Posted inଖେଳ

ଟୋକିଓ ଅଲିମ୍ପିକ୍ସ: ମନପ୍ରୀତ ଅଧିନାୟକ, ହରମନପ୍ରୀତଙ୍କୁ ମଧ୍ୟ ଉପଅଧିନାୟକ ଦାୟିତ୍ୱ: ବୀରେନ୍ଦ୍ର ଉପଅଧିନାୟକ

ନୂଆଦିଲ୍ଲୀ, ୨୩।୬(ପି.ଟି.)- ଟୋକିଓ ଅଲିମ୍ପିକ୍ସ ପାଇଁ ମନପ୍ରୀତ ସିଂଙ୍କୁ ଭାରତୀୟ ଦଳର ଅଧିନାୟକ ମନୋନୀତ କରାଯାଇଛି। ଉପଅଧିନାୟକ ପାଇଁ ୨ ଜଣଙ୍କ ନାମ ଘୋଷଣା କରାଯାଇଛି। ସେମାନେ ହେଲେ ହରମନପ୍ରୀତ ସିଂ ଏବଂ ଓଡ଼ିଶାର ବୀରେନ୍ଦ୍ର ଲାକ୍ରା। ଟୋକିଓ ପାଇଁ ଗତ ସପ୍ତାହରେ ୧୬ ଜଣିଆ ଭାରତୀୟ ଦଳ ଘୋଷିତ ହୋଇଥିଲେ ହେଁ ଅଧିନାୟକ ଓ ଉପଅଧିନାୟକଙ୍କ ନାମ ଘୋଷଣା ହୋଇ ନ ଥିଲା। ପ୍ରକାଶଯୋଗ୍ୟ ଯେ ଓଡ଼ିଶାର ଦୀପ୍‌ ଗ୍ରେସ୍‌ ଏକ୍କାଙ୍କୁ ଭାରତୀୟ ମହିଳା ହକି ଦଳର ଉପଅଧିନାୟିକା ମନୋନୟନ କରାଯିବାର ଗୋଟିଏ ଦିନ ପରେ ବୀରେନ୍ଦ୍ରଙ୍କୁ ପୁରୁଷ ଦଳର ଡେପୁଟି ଦାୟିତ୍ୱ ଦିଆଯାଇଛି।
”ତୃତୀୟ ଥର ପାଇଁ ଅଲିମ୍ପିକ୍ସରେ ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରିବାକୁ ଯାଉଥିବାରୁ ମୁଁ ବହୁତ ଖୁସି। ଏଥର ଅଧିନାୟକ ଦାୟିତ୍ୱ ଦିଆଯାଇଛି। ଏପରି ଦାୟିତ୍ୱ ତୁଲାଇବା ମୋ ପାଇଁ ଗର୍ବର ବିଷୟ“ ବୋଲି ମନପ୍ରୀତ ପ୍ରକାଶ କରିଛନ୍ତି। ମିଡ୍‌ ଫିଲ୍ଡର ମନପ୍ରୀତଙ୍କ ନେତୃତ୍ୱରେ ଭାରତୀୟ ଦଳ ପୂର୍ବରୁ ଅନେକ ମାଇଲଖୁଣ୍ଟ ସ୍ପର୍ଶ କରିଛି। ୨୦୧୭ରେ ଏସିଆ କପ୍‌ ଚାମ୍ପିୟନ ହେବା ସହ ୨୦୧୮ରେ ଏସିଆନ ଚାମ୍ପିୟନ୍ସ ଟ୍ରଫି ବିଜୟୀ ହୋଇଥିଲା। ସେହିପରି ଦଳ ୨୦୧୯ରେ ଏଫ୍‌ଆଇଏଚ୍‌ ସିରିଜ ଫାଇନାଲ୍ସରେ ମଧ୍ୟ ଟାଇଟଲ ହାସଲ କରିଥିଲା। ମନପ୍ରୀତଙ୍କ ନେତୃତ୍ୱରେ ଭାରତ ୨୦୧୮ରେ ଭୁବନେଶ୍ୱରରେ ଅନୁଷ୍ଠିତ ହକି ବିଶ୍ୱକପର କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଥିଲା। ସେହିପରି ଏଫ୍‌ଆଇଏଚ୍‌ ହକି ପ୍ରୋ ଲିଗ୍‌ରେ ମଧ୍ୟ ପ୍ରଭାବୀ ପ୍ରଦର୍ଶନ କରିଥିଲା। ଅଧିନାୟକ ଦାୟିତ୍ୱକୁ ସଫଳତାର ସହ ସମ୍ପନ୍ନ କରି ସେ ଭାରତକୁ ବିଶ୍ୱ ର଼୍ୟାଙ୍କିଙ୍ଗ୍‌ର ୪ ନମ୍ବର ସ୍ଥାନରେ ରଖିବାରେ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିଲେ।
”ଗତ କିଛି ବର୍ଷ ଧରି ଏହି ତିନି ଖେଳାଳି ଦଳୀୟ ନେତୃତ୍ୱ ନେବାର ଅଂଶବିଶେଷ ରହି ଆସିଛନ୍ତି। ଚ୍ୟାଲେଞ୍ଜିଂ ସମୟରେ ଏମାନେ ଅଭିଜ୍ଞତାର ଉପଯୋଗ କରି ଯୁବ ଖେଳାଳିଙ୍କୁ ଠିକ୍‌ଭାବେ ଗାଇଡ୍‌ କରି ଆସିଛନ୍ତି। ଆଗାମୀ ଟୁର୍ନାମେଣ୍ଟର ଗୁରୁତ୍ୱକୁ ଦୃଷ୍ଟିରେ ରଖି ଆମେ ନେତୃତ୍ୱକୁ ଦୃଢ଼ କରିଛୁ। ଫଳରେ ୨ ଜଣଙ୍କୁ ଉପଅଧିନାୟକ ଦାୟିତ୍ୱ ଦେଇଛୁ। ଏମାନେ ଦଳକୁ ସଫଳତା ଦିଗରେ ନେବାନେଇ ଆମେ ଦୃଢ଼ ଆଶା ରଖିଛୁ“ ବୋଲି ମୁଖ୍ୟ କୋଚ୍‌ ଗ୍ରାହାମ ରିଡ୍‌ କହିଛନ୍ତି। ଭେଟେରାନ ଡିଫେଣ୍ଡର ବୀରେନ୍ଦ୍ର ୨୦୧୨ ଲଣ୍ଡନ ଅଲିମ୍ପିକ୍ସରେ ଭାରତୀୟ ଦଳର ସଦସ୍ୟ ଥିଲେ। କିନ୍ତୁ ଆଣ୍ଠୁରେ ଅସ୍ତ୍ରୋପଚାର ଯୋଗୁ ୨୦୧୬ ରିଓ ଅଲିମ୍ପିକ୍ସ ଖେଳିପାରି ନ ଥିଲେ। ମାତ୍ର ଦଳକୁ ପ୍ରତ୍ୟାବର୍ତ୍ତନ ପରେ ତାଙ୍କ ପ୍ରଦର୍ଶନରେ ଅନେକ ଉନ୍ନତି ଘଟିଛି ଏବଂ ଦଳରେ ନିଜ ଭୂମିକାକୁ ଠିକ୍‌ଭାବେ ତୁଲାଇଛନ୍ତି। ସେହିପରି ହରମନପ୍ରୀତ ମଧ୍ୟ ୨୦୧୫ରୁ ସିନିୟର ପଦାର୍ପଣ କରିବା ପରେ ନିଜ ଡିଫେଣ୍ଡର ଏବଂ ଡ୍ରାଗ୍‌ଫ୍ଲିକର ଦାୟିତ୍ୱକୁ ସୁଚାରୁରୂପେ ସମ୍ପାଦନ କରିଛନ୍ତି। ୨୦୧୯ରେ ମନପ୍ରୀତଙ୍କ ଅନୁପସ୍ଥିତିରେ ସେ ଦଳର ନେତୃତ୍ୱ ନେଇ ଏଫ୍‌ଆଇଏଚ୍‌ ଅଲିମ୍ପିକ୍‌ ଟେଷ୍ଟ ଇଭେଣ୍ଟରେ ଭାରତକୁ ଚାମ୍ପିୟନ କରାଇଥିଲେ। ଟୋକିଓରେ ଭାରତୀୟ ଦଳ ଜୁଲାଇ ୨୪ରେ ନ୍ୟୁଜିଲାଣ୍ଡ ସହ ମ୍ୟାଚ ଖେଳି ଏହାର ଅଲିମ୍ପିକ୍‌ ଅଭିଯାନ ଆରମ୍ଭ କରିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୦,୦,୦…ରେ ଆଉଟ ହୋଇଥିବା ଅଭିଷେକ ଶର୍ମାଙ୍କୁ ମିଳିଲା ଗୁରୁ ମନ୍ତ୍ର, ଗାଭାସ୍କର କହିଲେ…

ନୂଆଦିଲ୍ଲୀ,୧୯।୨: ଅଭିଷେକ ଶର୍ମା ୨୦୨୬ ଟି୨୦ ବିଶ୍ୱକପରେ ତିନୋଟି ଇନିଂସ ଖେଳିଛନ୍ତି, କିନ୍ତୁ ସେ ତାଙ୍କର ଖାତା ଖୋଲି ନାହାଁନ୍ତି। ସେ ତିନୋଟି ମ୍ୟାଚରେ ଶୂନ୍ୟରେ ଆଉଟ…

ରୋମାଣ୍ଟିକ ମୁଡ୍‌ରେ ସୁଇମିଂ ପୁଲ ଫଟୋ ଶେୟାର କଲେ ହାର୍ଦ୍ଦିକ ପାଣ୍ଡ୍ୟା, ଗର୍ଲ ଫ୍ରେଣ୍ଡକୁ ଜଣାଇଲେ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ,୧୯।୨: ICC T20 World Cup 2026 ମଧ୍ୟରେ, ଟିମ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର…

ଭାରତ ସହ କ୍ରିକେଟ ସମ୍ପର୍କ ସୁଧାରିବାକୁ ବାଂଲାଦେଶର ଉଦ୍ୟମ; ତାରିକ୍ ରହମାନ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ ,୧୯।୨: ଭାରତ-ବାଂଲାଦେଶ କ୍ରିକେଟ ସମ୍ପର୍କରେ ସୁଧାର ପାଇଁ ଢାକାର ବଡ଼ ପଦକ୍ଷେପ। ୨୦୨୬ ଟି-୨୦ ବିଶ୍ୱକପ୍‌କୁ ନେଇ ସୃଷ୍ଟି ହୋଇଥିବା ବିବାଦ ଓ ମହମ୍ମଦ ୟୁନୁସଙ୍କ…

ପାକିସ୍ତାନର 2026 T20 World Cup ବିଜୟ ନିଶ୍ଚିତ? ଏହି ସଂଯୋଗ ଦେଖିଲେ ଆପଣ ବି ବିଶ୍ୱାସ କରିବାକୁ ବାଧ୍ୟ ହେବେ

ନୂଆଦିଲ୍ଲୀ,୧୯।୨: 2026 T20 World Cup ପାଇଁ ସୁପର ୮ ଦଳ ଚୂଡ଼ାନ୍ତ ହୋଇଛି। ଯଦିଓ ଟୁର୍ଣ୍ଣାମେଣ୍ଟର ପରବର୍ତ୍ତୀ ପର୍ଯ୍ୟାୟ ଆରମ୍ଭ ହୋଇନାହିଁ, କିନ୍ତୁ ପାକିସ୍ତାନ ବିଶ୍ୱକପ…

ପଡ଼ିଆରେ ଅଘଟଣ: କ୍ରିକେଟ୍‌ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣ, ଅମ୍ପାୟାର ମୃତ

ଲକ୍ଷ୍ନୌ,୧୯।୨: ଭାରତରେ ଏକ କ୍ରିକେଟ ମ୍ୟାଚ ଚାଲିଥିବା ସମୟରେ ଏକ ଅଘଟଣ ଘଟିଛି। ଏଠାରେ ଏକ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣରେ ଜଣେ ଅମ୍ପାୟାରଙ୍କ ମୃତ୍ୟୁ ଘଟିଛି।…

ଇତିହାସ ରଚିଲା ଭାରତ: ବିଶ୍ୱର ପ୍ରଥମ ଦଳ ଭାବେ କଲା ଏମିତି କାରନାମା

ଅହମ୍ମଦାବାଦ,୧୯।୨: ଟି-୨୦ ବିଶ୍ୱକପରେ ଟିମ ଇଣ୍ଡିଆ ଇତିହାସ ସୃଷ୍ଟି କରିଛି। ଅହମ୍ମଦାବାଦରେ ନେଦରଲାଣ୍ଡ୍ସକୁ ପରାସ୍ତ କରି ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛି ଭାରତ। ଟିମ ଇଣ୍ଡିଆ…

୧୫ ବର୍ଷ କ୍ୟାରିଅରର ଅନ୍ତ, 30 ବର୍ଷ ବୟସରେ ଅବସର ଘୋଷଣା କଲେ ଏହି ଖୋଳାଳି

ନୂଆଦିଲ୍ଲୀ,୧୯ା୨: ନ୍ୟୁଜିଲାଣ୍ଡ ମହିଳା କ୍ରିକେଟରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ନ୍ୟୁଜିଲାଣ୍ଡ ମହିଳା କ୍ରିକେଟ ଦଳର ଜଣେ ନିର୍ଭରଯୋଗ୍ୟ ବ୍ୟାଟ୍ସମ୍ୟାନ୍ ଲରେନ୍ ଡାଉନ୍ କ୍ରିକେଟରୁ…

ଲଜ୍ଜାଜନକ ରେକର୍ଡ କଲେ ଅଭିଷେକ ଶର୍ମା: ପ୍ରଥମ ଭାରତୀୟ ଭାବେ…

ନୂଆଦିଲ୍ଲୀ,୧୯/୨: ଅଭିଷେକ ଶର୍ମା ଏକ ଲଜ୍ଜାଜନକ ରେକର୍ଡ ସୃଷ୍ଟି କରିଛନ୍ତି। ସେ ଟି-୨୦ ବିଶ୍ୱକପ ଇତିହାସରେ ପ୍ରଥମ ଭାରତୀୟ ବ୍ୟାଟ୍ସମ୍ୟାନ ଭାବେ ତାଙ୍କର ପ୍ରଥମ ତିନୋଟି ଇନିଂସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri