Posted inଖେଳ

ସେମିଫାଇନାଲ ମ୍ୟାଚ୍‌ ହାରିବା ପରେ ଅଧିନାୟକଙ୍କ ସହ କଥା ହେଲେ ମୋଦି

ଟୋକିଓ,୩।୮: ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ପୁରୁଷ ହକି ଦଳର ସ୍ବର୍ଣ୍ଣ ଜିତିବା ଆଶା ଭାଙ୍ଗିଯାଇଛି। ବେଲଜିୟମ ପ୍ରଥମ ସେମିଫାଇନାଲରେ ଭାରତୀୟ ପୁରୁଷ ହକି ଦଳକୁ ୨-୫ରେ ପରାସ୍ତ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଏହି ମ୍ୟାଚ ଦେଖୁଥିଲେ ଏବଂ ଏହି ପରାଜୟରୁ ସେ ଟିକେ ନିରାଶ ହୋଇଥିଲେ ମଧ୍ୟ ବ୍ରୋଞ୍ଜ ପଦକ ମ୍ୟାଚ ପାଇଁ ଦଳର ଉତ୍ସାହ ବଢାଇବାକୁ ସେ ପଛାଇ ନ ଥିଲେ। ସେମିଫାଇନାଲରେ ପରାଜୟ ପରେ ପିଏମ ମୋଦି ଭାରତୀୟ ହକି ଦଳର ଅଧିନାୟକ ମନପ୍ରୀତ ସିଂଙ୍କ ସହ କଥା ହୋଇଥିଲେ ଏବଂ ତାଙ୍କୁ ଉତ୍ସାହିତ କରିଥିଲେ ଏବଂ ବ୍ରୋଞ୍ଜ ପଦକ ମ୍ୟାଚ ପାଇଁ ତାଙ୍କୁ ଶୁଭେଚ୍ଛା ଜଣାଇଥିଲେ। ଦଳର ଉଦ୍ୟମକୁ ପ୍ରଧାନମନ୍ତ୍ରୀ ମଧ୍ୟ ପ୍ରଶଂସା କରିଥିଲେ॥
୧୯୮୦ ମସିହାରୁ ହକିରେ ଭାରତ ଅଲିମ୍ପିକ ପଦକ ଜିତି ନାହିଁ। ଭାରତୀୟ ପୁରୁଷ ହକି ଦଳ ସେମିଫାଇନାଲରେ ପହଞ୍ଚିବା ମାତ୍ରେ ସମଗ୍ର ଦେଶ ସ୍ବର୍ଣ୍ଣ ଆଶା କରୁଥିଲା। କିନ୍ତୁ ଏକ କଡା ମ୍ୟାଚରେ ଭାରତକୁ ବେଲଜିୟମଠାରୁ ପରାଜୟର ସାମ୍ନା କରିବାକୁ ପଡିଥିଲା। ତଥାପି ପଦକ ଆଶା ଅକ୍ଷୁର୍ଣ୍ଣ ରହିଛି। ବ୍ରୋଞ୍ଜ ପଦକ ପାଇଁ ଅଗଷ୍ଟ ୫ ତାରିଖରେ ଭାରତୀୟ ଦଳ ମ୍ୟାଚ୍‌ ଖେଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?