Posted inଖେଳ

ଟୋକିଓ ଅଲିମ୍ପିକ୍ସ: ନୂଆ କରୋନା ନିୟମ ଲାଗୁ କଲା ଜାପାନ

ଟୋକିଓ,୧୦।୪(ପି.ଟି.): ଆଗକୁ ଅଲିମ୍ପିକ୍ସ ଆୟୋଜନ ହେବାର କାର୍ଯ୍ୟକ୍ରମ ଥିବାରୁ ଆୟୋଜକ ଜାପାନ କୋଭିଡ୍‌-୧୯ର ବର୍ଦ୍ଧିତ ପ୍ରଭାବକୁ ଦୃଷ୍ଟିରେ ରଖି ନୂଆ ନିୟମ ଜାରି ରଖିଛି। ରାଜଧାନୀ ଟୋକିଓରେ ସଂକ୍ରମଣକୁ ରୋକିବା ପାଇଁ ଶୁକ୍ରବାର ବିଭିନ୍ନ କଟକଣା ଜାରି କରିଛନ୍ତି ସରକାର। ଟୋକିଓରେ ଏ ପର୍ଯ୍ୟନ୍ତ ବହୁ ଲୋକ ଟିକା ନେଇନାହାନ୍ତି।
ବାର୍‌ ଓ ରେଷ୍ଟୁରାଣ୍ଟ ଖୋଲିବା ନେଇ ନୂଆ ନିୟମ ଜାରି କରାଯାଇଛି। ନିୟମ ଉଲ୍ଲଂଘନ କରୁଥିବା ଲୋକଙ୍କୁ ଦଣ୍ଡିତ କରାଯିବାକୁ କୁହାଯାଇଛି। ପ୍ରଧାନମନ୍ତ୍ରୀ ୟୋଶିହିଡେ ସୁଗା ଟୋକିଓ ଗଭର୍ନରଙ୍କୁ ବାର୍‌ ଓ ରେଷ୍ଟୁରାଣ୍ଟ ସ୍ବଳ୍ପ ସମୟ ପାଇଁ ଖୋଲିବାକୁ ଅନୁମତି ଦେଇଛନ୍ତି। କିନ୍ତୁ ଯେଉଁମାନେ ନିୟମ ପାଳନ କରୁଛନ୍ତି ସେମାନଙ୍କୁ କ୍ଷତିପୂରଣ ଦେବାକୁ କୁହାଯାଇଛି। ସୋମବାରଠାରୁ ମେ’ ୧୧ ପର୍ଯ୍ୟନ୍ତ ଏହି ନିୟମ ଜାରି ରଖିବାକୁ ନିଷ୍ପତ୍ତି ନିଆଯାଇଛି। ଟୋକିଓରେ ଦେଖାଦେଇଥିବା ଅଧିକାଂଶ ମାମଲା ନାଇଟ ଲାଇଫ୍‌ ଓ ଖାଇବା ପିଇବା ଯୋଗୁ ସୃଷ୍ଟି ହୋଇଛି। ପଶ୍ଚିମ ଜାପାନ ଓ ଓକିନାଓ୍ବାରେ ମଧ୍ୟ କଟକଣା କଡ଼ାକଡ଼ି କରାଯିବ ବୋଲି କୁହାଯାଇଛି। ଓସାକା, ହ୍ୟୋଓଗୋ ଓ ଉତ୍ତରରେ ଥିବା ମିୟାଗିରେ ସୋମବାରଠାରୁ ସଙ୍କଟର ସ୍ଥିତି ନେଇ ସତର୍କତାକୁ ଦୃଢ କରାଯାଇଛି। ଗତ ଜାନୁୟାରୀରୁ କଟକଣା କୋହଳ ହେବା ପରେ ପ୍ରତିଦିନ କରୋନା ମାମଲାରେ ବୃଦ୍ଧି ହୋଇଛି। ଏନେଇ ଅବଶ୍ୟ ଜାପାନ ସରକାର ସମାଲୋଚନାର ଶିକାର ହୋଇଛନ୍ତି। ପରିସ୍ଥିତିକୁ ଦୃଷ୍ଟିରେ ରଖି ଓସାକାରେ ମେଡିକାଲ ଇମର୍ଜେନ୍ସି ଲାଗୁ କରାଯାଇଛି। ଓସାକାରେ ଆୟୋଜନ ହେବାକୁ ଥିବା ଅଲିମ୍ପିକ ମଶାଲ ରାଲିକୁ ସର୍ବସାଧାଣ ସଡକରେ ଆୟୋଜନ ନ କରିବାକୁ ମଧ୍ୟ ନିଷ୍ପତ୍ତି ନିଆଯାଇଥିଲା। ମାସ୍କ ବ୍ୟବହାର କରିବାସହ ସାମାଜିକ ଦୂରତା ରକ୍ଷା କରିବାକୁ ବାରମ୍ବାର କୁହାଯାଇଛି। ଜାପାନର ୧୦ ଲକ୍ଷ ଲୋକ ଅର୍ଥାତ ମୋଟ୍‌ ଜନସଂଖ୍ୟାର ଏକ ପ୍ରତିଶତ ଲୋକ ପ୍ରଥମ ପର୍ଯ୍ୟାୟରେ ଟିକା ନେଇଛନ୍ତି। ଟୋକିଓ ଅଲିମ୍ପିକ୍ସ ଜୁଲାଇ ୨୩ରୁ ଆରମ୍ଭ ହୋଇ ଅଗଷ୍ଟ ୮ ତାରିଖରେ ଶେଷ ହେବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୨ବର୍ଷ ପରେ ଦମଦାର ପ୍ରତ୍ୟାବର୍ତ୍ତନ, ପ୍ରଥମ ବଲ୍‌ରେ ୱିକେଟ୍ ନେଇ ଇତିହାସ ରଚିଲେ ମୟଙ୍କ

ନୂଆଦିଲ୍ଲୀ,୨୩।୭: ମୟଙ୍କ ଯାଦବ ଜିମ୍ବାୱେ ବିପକ୍ଷରେ ଖେଳାଯାଉଥିବା ପ୍ରଥମ ଟି-୨୦ ମ୍ୟାଚ୍‌ରେ ଦୁଇ ବର୍ଷରୁ ଅଧିକ ସମୟ ପରେ ପ୍ରତ୍ୟାବର୍ତ୍ତନ କରିଛନ୍ତି । ସେ ତାଙ୍କର ପ୍ରଥମ…

Commonwealth Games 2026: ପଦକ ପକ୍କା, ଉଦଘାଟନୀ ଉତ୍ସବ ପୂର୍ବରୁ ଇତିହାସ ରଚିଲେ ଲୋଭଲିନା ବୋରଗୋହାଇନ!

ନୂଆଦିଲ୍ଲୀ,୨୩।୭: ଭାରତ ଉଦଘାଟନୀ ଉତ୍ସବ ପୂର୍ବରୁ 2026 ରାଜ୍ୟଗୋଷ୍ଠୀ କ୍ରୀଡାରେ ପଦକ ତାଲିକା ଖୋଲିସାରିଛି। ଷ୍ଟାର ବକ୍ସର ଲୋଭଲିନା ବୋରଗୋହାଇନ ପ୍ରଥମ ରାଉଣ୍ଡରେ ବାଇ ପାଇ 75…

ଅଧିନାୟକ ଆୟରଙ୍କ ବଡ଼ ବୟାନ: ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୨୩।୭: ଭାରତୀୟ ଦଳ ବର୍ତ୍ତମାନ ଟି-୨୦ ଫର୍ମାଟରେ ଏକ ପରିବର୍ତ୍ତନଶୀଳ ପର୍ଯ୍ୟାୟ ଦେଇ ଗତି କରୁଛି ଏବଂ ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଆରମ୍ଭ ଆଶା…

ICC ODI Rankingରେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ଙ୍କ ଦବ୍‌ଦବା: ଟପ୍‌-୪ରେ ୩ ଭାରତୀୟ, ଜାଣନ୍ତୁ କେଉଁ ସ୍ଥାନରେ ରୋହିତ-ବିରାଟ

ନୂଆଦିଲ୍ଲୀ,୨୩।୭: ICC ଦ୍ୱାରା ବୁଧବାର ନୂତନ ରାଙ୍କିଙ୍ଗ ଜାରି କରାଯାଇଛି। ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗ୍‌ରେ ଭାରତୀୟ ବ୍ୟାଟ୍ସମ୍ୟାନମାନଙ୍କ ଦବଦବା ଜାରି ରହିଥିବାବେଳେ କ୍ୟାପଟେନ ଶୁବମନ ଗିଲ୍‌ ନମ୍ବର-୧…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

BCCIର ବଡ଼ ଘୋଷଣା: ଏଣିକି ଏମିତି କଲେ ବୋଲରଙ୍କୁ…ନୂଆ ନିୟମ ଜାରି

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୬-୨୭ ଘରୋଇ କ୍ରିକେଟ ସିଜନ ପୂର୍ବରୁ ଖେଳର ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମଗୁଡ଼ିକର ପ୍ରଭାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri