Posted inଖେଳ

ଟୋକିଓ ଅଲିମ୍ପିକ୍ସ: ୩୦ ସ୍ବର୍ଣ୍ଣ ହାସଲ କରିବା କଷ୍ଟକର: ଜାପାନ

ଟୋକିଓ,୨୯।୬ (ଏପି): ଜୁଲାଇ ୨୩ରେ ଆରମ୍ଭ ହେବାକୁ ଯାଉଥିବା ଟୋକିଓ ଅଲିମ୍ପିକ୍ସରେ ଆୟୋଜକ ଜାପାନ ୩୦ଟି ସ୍ବର୍ଣ୍ଣ ପଦକ ହାସଲ କରିବ ବୋଲି ପୂର୍ବରୁ ଦାବି କରିଆସୁଥିଲା। ତେବେ ବର୍ତ୍ତମାନ ଏହି ଦାବିରୁ ଜାପାନ ଓହରିଯାଇଛି। ଏତେ ସଂଖ୍ୟକ ସ୍ବର୍ଣ୍ଣ ହାସଲ କରିବା କଷ୍ଟକର ବୋଲି ଜାପାନ ସ୍ବୀକାର କରିଛି। ଜାପାନ ସମେତ ପ୍ରାୟ ସବୁ ଦେଶ ପାଇଁ ପଦକ ସଂଖ୍ୟାର ପୂର୍ବାନୁମାନ କଷ୍ଟକର ହୋଇପଡିଛି। କୋଭିଡ୍‌-୧୯ ମହାମାରୀ କାରଣରୁ ଅଲିମ୍ପିକ୍ସ କ୍ୱାଲିଫାଇଙ୍ଗ୍‌ ଇଭେଣ୍ଟଗୁଡିକ ପ୍ରଭାବିତ ହୋଇଛି ଓ ଆଥଲେଟମାନଙ୍କ ଟ୍ରେନିଂରେ ମଧ୍ୟ ବ୍ୟାଘାତ ସୃଷ୍ଟି ହୋଇଛି।
କିଛିମାସ ତଳେ ମହାମାରୀର ପ୍ରଭାବ ପୂର୍ବରୁ ଜାପାନ ଅଲିମ୍ପିକ କମିଟି (ଜେଓସି) ୩୦ଟି ସ୍ବର୍ଣ୍ଣ ପଦକ ହାସଲ କରିବ ବୋଲି ଦାବି କରିଥିଲା। ଏବେ ଆମେ ୩୦ ସ୍ବର୍ଣ୍ଣ ପଦକ ହାସଲ କରିବୁ ବୋଲି ଟାର୍ଗେଟ ରଖିନାହୁଁ ବୋଲି କମିଟି ଅଧ୍ୟକ୍ଷ ୟାସୁହିରୋ ୟମାସିଟା କହିଛନ୍ତି। ଏବେ ପଦକ ସଂଖ୍ୟା ଉପରେ ଆମେ ଫୋକସ କରୁନାହୁଁ ବୋଲି ସେ ସ୍ପଷ୍ଟ କରିଛନ୍ତି। ତେବେ ଆମର ସବୁ ଆଥଲେଟ୍‌ ଶ୍ରେଷ୍ଠ ପ୍ରଦର୍ଶନ କରନ୍ତୁ ବୋଲି ଆଶା ରଖିଛୁ। ରିଓ ଓ ଲଣ୍ଡନ ଅଲିମ୍ପିକ୍ସ ଭଳି ଆମେରିକା ଓ ଜାପାନ ଏଥର ମଧ୍ୟ ସ୍ବର୍ଣ୍ଣ ପଦକ ହାସଲ କରିବାରେ ପ୍ରଥମ ଓ ଦ୍ୱିତୀୟ ସ୍ଥାନରେ ରହିବେ। କିନ୍ତୁ ୨୦୦୮ ବେଜିଂ ଅଲିମ୍ପିକ୍ସରେ ଆୟୋଜକ ଚାଇନା ଘରୋଇ ପରିବେଶରୁ ଫାଇଦା ଉଠାଇ ସର୍ବାଧିକ ସ୍ବର୍ଣ୍ଣ ହାସଲ କରି ଶୀର୍ଷସ୍ଥାନରେ ରହିଥିଲା।
୫ ବର୍ଷ ତଳେ ରିଓ ଅଲିମ୍ପିକ୍ସରେ ଜାପାନ ୧୨ ସ୍ବର୍ଣ୍ଣ ଜିତିଥିଲା। ୨୦୦୪ ଏଥେନ୍ସ ଓ ୧୯୬୪ ଟୋକିଓ ଅଲିମ୍ପିକ୍ସରେ ଜାପାନ ୧୬ଟି ସ୍ବର୍ଣ୍ଣ ଜିତି ଶ୍ରେଷ୍ଠ ପ୍ରଦର୍ଶନ କରିଥିଲା। ସାଧରଣତଃ ଆୟୋଜକ ଭାବେ ବିଭିନ୍ନ ଦେଶ ପୂର୍ବାପେକ୍ଷା ଭଲ ପ୍ରଦର୍ଶନ କରି ଅଧିକରୁ ଅଧିକ ସ୍ବର୍ଣ୍ଣ ଜିତିଥାନ୍ତି। ଜାପାନ ମଧ୍ୟ ଏଥର ଅଧିକ ପଦକ ଜିତିବ। କିନ୍ତୁ ୩୦ ସ୍ବର୍ଣ୍ଣ ପଦକ ହାସଲ କରିବ ବୋଲି ଆଶାକରିବା ଭୁଲ୍‌ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦୁଲୀପ ଟ୍ରଫି ସେମିଫାଇନାଲରେ କାହିଁକି ବୈଭବ ସୂର୍ଯ୍ୟବଂଶୀଙ୍କୁ ଦିଆଗଲା ଅଧିନାୟକ ଦାୟିତ୍ୱ? ହେଲାଣି ଖୁବ୍‌…

ନୂଆଦିଲ୍ଲୀ,୩୦।୮: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚ ବର୍ତ୍ତମାନ ସେଣ୍ଟ୍ରାଲ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଚାଲିଛି। ବିସିସିଆଇ ସେଣ୍ଟର ଅଫ ଏକ୍ସଲେନ୍ସ ଗ୍ରାଉଣ୍ଡରେ ଖେଳାଯାଉଥିବା…

ମେସିଙ୍କ ଇଭେଣ୍ଟକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, କହିଲେ ମିଳିବ କ୍ଷତିପୂରଣ

କୋଲକାତା,୩୦।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଲିଓନେଲ ମେସିଙ୍କ ଗସ୍ତକୁ ନେଇ ସୃଷ୍ଟି ହୋଇଥିବା ବିଶୃଙ୍ଖଳା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ଘୋଷଣା କରିଛନ୍ତି…

ବିରାଟଙ୍କ ନୂଆ ଲୁକ: ଟାଟୁ କଳାକାରଙ୍କ ସହ ନଜର ଆସିଲେ…

ନୂଆଦିଲ୍ଲୀ,୩୦।୮: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ଟାଟୁ ପ୍ରତି ପ୍ରେମ କାହାକୁ ଅଛପା ନୁହେଁ; ବର୍ଷ ବର୍ଷ ଧରି ବିଭିନ୍ନ ଡିଜାଇନ ତାଙ୍କ ଶୈଳୀର ଏକ ଅବିଚ୍ଛେଦ୍ୟ…

ପାକିସ୍ତାନ ସହିତ ହାତ ମିଳାଇବା ପ୍ରଶ୍ନର ଉତ୍ତରରେ ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଦେଲେ ଏମିତି ବିବୃତ୍ତି…

ନୂଆଦିଲ୍ଲୀ,୩୦।୮: ମହିଳା ଏସିଆ କପ ୨୦୨୬ ଚାଲିଛି। UAE ଦ୍ୱାରା ଆୟୋଜିତ, ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟ ଦୁବାଇରେ ଖେଳାଯାଉଛି। ଭାରତୀୟ ଦଳ ଅଗଷ୍ଟ ୩୦ରେ ଦୁବାଇ ଆନ୍ତର୍ଜାତୀୟ କ୍ରିକେଟ…

ସଞ୍ଜୁ ସାମସନଙ୍କୁ ନେଇ ବଡ଼ କଥା କହିଲେ ସୂର୍ଯ୍ୟକୁମାର, ଟିମ୍‌ରୁ ବାଦ ପଡ଼ିବା ପରେ…

ନୂଆଦିଲ୍ଲୀ,୩୦ା୮: ଭାରତୀୟ ଟି-୨୦ ଦଳର ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ସଞ୍ଜୁ ସାମସନଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି । ଦଳରୁ ବାଦ ପଡ଼ିବା ପରେ…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

କ୍ରିକେଟରୁ ସନ୍ନ୍ୟାସ ପରେ ବି ମାସକୁ କେତେ ଟଙ୍କା କମାନ୍ତି ଧୋନୀ? ଆୟ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୯।୮: ଭାରତୀୟ କ୍ରିକେଟର ମହେନ୍ଦ୍ର ସିଂହ ଧୋନୀ ୨୦୨୦ରେ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଥିଲେ। ତେବେ କ୍ରିକେଟରୁ ଦୂରେଇବା ପରେ ମଧ୍ୟ ତାଙ୍କ ରୋଜଗାରରେ କୌଣସି ବ୍ରେକ୍‌…

କୋହଲିଙ୍କଠାରୁ ଶ୍ରେଷ୍ଠ ବୁମ୍‌ରା: କହୁ କହୁ ଏମିତି କହିଦେଲେ ଅଶ୍ୱିନ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ମନ୍ତବ୍ୟକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ତାଙ୍କୁ ସମସ୍ତ ଫର୍ମାଟରେ ସର୍ବଶ୍ରେଷ୍ଠ ଭାରତୀୟ ଖେଳାଳିଙ୍କୁ ଚୟନ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri