Posted inଖେଳ

କାହିଁକି ଟୁଇଟ୍‌ର୍‌ରେ ଟ୍ରେଣ୍ଡ୍‌ କରୁଛନ୍ତି ପ୍ରିୟା ମଲିକ

ବୁଦାପେଷ୍ଟ,୨୫।୭: ଟୋକିଓ ଅଲମ୍ପିକ୍ସରେ ଭାରତୀୟ ଦଳ ଏକ ଭଲ ଆରମ୍ଭ କରିଛି। ପ୍ରଥମ ଦିନରେ ଓ୍ବେଟ୍‌ଲିପ୍ଟର ମୀରବାଇ ଚାନୁ ରୌପ୍ୟ ପଦକ ଜିତିଛନ୍ତି। ଏହାପରେ ସେ ସୋସିଆଲ ମିଡିଆରେ ଟ୍ରେଣ୍ଡ୍‌ ହେବା ଆରମ୍ଭ କରିଛନ୍ତି। ଏହାର ଗୋଟିଏ ଦିନ ପରେ ଭାରତୀୟ ରେସଲର୍‌ ପ୍ରିୟା ମଲିକ ମଧ୍ୟ ଟୁଇଟର୍‌ରେ ଟ୍ରେଣ୍ଡ କରୁଛନ୍ତି। ହଙ୍ଗେରୀର ବୁଦାପେଷ୍ଟରେ ଚାଲିଥିବା ବିଶ୍ୱ କ୍ୟାଡେଟ ରେସଲିଂ ଚାମ୍ପିଅନସିପରେ ଭାରତୀୟ ରେସଲର ପ୍ରିୟା ମଲିକ ଚମତ୍କାର ପ୍ରଦର୍ଶନ କରି ସ୍ବର୍ଣ୍ଣ ପଦକ ଜିତିଛନ୍ତି। ଚାମ୍ପିଅନସିପର ଶେଷ ଦିନରେ ପ୍ରିୟା ୭୩ କିଲୋଗ୍ରାମ ବର୍ଗର ଫାଇନାଲରେ ବେଲାରୁଷର ରେସଲରଙ୍କୁ ୫-୦ ରେ ପରାସ୍ତ କରିଛନ୍ତି। ଏହାପରେ ତାଙ୍କୁ ଲୋକେ ସୋସିଆଲ ମିଡିଆରେ ଶୁଭେଚ୍ଛା ଜଣାଇବାକୁ ଲାଗିଥିଲେ। ଏସବୁ ଭିତରେ କିଛି ଲୋକ ତାଙ୍କୁ ଟୋକିଓ ଅଲିମ୍ପିକ୍ସରେ ସ୍ବର୍ଣ୍ଣ ଜିତିବା କହି ଶୁଭେଚ୍ଛା ଜଣାଇଥିଲେ। ଏଥିରେ ବଡ ବଡ ସେଲିବ୍ରିଟି ମଧ୍ୟ ସାମିଲ ଥିଲେ। ପରେ ସତ୍ୟାସତ୍ୟ ଜାଣିବା ପରେ ସେମାନେ ଟୁଇଟ୍‌ ଡିଲିଟ୍‌ କରିବାକୁ ବାଧ୍ୟ ହୋଇଥିଲେ।
ସୂଚନାଯୋଗ୍ୟ ଯେ, ପ୍ରିୟା ୨୦୧୯ରେ ପୁଣେରେ ଖେଲୋ ଇଣ୍ଡିଆରେ, ୨୦୧୯ରେ ଦିଲ୍ଲୀରେ ୧୭ତମ ସ୍କୁଲ ଗେମ୍ସ ଏବଂ ୨୦୨୦ରେ ପାଟନାରେ ଜାତୀୟ କ୍ୟାଡେଟ ଚାମ୍ପିଅନସିପରେ ସ୍ବର୍ଣ୍ଣ ପଦକ ଜିତଥିଲେ। ୨୦୨୦ ମସିହାରେ ଅନୁଷ୍ଠିତ ଜାତୀୟ ବିଦ୍ୟାଳୟ ଗେମ୍ସରେ ପ୍ରିୟା ମଲିକ ସ୍ବର୍ଣ୍ଣ ଜିତିଥିଲେ।

https://twitter.com/MaushmiGoswami4/status/1419184498722230273

 


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ଏନଏସି ହେବ ମ୍ୟୁନିସିପାଲଟି, ଜିଲା  ସଦର ମହକୁମାକୁ ନୂଆବର୍ଷର ଭେଟି 

ଛତ୍ରପୁର,୨୮।୧୨: ପ୍ରଥମ ପର୍ଯ୍ୟାୟରେ ଗଞ୍ଜାମ ଜିଲାର ଭଞ୍ଜନଗର, ପୋଲସରା ଓ କବିସୂର୍ଯ୍ୟନଗର ଏନ୍‌ଏସିକୁ ମ୍ୟୁନିସିପାଲଟି ମାନ୍ୟତା ଦିଆଯାଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଯାହାକି ଗଞ୍ଜାମ...

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri