ପକ୍ଷରୁ ନୂଆ ଦିନିକିଆ ରାଙ୍କିଙ୍ଗ ଜାରି କରାଯାଇଛି। ଏହି ରାଙ୍କିଙ୍ଗରେ ଭାରତୀୟ…

‘ମୋତେ ଏବେ ହିଁ ନିଦ ଲାଗୁଛି…’, ପ୍ରଥମ ମ୍ୟାଚ ଜିତିବା ପରେ କାହିଁକି ଏମିତି କହିଲେ ଶ୍ରେୟସ ଆୟର? ଜାଣନ୍ତୁ…

ନୂଆଦିଲ୍ଲୀ,୭।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ ପରେ ଶ୍ରେୟସ ଆୟର କହିଥିଲେ ଯେ ସେ ଏକ ଶତକ ହାସଲ କରିବାକୁ ସ୍ବପ୍ନ ଦେଖୁଥିଲେ ଏବଂ ସେହି…

ଟେଷ୍ଟ, ଦିନିକିଆ, ଟି-୨୦ ତିନୋଟିଯାକ ଫର୍ମାଟରେ ଶତକ ହାସଲ କରି ଏମିତି ଯୋଗ୍ୟତା ଅର୍ଜନ କଲେ ଏହି ଭାରତୀୟ ଖେଳାଳି, ଛୁଟୁଛି ପ୍ରଶଂସା

ନୂଆଦିଲ୍ଲୀ,୭।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚରେ ଭାରତୀୟ ଅଧିନାୟକ ଶ୍ରେୟସ ଆୟର ଇତିହାସ ସୃଷ୍ଟି କରିଛନ୍ତି। ଆନ୍ତର୍ଜାତୀୟ କ୍ରିକେଟର ତିନୋଟିଯାକ ଫର୍ମାଟରେ ଶତକ ହାସଲ କରିବାରେ…

‘ଇତିହାସ ସର୍ବଦା…’: ଅଜିତ ଅଗରକରଙ୍କୁ ବିଦାୟ ଜଣାଇ ଏମିତି କ’ଣ କହିଲେ ଗୌତମ ଗମ୍ଭୀର, ଓଦା ହୋଇଯାଉଛି ଆଖି!

ନୂଆଦୀଲ୍ଲୀ,୭।୧୦: ଗୌତମ ଗମ୍ଭୀର ଅଜିତ ଅଗରକରଙ୍କ ପାଇଁ ଏକ ଭାବପୂର୍ଣ୍ଣ ବିଦାୟକାଳୀନ ବାର୍ତ୍ତା ଲେଖିଛନ୍ତି, ଯିଏ ନିକଟରେ ମୁଖ୍ୟ ଚୟନକର୍ତ୍ତା (Chief Selector) ଭାବରେ ନିଜର କାର୍ଯ୍ୟକାଳ…

ପରସ୍ପର ସହ ଆଖି ମିଳାଇଲେ ନାହିଁ ସ୍ମୃତି ମନ୍ଧାନା-ହରମନପ୍ରୀତ କୌର ; ଡ୍ରେସିଂ ରୁମର ପରିବେଶକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୭।୧୦: ମଙ୍ଗଳବାର ଭାରତୀୟ ମହିଳା କ୍ରିକେଟ ଦଳରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଖିବାକୁ ମିଳିଥିଲା। ହରମନପ୍ରୀତ କୌର ସମସ୍ତ ଫର୍ମାଟରୁ ଅଧିନାୟକ ପଦରୁ ଓହରି ଯାଇଥିଲେ ଏବଂ ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?