Posted inଖେଳ

ଟୋକିଓ ଅଲିମ୍ପିକ୍ସ ଆଉ ବର୍ଷେ ରହିଲା

ଟୋକିଓ,୨୩।୭(ଏପି): କୋଭିଡ୍‌-୧୯ ମହାମାରୀ ଦ୍ୱାରା ପ୍ରଭାବିତ ହୋଇଥିବା ଟୋକିଓ ଅଲିମ୍ପିକ୍ସର କାଉଣ୍ଟ ଡାଉନ୍‌ ଆରମ୍ଭ ହୋଇଛି। ଆଉ ବର୍ଷେ ପରେ ଅଲିମ୍ପିକ୍ସ ଆରମ୍ଭ ହେବ। କିନ୍ତୁ ବର୍ଷେ ପୂର୍ବରୁ ମଧ୍ୟ ଅଲିମ୍ପିକ୍ସର ଏଭଳି କାଉଣ୍ଟ ଡାଉନ୍‌ ଆରମ୍ଭ ହୋଇଥିଲା। ସେତେବେଳେ ଅବଗଣନାର ଏକ ବଡ଼ ଉତ୍ସବ ଆୟୋଜିତ ହୋଇଥିଲା। ଅବଶ୍ୟ ସେତେବେଳେ କୋଭିଡ୍‌-୧୯ ମହାମାରୀ ପ୍ରକୋପ ଆରମ୍ଭ ହୋଇ ନ ଥିଲା। ମହାମାରୀ କାରଣରୁ ଏହି ମେଗା ଇଭେଣ୍ଟକୁ ଗୋଟିଏ ବର୍ଷ ଘୁଞ୍ଚାଇ ଦିଆଯାଇଛି ଓ ଏହା ଆସନ୍ତାବର୍ଷ ଜୁଲାଇ ୨୩ ତାରିଖରେ ଆରମ୍ଭ ହେବ।
ଏବେ ଅବଗଣନାର ଉତ୍ସବ ସେତେଟା ମନୋରଞ୍ଜକ ନ ଥିଲା। ଦର୍ଶକ ତଥା ପ୍ରଶଂସକଙ୍କ ଅନୁପସ୍ଥିତିରେ ଆୟୋଜକମାନେ ଗୁରୁବାର ନ୍ୟାଶାନାଲ ଷ୍ଟାଡିୟମରେ ୧୫ ମିନିଟ୍‌ର ଏକ କାର୍ଯ୍ୟକ୍ରମର ଆୟୋଜନ କରିଥିଲେ। ଏହି ଅବସରରରେ ଅଲିମ୍ପିକ୍ସ ଉଦ୍‌ଘାଟନ ନେଇ ଏକ ଛୋଟିଆ ଭିଡିଓ ପ୍ରଦର୍ଶନ କରାଯାଇଥିଲା। ଅଲିମ୍ପିକ୍‌ ଜ୍ୟୋତି ମଧ୍ୟ ପ୍ରଦର୍ଶୀତ ହୋଇଥିଲା। ଗତ ମାର୍ଚ୍ଚରେ ଜାପାନରେ ଜ୍ୟୋତି ପହଞ୍ଚିଥିଲା। ସେବେଠାରୁ ଏହାକୁ ଅବଶ୍ୟ ସର୍ବସାଧାରଣ ପ୍ରଦର୍ଶନ କରାଯାଇ ନାହିଁ। ପ୍ରତି ୪ ବର୍ଷରେ ଥରେ ଆୟୋଜିତ ହେଉଥିବା ଏହି ଇଭେଣ୍ଟରେ ଆସନ୍ତାବର୍ଷ ୧୧,୦୦୦ ଆତଲେଟ୍‌ ଓ ୪,୪୦୦ ପାରା ଅଲିମ୍ପିଆନ୍ସ ଅଂଶଗ୍ରହଣ କରିବେ। ଏହି ସଂଖ୍ୟାରେ ଅବନତୀ ହେବ ନାହିଁ। ପୂର୍ବନିର୍ଦ୍ଧାରିତ କାର୍ଯସୂଚୀ ଅନୁଯାୟୀ ୪୨ଟି ଭେନ୍ୟୁରେ ଆଥଲେଟ୍‌ମାନେ ବିଭିନ୍ନ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବେ। କୋଭିଡ୍‌-୧୯ ମହାହମାରୀର ପ୍ରକୋପ ଜାରି ରହିଛି। ଏପରିସ୍ଥଳେ ଅଲିମ୍ପିକ୍‌ ଆୟୋଜନ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ତେବେ ଏ ନେଇ ଅନ୍ତର୍ଜାତୀୟ ଅଲିମ୍ପିକ୍‌ କମିଟି (ଆଇଓସି) ଓ ଆୟୋଜନ ବେଶ୍‌ ଆଶାବାଦୀ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ରାଜନୀତିରେ ହଇଚଇ: ମମତାଙ୍କୁ ଧମକ ଦେଲେ ମୁଖ୍ୟମନ୍ତ୍ରୀ! ଘରୁ ବାହାରିବାକୁ….

କୋଲକାତା,୨୫ା୮: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶୁଭେନ୍ଦୁ ଅଧିକାରୀଙ୍କୁ ଟାର୍ଗେଟ କରିଛନ୍ତି । ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ ଭିଡିଓ ସେୟାର କରି ଶୁଭେନ୍ଦୁ…

ଗରିମା କନକ୍ଲେଭ୍‌, ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ

ଛତ୍ରପୁର,୨୫।୮( ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ‘ଗରିମା ଯୋଜନା’ର ସଫଳ ରୂପାୟନ ପାଇଁ ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ…

ଧାନ ବିକ୍ରି ପଞ୍ଜୀକରଣବେଳେ ଚାଷୀଙ୍କୁ ବିଭ୍ରାନ୍ତ କରିଥିବା ଅଭିଯୋଗ: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ): ଖରିଫ ୨୦୨୬-୨୭ ଧାନ ବିକ୍ରି ପାଇଁ ପାକ୍ସଗୁଡ଼ିକରେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଥିବାବେଳେ ଆଗଲପୁର ବ୍ଲକ ମୁରୁଶୁଣ୍ଡି ପାକ୍ସରେ ଧାନ କିଣାବିକାକୁ ନେଇ ଏକ…

ଦୁର୍ଗମ ଅଞ୍ଚଳରେ ‘ଦମନ’ ଟିମ୍‌: କମୁଛି ମ୍ୟାଲେରିଆ ଜ୍ୱର ଭୟ

ଦାରିଙ୍ଗବାଡି, ୨୫।୮ (ଅରୁଣ ସାହୁ): ମ୍ୟାଲେରିଆ ମୁକ୍ତ ଲକ୍ଷ୍ୟରେ ଦୁର୍ଗମ ଅଞ୍ଚଳରେ ଅପରେଶନ ଦମନ କାର୍ଯ୍ୟକ୍ରମ ଜୋରଦାର କରାଯାଉଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ…

ଜଳ ନିଷ୍କାସନ ଫେଲ୍‌, ବେହାଲ ବରଗଡ଼ ସହର

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ଫେଲ୍‌ ମାରିଛି। ସହରର ବିଭିନ୍ନ ସ୍ଥାନରେ ଏପର୍ଯ୍ୟନ୍ତ ଡ୍ରେନ୍‌(ନାଳ) ନିର୍ମାଣ ହୋଇପାରି ନାହିଁ। ସେହିପରି ଯେଉଁଠି ନାଳ ରହିଛି,…

ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର…

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri